ଭୁବନେଶ୍ୱର,୧।୩(ବ୍ୟୁରୋ): ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କରିବେ ପ୍ରଦୀପ ଜେନା। କିଛି ଦିନ ତଳେ ରାଜ୍ୟ ସରକାର ତାଙ୍କୁ ଏହି ପଦରେ ନିଯୁକ୍ତି ଦେଇଛନ୍ତି। ପ୍ରଦୀପ ଜେନା ମୁଖ୍ୟ ଶାସନ ସଚିବ ପଦ ସହିତ ଚିଫ ଡେଭଲପେଣ୍ଟ କମିଶନର ଅଫ ଓ ଦାୟିତ୍ୱରେ ନିଯୁକ୍ତ ହୋଇଛନ୍ତି। ପ୍ରଦୀପ ଜେନା ଏହା ପୂର୍ବରୁ ସ୍ବତନ୍ତ୍ର ରିଲିଫ କମିଶନର ଓ ଉନ୍ନୟନ କମିଶନର ପଦରେ ଥିଲେ। ଏହା ପୂର୍ବରୁ ପ୍ରଦୀପ ଜେନା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ମଧ୍ୟ ଥିଲେ ।