ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ପଶ୍ଚିମବଙ୍ଗରୁ ନୁହେଁ ଏଣିକି ଏହି ରାଜ୍ୟରୁ ଆସିବ ଆଳୁ

ଭୁବନେଶ୍ୱର,୧।୮(ଅସମାପିକା ସାହୁ): ରାଜ୍ୟରେ ଆଳୁ ସଙ୍କଟର ସମାଧାନ ପାଇଁ ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏଣିକି ଉତ୍ତରପ୍ରଦେଶରୁ ଆଳୁ ଆଣିବା ବ୍ୟବସ୍ଥା କରାଯିବ । ଏ ସଂକ୍ରାନ୍ତରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବ, ବିଭାଗୀୟ ବରିଷ୍ଠ ଅଧିକାରୀ, ଓ ବ୍ୟବସାୟୀ ସଂଘର ସାଧାରଣ ସଂପାଦକ ସୁଧାକର ପଣ୍ଡା ଏବଂ ବିଭିନ୍ନ ସଂଘର କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ ।
ଏହି ଅବସରରେ ମନ୍ତ୍ରୀ ପାତ୍ର କହଛନ୍ତି,  ଆଳୁକୁ ନେଇ ପଶ୍ଚିମବଙ୍ଗ ସରକାର ବିଭିନ୍ନ ସମୟରେ ସମସ୍ୟା ସୃଷ୍ଟି କରିବା ସହ ମନମୁଖୀ କାର୍ଯ୍ୟ କରୁଛନ୍ତି। ତେଣୁ ଏଣିକି ଉତ୍ତରପ୍ରଦେଶରୁ ରାଜ୍ୟକୁ ଆଳୁ ଆଣିବାର ନିଷ୍ପତ୍ତି ନିଆଯାଇଛି । ଆଜି ସେଠାରୁ କିଛି ଟ୍ରକ ଭର୍ତ୍ତି ଆଳୁ ଆସି ରାଜ୍ୟରେ ପହଞ୍ଚିଛି ଏବଂ ଆଗାମୀ ଦିନରେ ଅଧିକ ସଂଖ୍ୟକ ଗାଡ଼ି ଆସିବ। ଏହା ଦ୍ୱାରା ଧୀରେ ଧୀରେ ପଶ୍ଚିମବଙ୍ଗ ଉପରେ ଆଳୁକୁ ନେଇ ନିର୍ଭରଶୀଳତା ହ୍ରାସ ପାଇବ । ଏଥି ନିମନ୍ତେ ଉତ୍ତରପ୍ରଦେଶ ସରକାର ସମସ୍ତ ସହଯୋଗ ଯୋଗାଇଦେବେ ବୋଲି ମନ୍ତ୍ରୀ କହିଛନ୍ତି।
Share