Advertisement

ପୁଣି ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲେ ବବି, କହିଲେ-‘ସେ ନିଜ ଦଳର ବିଶ୍ୱାସ ହରାଇଛନ୍ତି’

ଭୁବନେଶ୍ୱର,୩।୫: ଓଡ଼ିଶାର ପାଣିପାଗ ସହିତ ନିର୍ବାଚନୀ ପାଗ ମଧ୍ୟ ସରଗରମ ହୋଇଛି। ଶୁକ୍ରବାର ଧର୍ମେନ୍ଦ୍ର ପ୍ରଧାନ ସାମ୍ବାଦିକ ସମ୍ମିଳନୀ କରି ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିବା ପରେ କଡ଼ା ଜବାବ ରଖିଛନ୍ତି ବିଜେଡି ସାଧାରଣ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)।

ବବି ଏକ୍ସ’ରେ ଏକ ପୋଷ୍ଟ କରି ଲେଖିଛନ୍ତି, ”ଧର୍ମେନ୍ଦ୍ର ଗତ ୧୦ ବର୍ଷ ଧରି ମୁଖ୍ୟମନ୍ତ୍ରୀ ହେବାର ସ୍ୱପ୍ନ ଦେଖିଲେ, ହେଲେ ତାଙ୍କ ନିଜ ଦଳ ତାଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କଲା ନାହିଁ। କାରଣ ସେ ଦଳର ବିଶ୍ୱାସ ହରାଇଛନ୍ତି। ତାଙ୍କ ଦଳ ଜାଣିଛି, ଯେଉଁଦିନ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ତାଙ୍କ ନାଁ ଘୋଷଣା ହୋଇଯିବ, ବିଧାନସଭାରେ ସେମାନଙ୍କର ଆସନ ସଂଖ୍ୟା ୧୦ରୁ ତଳକୁ ଖସିଆସିବ।”

ଏଥିସହିତ ବବି ଲେଖିଛନ୍ତି ”ଢେଙ୍କାନାଳ ସଂସଦୀୟ କ୍ଷେତ୍ରରୁ ଲଢିବାକୁ ୧୦ ବର୍ଷ ଧରି ଯଥାସମ୍ଭବ ଉଦ୍ୟମ କଲେ। ହେଲେ ସେଠାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ, ନିଜ ପଞ୍ଚାୟତ, ବ୍ଲକ୍ ଆଉ ଜିଲ୍ଲାପରିଷଦରେ ହାରିଲେ। ସେଥିରୁ ସେ ଜାଣିପାରିଲେ ଢେଙ୍କାନାଳରୁ ଲଢିଲେ ଜିତିବା ଅସମ୍ଭବ। ଖାସ୍ ଏଥିପାଇଁ ସେ ସମ୍ବଲପୁର ଆସିଲେ।”

ଏହା ପୂର୍ବରୁ ଶୁକ୍ରବାର ବାବୁ ଆଉ ଏକ ପୋଷ୍ଟରେ ମିଶନ ଶକ୍ତି ସଚିବ ସୁଜାତା ରାଉତ କାର୍ତ୍ତିକେୟନଙ୍କ ବଦଳିକୁ ନେଇ ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କରିଥିଲେ। ଏଥିରେ ସେ ଲେଖିଥିଲେ, ”ଧର୍ମେନ୍ଦ୍ର ନିର୍ବାଚନ ଲଢ଼ିବା ପାଇଁ ସ୍ଥିର କଲେ ମିଶନ ଶକ୍ତି ମା’ମାନଙ୍କ ଦୁବାଇ ଯିବା ବନ୍ଦ କରିଦେଲେ। ଆଉ ଯେବେ ସେ ନାମାଙ୍କନ ଦାଖଲ କଲେ ମିଶନ ଶକ୍ତି ସଚିବ, କେନ୍ଦ୍ରାପଡ଼ାର ଝିଅ ସୁଜାତା ରାଉତଙ୍କୁ ବାହାର କରିଦେଲେ।

ଏଥିରୁ ସ୍ପଷ୍ଟ ଅନୁମେୟ ହେଉଛି ଯଦି ଧର୍ମେନ୍ଦ୍ର ନିର୍ବାଚନ ଜିତନ୍ତି, ସେ ମିଶନ ଶକ୍ତି କାର୍ଯ୍ୟକ୍ରମକୁ ପୂରା ବନ୍ଦ କରିଦେବେ। ଏ ଅସମ୍ମାନର ଜବାବ ଓଡ଼ିଶାର ଲକ୍ଷ ଲକ୍ଷ ମିଶନ ଶକ୍ତି ମା’ ଏଥର ନିଶ୍ଚୟ ଦେବେ।”

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share