ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ପ୍ରମିଳା ମଲ୍ଲିକ

ଭୁବନେଶ୍ୱର,୨୧।୯: ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ନେତ୍ରୀ ପ୍ରମିଳା ମଲ୍ଲିକ ଗୁରୁବାର ମନ୍ତ୍ରୀ ପଦରୁ ଇସ୍ତାଫା ଦେଇଛନ୍ତି। ବିଜେଡି ପକ୍ଷରୁ ବୁଧବାର ବାଚସ୍ପତି ପ୍ରାର୍ଥୀ ଭାବେ ତାଙ୍କ ନାମ ଘୋଷଣା କରାଯାଇଛି। ନାମାଙ୍କନପତ୍ର ଦାଖଲ ପୂର୍ବରୁ ସେ ମନ୍ତ୍ରୀ ପଦବୀରୁ ଇସ୍ତଫା ଦେଇଛନ୍ତି।
ଆସନ୍ତା ୨୨ ତାରିଖ ସକାଳ ୯ଟାରେ ବିଧାନସଭାରେ ବାଚସ୍ପତି ପଦବୀ ପାଇଁ ନିର୍ବାଚନ ହେବ। ବିଧାନସଭାରେ ଅନ୍ୟ କୌଣସି ଦଳ ବାଚସ୍ପତି ପଦବୀ ପାଇଁ ପ୍ରାର୍ଥୀ ଦେଉ ନ ଥିବାରୁ ଏବଂ ବିଜେଡି ସଂଖ୍ୟାଗରିଷ୍ଠ ଥିବାରୁ ପ୍ରମିଳା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ସମ୍ଭାବନା ରହିଛି। ଏଥିସହ ସେ ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି ହେବାର ଗୌରବ ମଧ୍ୟ ଲାଭ କରିବେ। ପାର୍ଲାମେଣ୍ଟରେ ମହିଳା ସଂରକ୍ଷଣ ବିଲ୍‌ ପାରିତ ହୋଇଥିବା ବେଳେ ବିଜେଡି ପ୍ରଥମ ଥର ପାଇଁ ମହିଳା ବାଚସ୍ପତି ପ୍ରାର୍ଥୀ ଘୋଷଣା କରି ମାଷ୍ଟରଷ୍ଟ୍ରୋକ୍‌ ମାରିଛି।
ସୂଚନାଯୋଗ୍ୟ,ଗତ ଜୁନ୍‌ ୩ ତାରିଖରେ ବିକ୍ରମ କେଶରୀ ଆରୁଖ ବାଚସ୍ପତି ପଦରୁ ଇସ୍ତଫା ଦେବା ପରଠାରୁ ଉକ୍ତ ପଦବୀ ଖାଲିପଡ଼ିଛି। ବିଧାନସଭାର ଉପବାଚସ୍ପତି ରଜନୀକାନ୍ତ ସିଂ ଏବେ କାମଚଳା ବାଚସ୍ପତି ଭାବେ ଦାୟିତ୍ୱ ତୁଲାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ଜାଲ୍‌ ଚିଠି

କଟକ,୨୨ା୯(କାର୍ତ୍ତିକ ସାହୁ): ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ମିଥ୍ୟା ଚିଠି ପ୍ରେରଣ କରାଯାଇଛି। ଉକ୍ତ ଚିଠିରେ ଢେଙ୍କାନାଳ ଜିଲାର ବିଭିନ୍ନ ସ୍ବାସ୍ଥ୍ୟସେବା କେନ୍ଦ୍ରର...

ଥମୁନି ମହିଳାଙ୍କ ଉପରେ ଅତ୍ୟାଚାର, ଅଙ୍ଗନୱାଡି କେନ୍ଦ୍ରରେ କଙ୍ଗାରୁ କୋର୍ଟ

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ଅଙ୍ଗନୱାଡ଼ି କେନ୍ଦ୍ରରେ ପଶି କଙ୍ଗାରୁ କୋର୍ଟ କରି କର୍ମୀଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି।...

ଭିଡିଓ ଭାଇରାଲ କରି ଧ୍ୟାନ ହଟାଇବାକୁ ଉଦ୍ୟମ

ଭୁବନେଶ୍ୱର, ୨୨।୯(ସୁନିତ୍‌ ମିଶ୍ର): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ନେଇ ଓଡ଼ିଶା ପୋଲିସ ସମେତ...

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri