ଦୁର୍ଘଟଣାରେ ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର

ସମ୍ବଲପୁର,୧୫ା୩: ଦୁର୍ଘଟଣାରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର ହୋଇଛନ୍ତି। ଏକ ଗ୍ୟାସ୍‌ ଟ୍ୟାଙ୍କର ସହ ତାଙ୍କ କାର୍‌ ମୁହାଁମୁହିଁ ଧକ୍କା ହୋଇଥିବା ସୂଚନା ମିଳିଛି। ଭୁବନେଶ୍ୱରରୁ ବରଗଡ଼ ଫେରିବା ବେଳେ ଗୁରୁବାର ବିଳମ୍ବିତ ରାତିରେ ସମ୍ବଲପୁର ଜିଲା ରେଢ଼ାଖୋଲର ବେଲଡିହି ନିକଟରେ ଏହି ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ପ୍ରସନ୍ନଙ୍କ ତାଙ୍କ ପିଏସ୍‌ଓ ଏବଂ ଡ୍ରାଇଭର ଆହତ ହୋଇଛନ୍ତି। ସମସ୍ତଙ୍କୁ ସମ୍ବଲପୁରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପ୍ରସନ୍ନଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ଦୁର୍ଘଟଣା ଘଟାଇଥିବା ଟ୍ୟାଙ୍କର ଡ୍ରାଇଭରଙ୍କୁ ଅଟକ ରଖି ପୋଲିସ ଘଟଣାର ତଦନ୍ତ କରୁଛି।

Share