ପ୍ରବୀଣ ଟିପିଡବ୍ଲ୍ୟୁଓଡିଏଲ୍‌ର ନୂତନ ସିଇଓ

ଭୁବନେଶ୍ୱର,୨୪।୪: ଟିପି ଓ୍ବେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିଡବ୍ଲ୍ୟୁଓଡିଏଲ୍‌) ର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ପ୍ରବୀଣ କୁମାର ବର୍ମା ନିକଟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ର ବ୍ୟବସାୟ ବିଭାଗରେ ମୁଖ୍ୟ ଭାବେ ୨୦୨୦-୨୩ ପର୍ଯ୍ୟନ୍ତ କାର୍ଯ୍ୟ କରୁଥିଲେ। ଏପରିକି ଟିପି ନଦର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ରେ ସେ ସ୍ବଳ୍ପ ସମୟ ପାଇଁ କାର୍ଯ୍ୟ କରିଛନ୍ତି। ଉଲ୍ଲେଖଯୋଗ୍ୟ, ୨୦୦୪ରେ ବର୍ମା ଟାଟା ପାଓ୍ବାର ଗ୍ରୁପ୍‌ ସହ ଜଡିତ ହୋଇଥିଲାବେଳେ ଦୀର୍ଘ ୨୦ ବର୍ଷରୁ ଅଧିକ ସମୟ ଧରି ସେ ବିଦ୍ୟୁତ୍‌୍‌ ବିତରଣ ଓ ବ୍ୟବସାୟ କ୍ଷେତ୍ରରେ କାର୍ଯ୍ୟ କରିବା ସହ ବ୍ୟାପକ ଅଭିଜ୍ଞତା ହାସଲ କରିଛନ୍ତି। ଏ ନେଇ ଟାଟା ପାଓ୍ବାରର ସଭାପତି (ଟି ଆଣ୍ଡ ଡି) ସଞ୍ଜୟ ବାଙ୍ଗା କହିଛନ୍ତି, ବିଦ୍ୟୁତ୍‌ ବିତରଣ କ୍ଷେତ୍ରରେ ପ୍ରବୀଣଙ୍କ ଭୂମିକା ବେଶ୍‌ ଗୁରୁତ୍ୱପୂର୍ଣ୍ଣ ହୋଇଥିବାବେଳେ ଟିପି ଓ୍ବେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ ତାଙ୍କ ନେତ୍ୱତୃରେ ଆଗକୁ ବଢିବା ସହିତ ନୂଆ ସଫଳତା ହାସଲ କରିବ। ଏପରିକି ସେ ଏ କ୍ଷେତ୍ରରେ ଅଭିଜ୍ଞ ଓ ଦକ୍ଷ ଭାବେ ବେଶ୍‌ ଜଣାଶୁଣା। ସେହିଭଳି ପ୍ରବୀଣ କହିଛନ୍ତି, ଟିପି ଓ୍ବେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ର ସିଇଓ ଭାବେ ଯୋଗଦେଇଥିବାରୁ ମୁଁ ବେଶ୍‌ ଉତ୍ସାହିତ ଅଛି। ଟିପି ଓ୍ବେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ର ସଫଳତାର ଯାତ୍ରାରେ ନୂଆ ଫର୍ଦ୍ଦ ଯୋଡ଼ିବା ପାଇଁ ଆବଶ୍ୟକ ପଦକ୍ଷେପ ଓ କାର୍ଯ୍ୟକ୍ରମମାନ ହାତକୁ ନେଇ ଆଶାନୁରୂପ ସଫଳତା ହାସଲ କରିବ ବୋଲି ଆଶା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

ରିଲାଏନ୍ସ ଜିଓର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୬।୧୦(ଅଭୟ ଦାଶ): ରିଲାଏନ୍ସ ଜିଓର ନୂତନ ଉତ୍ପାଦ ‘ଜିଓଭାରତ ଭି୩ ଏବଂ ଜିଓ ଭାରତ ଭି୪’ ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି ଏହି ୨ ନୂଆ...

ମାମାଆର୍ଥ ସହ ମିଶୋର ବୁଝାମଣା

ନୂଆଦିଲ୍ଲୀ,୧୬।୧୦: ଭାରତରେ ଦ୍ରୁତ ବୃଦ୍ଧି ପାଉଥିବା ପର୍ସନାଲ କେୟାର ବ୍ରାଣ୍ଡ୍‌ ମାମାଆର୍ଥ ଏବଂ ଇ-କର୍ମସ ପ୍ଲାଟ୍‌ଫର୍ମ ମିଶୋ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି।...

ଭାରତୀୟ ଡେଟା ସେଣ୍ଟରରେ ଭାରତର ଡେଟା ରହୁ: ଆକାଶ

ନୂଆଦିଲ୍ଲୀ,୧୬।୧୦: ଭାରତରେ ଡେଟା ସୃଷ୍ଟି ହେବାର ଆକାର ଏବଂ ଗତି ବେଶ୍‌ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଏପରିକି ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ସହିତ ଆହୁରି...

ସେପ୍ଟେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ହାର ୫.୪୯%

ଭୁବନେଶ୍ୱର,୧୫ା୧୦(ଅନୁରାଧା ମହାରଣା): ପନିପରିବା ମୂଲ୍ୟରେ ବ୍ୟାପକ ବୃଦ୍ଧି ହେତୁ ଖୁଚୁରା ମୁଦ୍ରାସ୍ଫୀତି ହାରରେ ତୀବ୍ର ବୃଦ୍ଧି ଘଟିଛି। ଗତ ୯ମାସ ମଧ୍ୟରେ ସର୍ବୋଚ୍ଚ ସ୍ତରରେ ଖୁଚୁରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri