‘କନ୍ନାପା’ରେ ପ୍ରଭାସଙ୍କ ରୁଦ୍ର ଅବତାର

ହାଇଦ୍ରାବାଦ: ‘କଳ୍‌କୀ ୨୮୯୮ ଏଡି’ର ସଫଳତା ପରେ ଅଭିନେତା ପ୍ରଭାସ ପୁଣିଥରେ ତାଙ୍କ ପ୍ରଶଂସକଙ୍କ ହୃଦୟ ଜିତିବାକୁ ପ୍ରସ୍ତୁତ ଅଛନ୍ତି। ତାଙ୍କୁ ଖୁବ୍‌ଶୀଘ୍ର ‘କନ୍ନାପ୍ପା’ ଫିଲ୍ମରେ ଦେଖିବାକୁ ମିଳିବ। ସୋମବାର ଏହି ଚଳଚ୍ଚିତ୍ରରେ ପ୍ରଭାସଙ୍କ ଲୁକ୍‌ ଉପରୁ ପରଦା ଉଠିଛି। ଏହି ଲୁକ୍‌ରେ ପ୍ରଭାସ ରୁଦ୍ରଙ୍କ ଅବତାରରେ ନଜରକୁ ଆସିଛନ୍ତି, ଯାହା ତାଙ୍କ ପ୍ରଶଂସକଙ୍କୁ ପ୍ରଭାବିତ କରିଛି।
ଇନ୍‌ଷ୍ଟାଗ୍ରାମରେ ତାଙ୍କର ଏହି ନୂତନ ଲୁକ୍‌ର ପୋଷ୍ଟର ଶେୟାର କରିଛନ୍ତି। ସେ କ୍ୟାପ୍‌ଶନ୍‌ରେ ଲେଖିଛନ୍ତି, ‘କନ୍ନାପା’ ଚଳଚ୍ଚିତ୍ର ଭକ୍ତି, ବଳିଦାନ, ଜ୍ଞାନ ଏବଂ ପ୍ରେମର ଏକ ଅବିସ୍ମରଣୀୟ ଯାତ୍ରାକୁ ନେଇ ରହିଛି। ଏହା ଦର୍ଶକଙ୍କୁ ନିଶ୍ଚିତ ଭାବରେ ପସନ୍ଦ ଆସିବ। ଆସନ୍ତା ଏପ୍ରିଲ ୨୫ରେ ଏହି ଫିଲ୍ମ ମୁକ୍ତିଲାଭ କରିବାକୁ ଯାଉଛି। ଏହି ନୂଆ ଲୁକ୍‌ରେ ପ୍ରଭାସଙ୍କର ଲମ୍ବା କେଶ ଥିବାବେଳେ ସେ ତାଙ୍କ କପାଳରେ ତ୍ରିପୁଣ୍ଡ୍ର ଏବଂ ବେକରେ ରୁଦ୍ରାକ୍ଷ ମାଳା ପିନ୍ଧିଥିବାର ନଜରକୁ ଆସିଛନ୍ତି। କିଛିଦିନ ତଳେ ‘କନ୍ନାପ୍ପା’ ଫିଲ୍ମର ନିର୍ମାତାଙ୍କ ପକ୍ଷରୁ ଅଭିନେତା ଅକ୍ଷୟ କୁମାରଙ୍କର ଲୁକ୍‌କୁ ଶେୟାର କରିଥିଲେ, ଯାହାକୁ ଅକ୍ଷୟଙ୍କ ପ୍ରଶଂସକଙ୍କର ବେଶ୍‌ ପସନ୍ଦ ହୋଇଥିଲା। ରିପୋର୍ଟ ଅନୁଯାୟୀ, ଅକ୍ଷୟ ଏବଂ ପ୍ରଭାସଙ୍କ ସହ ଏହି ଫିଲ୍ମରେ ଅଭିନେତ୍ରୀ କାଜଲ ଅଗ୍ରୱାଲ ଓ ଅଭିନେତା ବିଷ୍ଣୁ ମଞ୍ଚୁ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ନଜରକୁ ଆସିବେ। ଫିଲ୍ମରେ କାଜଲଙ୍କ ଲୁକ୍‌କୁ ନେଇ ତାଙ୍କ ପ୍ରଶଂସକମାନେ ଅପେକ୍ଷା କରି
ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri