ଫାଇନାଲ ହେଲା ଟିକେଟ୍‌! ପ୍ରତାପ କହିଲେ ଲେଖାଶ୍ରୀ ଲଢିଲେ କୌଣସି…

ଭୁବନେଶ୍ୱର,୯।୪: ଲେଖାଶ୍ରୀ ସାମନ୍ତସିଂହାର ଭାଜପା ଛାଡି ବିଜେଡିରେ ଯୋଗ ଦେବା ପରେ ତାଙ୍କୁ ଦଳ ବାଲେଶ୍ୱରରୁ ଲୋକ ସଭା ପ୍ରାର୍ଥୀ କରିପାରେ ବୋଲି ଚର୍ଚ୍ଚା ହେଉଛି। ଏହି ଚର୍ଚ୍ଚା ମଧ୍ୟରେ ଭାଜପା ଲୋକ ସଭା ପ୍ରାର୍ଥୀ ପ୍ରତାପ ଷଡଙ୍ଗୀ ପ୍ରତିକ୍ରିୟା ରଖିଛନ୍ତି। ପ୍ରତାପ କହିଛନ୍ତି, ସେ ପ୍ରାର୍ଥୀ ହେଲେ ଭାଜପାକୁ ବିଶେଷ କିଛି ଅସୁବିଧା ନାହିଁ । ଏଥର ବାଲେଶ୍ୱରରେ ଭାଜପାର ଫଳାଫଳ ଭଲ ହେବ । ଗତ ଥର ଅପେକ୍ଷା ଏଥର ଅଧିକ ବ୍ୟବଧାନରେ ବାଲେଶ୍ୱରରେ ଜିତିବେ ବୋଲି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ପ୍ରତାପ। ଏଥିସହ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ ମନ୍ତ୍ରୀ ଅମିତ ଶାହ, ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପରି ନେତା ଆସିବେ ବୋଲି ପ୍ରତାପ ଷଡଙ୍ଗୀ କହିଛନ୍ତି ।

ଅନ୍ୟପଟେ, ବିଜେଡିରେ ଯୋଗ ଦେବା ପରେ ଲେଖାଶ୍ରୀ କହିଥିଲେ, ମୋର ଯେତିକି ଦକ୍ଷତା ଥିଲା, ସେହି ଅନୁସାରେ ମୁଁ ଦୀର୍ଘ ୧୦ ବର୍ଷ ଧରି ଭାରତୀୟ ଜନତା ପାର୍ଟି ପାଇଁ କାର୍ଯ୍ୟ କରିଥିଲି। ମୋର ଯେଉଁ ଇଚ୍ଛା ଥିଲା, ତାହା ୧୦ ବର୍ଷ ପରେ ମଧ୍ୟ ଭାଜପାରେ ପୂରଣ ହୋଇପାରିଲାନାହିଁ। ସେମାନେ ମଧ୍ୟ କୌଣସି କାରଣରୁ ମୋ ଉପରେ ଭରସା କରିପାରିଲେ ନାହିଁ। ତେଣୁ ମୁଁ ଅନୁଭବ କଲି ଭାରତୀୟ ଜନତା ପାର୍ଟିରେ ମୋର କାମ ସରିଯାଇଛି। ଆଉ ଆଗକୁ ବଢିବା ପାଇଁ ମୁଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶ ଯାତ୍ରାରେ ସାମିଲ ହେବାକୁ ନିଷ୍ପତ୍ତି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

UPSC ଫଳାଫଳ ପ୍ରକାଶିତ: ଜାଣନ୍ତୁ କେମିତି କରିବେ ଚେକ୍‌

ନୂଆଦିଲ୍ଲୀ,୨୨।୪:ଲୋକସେବା ଆୟୋଗ ଦ୍ୱାରା UPSC ଚୂଡ଼ାନ୍ତ ଫଳାଫଳ ଘୋଷଣା କରାଯାଇଛି। ସମସ୍ତ ପ୍ରାର୍ଥୀ upsc.gov.in କୁ ଯାଇ ଗୋଟିଏ କ୍ଲିକ୍‌ରେ ସେମାନଙ୍କର ଫଳାଫଳ ଦେଖିପାରିବେ। ଏଥର,...

‘ସଂସଦ ସର୍ବୋଚ୍ଚ, ଏହା ଉପରେ କେହି ନୁହଁନ୍ତି’: ପୁଣି ସୁପ୍ରିମକୋର୍ଟକୁ ଟାର୍ଗେଟ୍‌ କଲେ ଉପରାଷ୍ଟ୍ରପତି

ନୂଆଦିଲ୍ଲୀ,୨୨।୪: ଉପରାଷ୍ଟ୍ରପତି ଜଗଦୀପ ଧନଖର ପୁଣି ଥରେ ଭାରତର ସମ୍ବିଧାନରେ ନିର୍ଦ୍ଦିଷ୍ଟ ଶାସନ ଢାଞ୍ଚାରେ ନ୍ୟାୟପାଳିକାର ଭୂମିକା ଏବଂ ସୀମା ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ...

ପ୍ରବଳ ଖରାରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପକ୍ଷରୁ ଦହିପଣା ବଣ୍ଟନ

ଛତ୍ରପୁର,୨୨।୪,(ଦିଲ୍ଲୀପ ସାମଲ) : ଗ୍ରୀଷ୍ମ ପ୍ରବାହ ଯୋଗୁଁ ଚାରିଆଡେ ଜନ ଜୀବନ ଅସ୍ତ ବ୍ୟସ୍ତ ହୋଇପଡିଥିବା ବେଳେ ଗଞ୍ଜାମ ଜିଲାର ସଦର ମହକୁମା ଛତ୍ରପୁର ସହର...

ଅନ୍ୟାୟ, ଅତ୍ୟାଚାର ଅଭିଯୋଗ: ନ୍ୟାୟ ଦାବିରେ ସପରିବାର ଧାରଣା

ବରଗଡ଼,୨୨।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ଦେବାହାଲ ଗ୍ରାମର ଲିପି ସାହୁଙ୍କ ପରିବାର ଉପରେ କିଛି ଲୋକ ଅନ୍ୟାୟ, ଅତ୍ୟାଚାର କରି ଚାଲିଥିବା ଅଭିଯୋଗ...

ଅତି ସହଜରେ ଘରେ ପ୍ରସ୍ତୁତ କରନ୍ତୁ ମ୍ୟାଙ୍ଗୋ କୁଲ୍‌ଫି; ଜାଣନ୍ତୁ ପ୍ରସ୍ତୁତି ପ୍ରଣାଳୀ…

ଖରାଦିନ ଆସିଲେ ଥଣ୍ଡା ଖାଇବାକୁ ମନ ବଳିଥାଏ। ସେ ଆଇସକ୍ରିମ ହେଉ ଅବା ଲସି ଘରେ ଘରେ ଏହାର ଚାହିଦା ବଢ଼ିଯାଇଥାଏ। ହେଲେ ଆଜିର ସମୟରେ...

IPL ରେ ଏହି ଟିମ ଉପରେ ଆସିଲା Match Fixing ଅଭିଯୋଗ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୪: ଲକ୍ଷ୍ନୌ ସୁପରଜାଏଣ୍ଟସ ବିପକ୍ଷରେ ଜିତିଥିବା ମ୍ୟାଚ ହାରିବା ପରେ ରାଜସ୍ଥାନ ରୟାଲ୍ସ ଉପରେ Match Fixingର ଅଭିଯୋଗ ଆସିଛି। ଏହି ମ୍ୟାଚରେ ରାଜସ୍ଥାନକୁ ଜିତିବା...

ବିବାହ ବାର୍ଷିକୀରେ ମା’ ହେଲେ ଜ୍ୱାଲା ଗୁଟ୍ଟା: ଖୁସି ହେଲା ଦ୍ୱିଗୁଣିତ

ଚେନ୍ନାଇ,୨୨।୪: ପୂର୍ବତନ ଭାରତୀୟ ବ୍ୟାଡମିଣ୍ଟନ ତାରକା ଜ୍ୱାଲା ଗୁଟ୍ଟା ମା’ ହୋଇଛନ୍ତି। ସେ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ଏହାସହ ଜ୍ୱାଲାଙ୍କ ଖୁସି ଦ୍ୱିଗୁଣିତ ହୋଇଛି।...

ଏମିତି ବି ଆସେ ମୃତ୍ୟୁ! ମା’ ବିଦ୍ୟୁତ ସଂସ୍ପର୍ଶରେ ଆସିବା ଦେଖି ଧାଇଁ ଯାଇଥିଲେ ପୁଅ, ଏକାଠି ଚାଲିଗଲା ଦୁହିଁଙ୍କ ଜୀବନ

ଭବାନୀପାଟଣା,୨୨।୪( ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌.ରାମପୁର ଥାନା ଅନ୍ତର୍ଗତ ସାଇ ଦଲଙ୍ଗା ଗ୍ରାମ ପଞ୍ଚାୟତର ଟୁର୍ଚି (ଡଙ୍ଗର ପଡ଼ା)ରୁ ମଙ୍ଗଳବାର ସକାଳୁ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image