ପଶ୍ଚିମବଙ୍ଗ-ଓଡ଼ିଶା ସୀମାନ୍ତରେ ଅଟକିଛି ଆଳୁ ଟ୍ରକ୍‌

ଭୁବନେଶ୍ୱର,୨୬।୭: ଦିନକୁ ଦିନ ବଢି ଚାଲିଛି ଆଳୁ ଦର। ପଶ୍ଚିମବଙ୍ଗରୁ ଆଳୁ ଆମଦାନି ହେଉ ନ ଥିବାରୁ ଦର ବଢୁଥିବା ବ୍ୟବସାୟୀ କହୁଛନ୍ତି। ଏଭଳି ସ୍ଥିତିରେ ପଶ୍ଚିମବଙ୍ଗ-ଓଡ଼ିଶା ସୀମାବର୍ତ୍ତୀ ୪ଟି ରାସ୍ତାରେ ଶତାଧିକ ଆଳୁ ବୋଝେଇ ଟ୍ରକ ଅଟକି ରହିଛି। ଫଳରେ ରାସ୍ତା ଜାମ୍‌ ହୋଇ ଟ୍ରାଫିକ ସମସ୍ୟା ଦେଖାଦେଇଛି। ଟ୍ରକ୍‌ଗୁଡିକୁ ସୋନାକଣିଆ ନିକଟରେ ପଶ୍ଚିମବଙ୍ଗ ପୋଲିସ ଅଟକାଇ ରଖିଥିବା ସୂଚନା ମିଳିଛି। ଏପରିକି ଓଡ଼ିଶାକୁ ପ୍ରବେଶ ଅନୁମତି ନ ଥିବାର ଟ୍ରକଗୁଡିକ ଆସିପାରୁ ନାହିଁ।

ଅନ୍ୟପକ୍ଷେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଭୁବନେଶ୍ବର ଆଳୁ ଗୋଦାମ ତଦାରଖ କରିଛନ୍ତି। ମନ୍ତ୍ରୀ କହିଛନ୍ତି ରାଜ୍ୟରେ ୭ଦିନ ପର୍ଯ୍ୟନ୍ତ ଆଳୁ ଗଚ୍ଛିତ ହୋଇ ରହିଛି । ଏବେ ଆଳୁ ୨୦ରୁ ୨୨ ଟଙ୍କାରେ କିଣାଯାଉଛି। ବ୍ୟବସାୟୀ ୫ରୁ ୭ଟଙ୍କା ଲାଭ ରଖି ବିକିବା କଥା। ହେଲେ ୪୫ରୁ ୫୦ ଟଙ୍କାରେ କାହିଁକି ବିକ୍ରି ହେଉଛି ତାହା ସମୀକ୍ଷା କରାଯାଉଛି। ଶୀତଳଭଣ୍ଡାରରେ ଆଳୁ ରଖି କଳାବଜାରୀ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri