ଝିପିଝିପି ବର୍ଷାରେ ବିଦ୍ୟୁତ କାଟ: ଘଣ୍ଟାଘଣ୍ଟା ଧରି ଅନ୍ଧାରରେ ଅଞ୍ଚଳବାସୀ 

ଦାରିଙ୍ଗବାଡି,୧୪।୪(ଅରୁଣ ସାହୁ ): ସାମାନ୍ୟ ଝିପିଝିପି ବର୍ଷାରେ ଘଣ୍ଟାଘଣ୍ଟା ଧରି ବିଦ୍ୟୁତ୍‌ କାଟ। ଏଭଳି ଘଟଣା ଦେଖିବାକୁ ମିଳିଛି  କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ଫିଡ଼ରରେ ଯୋଗାଣ ହେଉଥିବା ବିଦ୍ୟୁତ ସେବାରେ। ଉକ୍ତ ଫିଡର ଉପରେ ଶ୍ରାନିକେତା ପଞ୍ଚାୟତ ସମେତ ସିମନବାଡି, କିରିକୁଟି, ତିଲୋରୀ, ବୁଡ଼ାଗୁଡା, ଗୁମିକିଆ, କୋଟଗଡ ବ୍ଲକ ପକାରୀ ବାଲିଗୁଡା ବ୍ଲକ ଋତୁଙ୍ଗିଆ ପଞ୍ଚାୟତର ହଜାର ସଂଖ୍ୟାରେ ହିତାଧିକାରୀମାନେ ନିର୍ଭର କରୁଛନ୍ତି। ହେଲେ ଘଣ୍ଟାଘଣ୍ଟା ଏହି ପଞ୍ଚାୟତ ଗୁଡିକ ଅନ୍ଧାରରେ ରହୁଛନ୍ତି।
ଏ ନେଇ ବିଭାଗର  ଦାରିଙ୍ଗବାଡିର ଯନ୍ତ୍ରୀ ଶିବ ପ୍ରସାଦ ନାୟକଙ୍କୁ ପଚାରିବାରୁ ସେ କହିଛନ୍ତି, ତାର ଛିଣ୍ଡି ଯାଇଛି ମରାମତି ସରିଲେ ବିଦ୍ୟୁତ ଯୋଗାଇଦିଆଯିବ। ଏଠାରେ ସୂଚନା ଯୋଗ୍ୟ ଯେ, ବର୍ଷ ସାରା ବିଦ୍ୟୁତ ବିଭାଗ ବିଦ୍ୟୁତ ଯୋଗାଣ ସ୍ବଭାବିକ କରିବା ପାଇଁ ବାରମ୍ବାର ମରାମତି ଓ ରକ୍ଷଣବେକ୍ଷଣ ନାମରେ ବିଦ୍ୟୁତ ଘଣ୍ଟାଘଣ୍ଟା କାଟ କରୁଛି । କିନ୍ତୁ ଏହା କରାଯାଉଥିଲେ ସୁଧା ପୁଣି କିଭଳି ବିଦ୍ୟୁତ ସାମାନ୍ୟ ବର୍ଷାରେ ଅଚଳବସ୍ଥା ସୃଷ୍ଟି ହେଉଛି ସେ ନେଇ ହିତାଧିକାରୀଙ୍କ ମନରେ ପ୍ରଶ୍ନ ଉଙ୍କି ମାରିବା ସହ ଆସନ୍ତୋଷ ଦେଖାଯାଉଛି। ସିମନବାଡି ଫିଡରେ କାର୍ଯ୍ୟରତ ସିମନବାଡିରେ ନରହି ଦାରିଙ୍ଗବାଡି ୧୫ କିମି ଦୂରରେ ରହୁଥିବାରୁ ବିଦ୍ୟୁତ ଅଚଳ ହେଲେ ମଧ୍ୟ ମରାମତିରେ ବିଳମ୍ବ ଦେଖାଯାଉଛି।

Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ: ଭାଙ୍ଗିଲା ଗଛ, ଉଡିଲା ଟିଣ

ଉମରକୋଟ,୨୨।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ହୋଇଛି। ବର୍ଷା ହୋଇ ନ ଥିଲେ ମଧ୍ୟ ଭୀଷଣ ପବନ...

ଖୁସି ମୁହୂର୍ତ୍ତର ଭିଡିଓ ଶେୟାର କରିବାର କିଛି ଘଣ୍ଟା ପରେ ଆତଙ୍କବାଦୀଙ୍କ ଗୁଳିରେ ପ୍ରାଣ ହରାଇଥିଲେ ଓଡ଼ିଆ ଯୁବକ

ଭୁବନେଶ୍ୱର,୨୨।୪: ଏକ ଦୁଃଖଦ ଘଟଣାରେ, ମଙ୍ଗଳବାର ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ଜଣେ ଯୁବକ ନିହତ ହୋଇଥିବା...

ଗୁଣି ଗାରେଡ଼ି ସନ୍ଦେହରେ ଯୁବକଙ୍କୁ ପିଟି ହତ୍ୟା: ୨୮ ଗିରଫ

ପଦ୍ମପୁର,୨୨।୪ (ପ୍ରଶାନ୍ତ କୁମାର କର): ଆଜିର ଆଧୁନିକ ଯୁଗରେ ଏବେ ବି ଲୋକେ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ହତ୍ୟା ପରି ବୀଭତ୍ସକାଣ୍ଡ ଘଟାଇବାକୁ ପଛାଉନାହାନ୍ତି। ଏହାର...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ (+୩) ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା...

ବଜ୍ରପାତ: ଦୁଇ ଶିଶୁଙ୍କ ସମେତ ୫ ଆହତ

ରାମଗିରି,୨୨ା୪(ବୃନ୍ଦାବନ ଗୌଡ଼): ଆର.ଉଦୟଗିରି ବ୍ଲକ ଅନଘା ପଞ୍ଚାୟତ ଅନ୍ତର୍ଗତ ତୁବୁରୁସିଂ ଗ୍ରାମରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବଜ୍ରପାତ ହୋଇଥିଲା। ଏଥିରେ ୨ ଶିଶୁଙ୍କ ସମେତ ୫...

ଅଂଶୁଘାତରେ ନିର୍ବାହୀ ଅଧିକାରୀ ଗୁରୁତର

ଦିଗପହଣ୍ଡି,୨୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡି ପେଣ୍ଠ ପଞ୍ଚାୟତର କାର୍ଯ୍ୟ ନିର୍ବାହୀ ଅଧିକାରୀ ପିଇଓ କାଳିଆ ମଲ୍ଲିକ ମଙ୍ଗଳବାର ଅଂଶୁଘାତରେ ଗୁରୁତର...

ଓଡ଼ିଶାରେ କାଲିଠୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ: ରାଜ୍ୟ ସରକାରଙ୍କ ଘୋଷଣା

ଭୁବନେଶ୍ୱର, ୨୨।୪: ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା। ଅପ୍ରେଲ ୨୩ ତାରିଖ ଠାରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି...

୮ ବର୍ଷ ପରେ ପୁଅକୁ ଖୋଜି ପାଇଲେ ମା’

ମୋହନା,୨୨ା୪ମନ୍ମଥ ମିଶ୍ର): ମା’ର ମମତା ଅନନ୍ୟ। ସେ ଯେଉଁଠି ଯେଉଁ ଅବସ୍ଥାରେ ଥିଲେ ମଧ୍ୟ ନିଜ ସନ୍ତାନକୁ ଝୁରି ହୋଇଥାଏ। ଗଜପତି ଜିଲା ପାରଳାଖେମୁଣ୍ଡି ମୋହନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image