ରାଇକିଆରେ ଅସହ୍ୟ ଗ୍ରୀଷ୍ମପ୍ରବାହ, ଚିନ୍ତା ବଢ଼ାଉଛି ବିଦ୍ୟୁତ ସମସ୍ୟା

ରାଇକିଆ,୩୦।୫( ପ୍ରଦୀପ ବେହେରା): ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଅସହ୍ୟ ଗରମ ଓ ଗୁଳଗୁଳି ଅନୁଭୂତ ହେଉଛି। ଏହାର ପ୍ରଭାବ କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ମଧ୍ୟ ଦେଖିବାକୁ ମିଳୁଛି। ଏସବୁ ମଧ୍ୟରେ କ୍ରମାଗତ ବିଦ୍ୟୁତ କାଟ ଲୋକଙ୍କ ସମସ୍ୟାକୁ ଦିଗୁଣିତ କରୁଛି। ଏହାଫଳରେ ଲୋକଙ୍କ ଦୈନନ୍ଦିନ ଜୀବନ ସିଧା ସଳଖ ପ୍ରଭାବିତ କରୁଛି। ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ରାସ୍ତା ଘାଟ ଜନଶୂନ୍ୟ ହୋଇ ପଡ଼ୁଥିବା ବେଳେ ବିଦ୍ୟୁତ କାଟ ଯୋଗୁ ଘରେ ରହିବା କାଠିକର ପାଠ ହୋଇ ପଡୁଛି । ବର୍ଷ ତମାମ ମେଣ୍ଟେନାନ୍ସ ନାଁରେ ବିଦ୍ୟୁତ କାଟ କରାଯିବା ସହ ସପ୍ତାହରେ ଦୁଇରୁ ତିନି ଦିନ ଲେଖାଏ ବିଦ୍ୟୁତ କାଟ କରାଯାଉଥିଲା। ଏସବୁ ସତ୍ତ୍ୱେ ସାମାନ୍ୟ ବର୍ଷା ହେଲେ ବର୍ତ୍ତମାନ ଗମ୍ଭୀର ବିଦ୍ୟୁତ ସମସ୍ୟା ଦେଖିବାକୁ ମିଳୁଛି। ବୁଧବାର ଅପରାହ୍ନରୁ ରାତ୍ର ଗୋଟାଏ ପର୍ଯ୍ୟନ୍ତ ବିଦ୍ୟୁତ ସରବରାହ ବନ୍ଦ ରହିଥିଲା। ମଧ୍ୟ ରାତ୍ର ପର୍ଯ୍ୟନ୍ତ ଅସହ୍ୟ ଗୁଳୁଗୁଳିରୁ ମୁକ୍ତି ପାଇଁ ଲୋକେ ଘର ବାହାରେ ବୁଲୁଥିବା ଦେଖିବାକୁ ମିଳିଥିଲା । ଦାୟିତ୍ୱରେ ଥିବା ବିଭାଗୀୟ କର୍ମଚାରୀଙ୍କୁ ପଚାରିଲେ ବିଭିନ୍ନ ସ୍ଥାନରେ ବର୍ଷା ପବନ ଯୋଗୁ ଏଭଳି ବିଭ୍ରାଟ ଦେଖାଦେଉଥିବା ଉତ୍ତର ମିଳୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡ଼ି ଅଞ୍ଚଳରେ ବଢୁଛି ଦେଶୀ-ବିଦେଶୀ ମଦ ବିକ୍ରି, ଅବକାରୀ ବିଭାଗର ନିଦ ଭାଙ୍ଗୁନି

ଦାରିଙ୍ଗବାଡ଼ି,୧୮ା୧୦(ଅରୁଣ ସାହୁ) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଅଞ୍ଚଳରେ ଚୋରା ଦେଶୀ ମଦ ଓ ନକଲି ବିଦେଶୀ ମଦ ବିକ୍ରି ଅଭିଯୋଗ ହୋଇଛି।...

ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା, ହୋଇପାରୁନି ବିସର୍ଜନ

ଭୁବନେଶ୍ୱର, ୧୮ା୧୦: ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା। ଜାଗା ବିବାଦ ପାଇଁ ଦଶହରା ପରେ ବି ହୋଇନାହାଁନ୍ତି ବିସର୍ଜିତ। ଏଭଳି...

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର

ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍‌):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri