ବିଦ୍ୟୁତ୍‌ ବିତରଣ ବ୍ୟବସାୟକୁ ପ୍ରାଧାନ୍ୟ

ଭୁବନେଶ୍ୱର, ୨୯।୯:ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ଓଡ଼ିଶା ଡିସ୍‌କମ୍‌ଗୁଡ଼ିକ ବିଭିନ୍ନ ବ୍ୟବସାୟିକ ଉଦ୍ୟମ ପାଇଁ ରାଜ୍ୟର ସମସ୍ତ ୩୦ ଜିଲାରେ ଥିବା ୭୦୦ରୁ ଅଧିକ କ୍ଷୁଦ୍ର ଓ ମଧ୍ୟମ ଧରଣର ବ୍ୟବସାୟିକ ସଂସ୍ଥା ସହ ସିଧାସଳଖ ବ୍ୟବସାୟକରି ୨୦୦୦ ସ୍ଥାନୀୟ ସଂସ୍ଥାକୁ ଉକ୍ତ କାର୍ଯ୍ୟରେ ନିୟୋଜିତ କରିବା ପାଇଁ ନିଷ୍ପତ୍ତିି ନିଆଯାଇଛି। ଉକ୍ତ ସଂସ୍ଥାଗୁଡ଼ିକ ଦ୍ୱାରା ଉତ୍ପାଦିତ ବିଭିନ୍ନ ବୈଷୟିକ ଉପକରଣ ୪ଗୋଟି ବିତରଣ କମ୍ପାନୀର ୨୦% ଚାହିଦାକୁ ମେଣ୍ଟାଇବ। ଏହି ନିଷ୍ପତ୍ତି ଦ୍ୱାରା ୪୦,୦୦୦ ରୁ ଅଧିକ ସ୍ଥାନୀୟ ଲୋକ ପ୍ରତ୍ୟକ୍ଷ ବା ପରୋକ୍ଷ ଜୀବିକା ଉପାର୍ଜନ କରିପାରିବେ। ବିଶେଷ କରି ଏହା ଓଡ଼ିଶା ସରକାରଙ୍କ ମେକ୍‌ ଇନ୍‌ ଓଡ଼ିଶା ନୀତି ଦ୍ୱାରା ପ୍ରେରିତ । ଏହି ନିଷ୍ପତ୍ତି ଦ୍ୱାରା ବିଦ୍ୟୁତ୍‌ ବଣ୍ଟନ ଟ୍ରାନ୍ସଫରମର, ବିଦ୍ୟୁତ୍‌ ତାର, ବିଦ୍ୟୁତ୍‌ ଖୁଣ୍ଟ, ଅନ୍ୟାନ୍ୟ ଉପରକଣ, ଲାପ୍‌ଟପ୍‌, ଡେସ୍କଟପ୍‌ କମ୍ପ୍ୟୁଟର ଭଳି ଉପକରଣରୁ ଆରମ୍ଭ କରି ମିଟର ସ୍ଥାପନ, ମାସିକ ବିଦ୍ୟୁତ୍‌ ପଇଠ ସଂଗ୍ରହ, ଗ୍ରାହକ ସେବା କେନ୍ଦ୍ର ପରିଚାଳନା, ମାସିକ ମିଟର ରିଡିଂ ଏବଂ କାର୍ଯ୍ୟାଳୟ ରକ୍ଷଣାବେକ୍ଷଣ ଓ ଦୈନିକ ଖାଦ୍ୟପେୟ ଯୋଗାଣ ଆଦି ଅନ୍ତର୍ଭୁକ୍ତ ରହିଛି।
ଏ ସମ୍ପର୍କରେ ଟାଟା ପାୱାରର ସଭାପତି (ଟି ଆଣ୍ଡ ଡି) ସଞ୍ଜୟ ବାଙ୍ଗା କହିଛନ୍ତି, ଓଡ଼ିଶା ଦ୍ରୁତଗତିରେ ଆଗକୁ ବଢୁଥିବାବେଳେ ଏକ ଅଭିବୃଦ୍ଧିଶୀଳ ରାଜ୍ୟ ଭାବେ ଓଡିଶା ନିଜକୁ ପ୍ରତିଷ୍ଠା କରିପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀଙ୍କ ବଡ଼ ଘୋଷଣା, ଏଣିକି ଶସ୍ତାରେ ବୁକ୍‌ କରିପାରିବେ ଟ୍ରେନ-ବସ୍‌ ଟିକେଟ୍‌

ନୂଆଦିଲ୍ଲୀ,୧୯।୧୦: ଯଦି ଆପଣ ସବୁବେଳେ ଯାତ୍ରା କରିବାକୁ ପସନ୍ଦ କରୁଛନ୍ତି, ଆପଣଙ୍କ ପାଇଁ ଖୁସି ଖବର। ଶିଳ୍ପପତି ଗୌତମ ଆଦାନୀଙ୍କ କମ୍ପାନୀ ଦ୍ୱାରା ଏକ ଏପରି...

ତନିସ୍କର ସ୍ବତନ୍ତ୍ର ଅଫର୍‌: ସୁନା-ହୀରା ମୂଲ୍ୟରେ…

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଟାଟାର  ଗହଣା ରିଟେଲ ବ୍ରାଣ୍ଡ ତନିସ୍କ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୩ଟି  ନୂଆ ଷ୍ଟୋରର ଶୁଭାରମ୍ଭ କରିଛି। ଶୁକ୍ରବାର ଭୁବନେଶ୍ୱରର ପାତ୍ରପଡ଼ା ଓ...

୨୫ ରାଜ୍ୟ, ୧୩ ଦେଶର ଉତ୍ପାଦ ଗୋଟିଏ ସ୍ଥାନରେ

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଦଶମ ଭୁବନେଶ୍ୱର ଅନ୍ତର୍ଜାତୀୟ ବାଣିଜ୍ୟ ମେଳା- ୨୦୨୪ ଗୁପ୍ତା ଇଭେଣ୍ଟ ମ୍ୟାନେଜମେଣ୍ଟ ପକ୍ଷରୁ ଶୁକ୍ରବାର ଉଦ୍‌ଘାଟନ ହୋଇଯାଇଛି। ଏହି ମେଳାର...

ଓଡ଼ିଶାରେ ୧ ଲକ୍ଷ କୋଟି ନିବେଶ କରିବ ବେଦାନ୍ତ:୨ ଲକ୍ଷ ନୂଆ ନିଯୁକ୍ତି ଆଶା

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ବେଦାନ୍ତ ଗତ ୨୦ ବର୍ଷ ମଧ୍ୟରେ ୧ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜିନିବେଶ କରିବା ସହ ରାଜ୍ୟରେ ୧ ଲକ୍ଷରୁ ଅଧିକ ନିଯୁକ୍ତି...

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri