୧୨ରେ ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ, ଘରେ ଘରେ ଦୀପ ଜାଳିବାକୁ ଅପିଲ କଲେ ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର,୧୦।୬: ଭାଜପାର ଡବଲ ଇଞ୍ଜିନ୍‌ ସରକାର ପାଇଁ ପ୍ରତିଟି ସାଧାରଣଲୋକ ଦୁଇଟି ଦୀପ ଜାଳିବା ପାଇଁ ପ୍ରତାପ ଷଡ଼ଙ୍ଗୀ ଅପିଲ କରିଛନ୍ତି। ସେ କହିଛନ୍ତି, ଓଡ଼ିଶାରେ ଜନଶକ୍ତି ଜାଗ୍ରତ ହୋଇଛି। ଅତ୍ୟାଚାରୀ ସରକାରର ଅନ୍ତ ହୋଇଛି। ଆସନ୍ତାକାଲି ୪.୩୦ରେ ବିଧାୟକ ଦଳ ବୈଠକ ବସିବ। ୧୨ ତାରିଖରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ। ତେଣୁ ଗୋଟିଏ କେନ୍ଦ୍ର ପାଇଁ ଓ ଗୋଟିଏ ଓଡିଶାରେ ସରକାର ଗଠନ ପାଇଁ ଦୀପ ଜାଳିବାକୁ ପ୍ରତାପ ଷଡଙ୍ଗୀ ଅପିଲ କରିଛନ୍ତି।

ରାଜ୍ୟରେ ସରକାର ଗଢିବାକୁ ଯାଉଛି ଭାଜପା। ହେେଏ ଏଯାଏ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ହୋଇନାହିଁ। ମୁଖ୍ୟମନ୍ତ୍ରୀ ପଦ ପାଇଁ ଯେଉଁମାନଙ୍କ ନାଁ ଆଲୋଚନା ହେଉଛି, ସେମାନଙ୍କ ମଧ୍ୟରେ ରାଜ୍ୟ ସଭାପତି ମନମୋହନ ସାମଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ପ୍ରମୁଖ ରହିଛନ୍ତି। ଅନ୍ୟପଟେ ୧୨ ତାରିଖରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କରିବେ। ଶପଥଗ୍ରହଣ ଉତ୍ସବ ପାଇଁ ଜନତା ମୈଦାନରେ ଜୋରଦାର ପ୍ରସ୍ତୁତି ଚାଲିଥିବା ବେଳେ ଏଯାଏ ଭାଜପା କାହାକୁ ମୁଖ୍ୟମନ୍ତ୍ରୀ କରିବ, ତାହା ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri