Subhadra Yojana: ସୁଭଦ୍ରା ଯୋଜନାକୁ ନେଇ ପ୍ରଭାତୀଙ୍କ ବଡ଼ ଘୋଷଣା, କଲେଜ ଛାତ୍ରୀ…

ଭୁବନେଶ୍ୱର,୧୭।୪:କଲେଜ ଛାତ୍ରୀଙ୍କ ପାଇଁ ବଡ ଘୋଷଣା । ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସୁଭଦ୍ରା ସର୍ଭେରେ ସାମିଲ ହୋଇପାରିବେ କଲେଜ ଛାତ୍ରୀ । ସୁଭଦ୍ରା ସହାୟତା ପାଇଥିବା ହିତାଧିକାରୀଙ୍କଠାରୁ ମତାମତ ସଂଗ୍ରହ ସର୍ବେକ୍ଷଣରେ କଲେଜ ଛାତ୍ରୀମାନଙ୍କୁ ସାମିଲ କରାଯିବ । ଗତକାଲି ବସିଥିବା ବୈଠକରେ ନିଷ୍ପତ୍ତି ନିଆଯାଇଛି । ପୂର୍ବରୁ ସୁଭଦ୍ରା ହିତାଧିକାରୀ ଯେଉଁମାନେ ଟଙ୍କା ପାଇବାରୁ ବଞ୍ଚିତ ଅଛନ୍ତି ସେମାନଙ୍କ ପାଇଁ ସର୍ଭେ ହେବ ବୋଲି କହିଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

ବୈଠକର ଅନ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଅନୁଯାୟୀ ଯେଉଁ ହିତାଧିକାରୀମାନେ ପ୍ରଥମେ ସୁଭଦ୍ରା ସହାୟତା ପାଇଁ ପଞ୍ଜୀକରଣ କରିଥିଲେ, ମାତ୍ର ପରବର୍ତ୍ତୀ ସମୟରେ ସେମାନଙ୍କ ପରିବାର ଆର୍ଥିକ ସ୍ବଚ୍ଛଳ ବର୍ଗରେ ଆସୁଥିବା ଜାଣି ସେମାନେ ସୁଭଦ୍ରା ପୋର୍ଟାଲରେ ସହାୟତା ନ ନେବା ପାଇଁ ଅପ୍ଟ ଆଉଟ କରିଛନ୍ତି ବା ସେୱଚ୍ଛାକୃତ ଭାବେ ମନା କରିଛନ୍ତି ସେମାନଙ୍କୁ ସମ୍ବର୍ଦ୍ଧିତ କରାଯିବ । ସେହିପରି ବର୍ତ୍ତମାନ ସୁଦ୍ଧା ଯେଉଁମାନେ ସୁଭଦ୍ରାରେ ଅନ୍ତର୍ଭୁକ୍ତ ହୋଇନାହାନ୍ତି ବା କୌଣସି କାରଣରୁ ବାଦ ପଡିଛନ୍ତି ସେମାନଙ୍କ ସଂପର୍କରେ କମିଟି ମାଧ୍ୟମରେ ତର୍ଜମା କରାଯାଇ ଏ ସଂପର୍କିତ ଅଭିଯୋଗର ସମାଧାନ କରାଯିବା ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଛି ।

ଅପରପକ୍ଷେ ସୁଭଦ୍ରା ସହାୟତା ପରିଚାଳନା ସୁବ୍ୟବସ୍ଥା ପାଇଁ କାର୍ଯ୍ୟକାରୀ ହୋଇଥିବା ସହାୟତା କେନ୍ଦ୍ର (ହେଲ୍ପ ଡେସ୍କ) ବ୍ୟବସ୍ଥାକୁ ଆଉ ୩ ମାସ ପର୍ଯ୍ୟନ୍ତ ବୃଦ୍ଧି କରାଯିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଛି । ଏଥି ସହିତ ସୁଭଦ୍ରା ହେଲ୍ପ ଲାଇନ ମଧ୍ୟ ଜାରି ରହିବ ।

 


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଏହି ୪ ରାଶିରେ ଆସିବ ବଡ଼ ପରିବର୍ତ୍ତନ: ପାଇବେ ଭଲ ଖବର, ବର୍ଷ ସାରା କେମିତି ରହିବ ଜାଣନ୍ତୁ…

ଗ୍ରହମାନଙ୍କର ଗତି ଏବଂ ଗମନରେ ପରିବର୍ତ୍ତନ ଦେଶ ଏବଂ ବିଶ୍ୱ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଥାଏ। ଗ୍ରହମାନଙ୍କର ରାଶି ଏବଂ ନକ୍ଷତ୍ରରେ ପରିବର୍ତ୍ତନ ରାଶିମାନଙ୍କ...

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri