ଭୁବନେଶ୍ୱର, ୬ା୧୨(ଅନିଲ ଦାସ)- ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ନେତା ପ୍ରଫୁଲ ସାମଲ ବିଜୁ ଶ୍ରମିକ ସାମ୍ମୁଖ୍ୟର ରାଜ୍ୟ ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି । ଶୁକ୍ରବାର ଏ ନେଇ ବିଜେଡି ପକ୍ଷରୁ ପ୍ରେସ୍ ବିଜ୍ଞପ୍ତି ଜରିଆରେ ସୂଚନା ଦିଆଯାଇଛି।
ପ୍ରଫୁଲ୍ଲ ସାମଲ ୬ ଥର ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ୧୯୯୦ ଓ ୧୯୯୫ରେ ସେ ଜନତା ଦଳ ଟିକେଟରେ ଭଦ୍ରକ ବିଧାନସଭା ଆସନରୁ ବିଜୟୀ ହୋଇଥିଲେ। ୨୦୦୧ରେ ଭଦ୍ରକ ବିଧାନସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନରେ ବିଜେଡି ଟିକେଟରେ ବିଜୟୀ ହୋଇଥିଲେ। ୨୦୦୯ରୁ ୨୦୧୯ ପର୍ଯ୍ୟନ୍ତ ସେ ବିଜେଡି ଟିକେଟରେ ଭଣ୍ଡାରିପୋଖରୀ ଆସନରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୨୪ରେ ସେ ଭଦ୍ରକ ବିଧାନସଭା ଆସନରୁ ନିର୍ବାଚନ ଲଢ଼ି ପରାସ୍ତ ହୋଇଛନ୍ତି।