ନ୍ୟାୟ ପାଇଁ ଥାନା ଆଗରେ ଧାରଣା ଦେଲେ ଗର୍ଭବତୀ

କୋଟଗଡ,୨୨।୬( ସରୋଜ ବଳିୟାର ସିଂ): ନ୍ୟାୟ ପାଇଁ ଥାନା ଆଗରେ ଧାରଣା ଦେଇଛନ୍ତି ୯ ମାସର ଗର୍ଭବତୀ । ଏଭଳି ଘଟଣା କନ୍ଧମାଳ ଜିଲା କୋଟଗଡ ଥାନାରେ ଦେଖିବାକୁ ମିଳିଛି। ଧାରଣା ଦେଇଥିବା ଗର୍ଭବତୀ ମହିଳା ଜଣଙ୍କ ସାଲକୀ ବୁଡାଗୁଡା ଗ୍ରାମର ପ୍ରିୟଙ୍କା ଉଠାଣ ସିଂ ବୋଲି ଜଣାପଡିଛ। ସ୍ବାମୀ ଉତ୍ତମ ଉଠାଣ ସିଂ ତାଙ୍କୁ ଯୌତୁକ ନିର୍ଯ୍ୟାତନା ଦେବା ସହ ମାରଧର କରୁଥିବା ନେଇ ଗତ ମାସରେ କୋଟଗଡ ପୋଷ୍ଟ ଅଫିସ ଜରିଆରେ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ କରିବା ପରେ ବାରମ୍ବାର ଥାନାକୁ ଆସି ପୋଲିସକୁ କହିବା ପରେ ତାଙ୍କୁ ନ୍ୟାୟ ମିଳି ନ ଥିଲା । ତେବେ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନଥିବା ନେଇ ଗୁରୁବାର ଥାନା ଆଗରେ ଧାରଣା ଦେଇଛନ୍ତି। ସ୍ବାମୀ ଉତ୍ତମ ଉଠାଣ ସିଂ ଜଣେ ସରକାରୀ ଗ୍ରାମ ରୋଜଗାର ସେବକ ଭାବେ କାର୍ଯ୍ୟ କରୁଥିବା ବେଳେ ତାଙ୍କୁ ଏବେ ବି ଧମକ ଦେବା ସହ ଜୀବନରୁ ମାରି ଦେବାକୁ ଉଦ୍ୟମ କରୁଛନ୍ତି ବୋଲି ଅଭିଯୋଗକାରିଣୀ କହିଛନ୍ତି। ଏହା ସହ ପୋଲିସ ଟଙ୍କା ନେଇ ନ୍ୟାୟ ଦେଇନଥିବା ମହିଳା ଅଭିଯୋଗ ଆଣିଛନ୍ତି। ଏହା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତାଙ୍କୁ ନ୍ୟାୟ ଦିଅନ୍ତୁ ବୋଲି ନିବେଦନ କରିଛନ୍ତି। ଅନ୍ୟପଟେ ଅଭିଯୋଗ ଆଣିଥିବା ମହିଳାଙ୍କର ଅଭିଯୋଗ ଗ୍ରହଣ କରାଯିବା ସହ ତଦନ୍ତ କରାଯିବ ବୋଲି ବାଲିଗୁଡା ଏସଡିପିଓ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରର ଜନବିରୋଧୀ ନୀତିକୁ ବିଭିନ୍ନ ସଙ୍ଗଠନର ବିରୋଧ

ଭବାନୀପାଟଣା,୨୭ା୧୧(ଉତ୍ତମ କୁମାର ଦାଶ):କେନ୍ଦ୍ର ସରକାରଙ୍କ ଜନବିରୋଧୀ ନୀତି ବିରୋଧରେ ମଙ୍ଗଳବାର ଭବାନୀପାଟଣା ଜିଲାପାଳଙ୍କ ଅଫିସ ସମ୍ମୁଖରେ ଜିଲାର ବିଭିନ୍ନ ସଙ୍ଗଠନ ପକ୍ଷରୁ ଗଣଧାରଣା ଦିଆଯାଇଛି। କଳାହାଣ୍ଡି...

ସୀମା ଟପିଲା ବୋହୂ, ପୁଅଙ୍କ ନିର୍ଯାତନା : ପଡ଼ୋଶୀଙ୍କ ଗୁହାଳରେ ଝୁଲି ପଡ଼ିଲେ ବାପା

ଭୋଗରାଇ, ୨୭l୧୧( ପ୍ରଦୀପ ଦାସ):ବହୁ ଦୁଃଖ କଷ୍ଟ ସହି ଦୁଇ ପୁଅଙ୍କୁ ବଡ଼ କରିଥିଲେ। ଭାବିଥିଲେ ପରିଣତ ବୟସରେ ସାହାରା ହେବେ। ହେଲେ ସେ ଅଲୋଡ଼ା...

ମୃତଦେହ ଆସିବାକୁ ଅପେକ୍ଷା କରିଥିବାବେଳେ ଘରୁ ଡକାୟତି

ବଇଣ୍ଡା, ୨୭ା୧୧ (ପରିକ୍ଷିତ ସାହୁ): ଦୁର୍ଘଟଣାରେ ଜଣେ ସଦସ୍ୟ ପ୍ରାଣ ହରାଇଥିବାରୁ ପରିବାର ଲୋକେ ଭାଙ୍ଗି ପଡ଼ିଥିଲେ। ଖବରପାଇ ଶୋକସନ୍ତପ୍ତ ପରିବାରକୁ ସାନ୍ତ୍ୱନା ଦେବାକୁ ବନ୍ଧୁବାନ୍ଧବ...

ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୨୭ା୧୧(ଅଜିତ୍‌ କୁମାର ମହାନ୍ତି):ମାର୍ଗଶିର ମାସ କୃଷ୍ଣପକ୍ଷ ଦ୍ୱାଦଶୀ ତିଥି ବୁଧବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା...

ପୁଞ୍ଜିନିବେଶ ନାଁରେ ଆଇଟି ପ୍ରୋଫେସନାଲଙ୍କ ଠାରୁ ୧୯ ଲକ୍ଷ ୮୪ ହଜାର ଟଙ୍କା ଠକେଇ

କଟକ,୨୬।୧୧: ପୁଞ୍ଜିନିବେଶ ନାଁରେ ଜଣେ ଆଇଟି ପ୍ରୋଫେସନାଲଙ୍କ ଠାରୁ ୧୯ ଲକ୍ଷ ୮୪ ହଜାର ଟଙ୍କା ଠକେଇ କରିବା ଅଭିଯୋଗରେ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି...

୮ କେଜି ଗଞ୍ଜେଇ, ଲକ୍ଷ୍ୟଧିକ ଆତ୍ମସାତ: ଏସଆଇ ନିଳମ୍ବିତ, ୨ ଏଏସଆଇ, ୨ କନଷ୍ଟେବଳ ବଦଳି

ଖୋର୍ଦ୍ଧା,୨୬।୧୧(ପ୍ରଭାତ ପାଣିଗ୍ରାହୀ) : ଖୋର୍ଦ୍ଧା ଜିଲାରେ ଗଠେଇ ଚୋରା ମଦ, ଧଳା ଜହର କାରବାର ବଢିବାରେ ଲାଗିଛି। ଜିଲାର ବୋଲଗଡ ଓ ବେଗୁନିଆ ବ୍ଲକରେ ନିଶା...

୧ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କଲେଜ ପ୍ରିନ୍ସିପାଲ୍

ନୟାଗଡ଼,୨୬।୧୧: ଦରମା ରିଲିଜ୍ କରାଇବାକୁ ଲାଞ୍ଚ ନେଇ ବନ୍ଧା ହେଲେ କଲେଜ ପ୍ରିନ୍ସିପାଲ୍। ନୟାଗଡ ଜିଲା ବାହାଡ଼ାଝୋଲା ଦଧିବାମନଜୀଉ କଲେଜ ପ୍ରିନ୍ସିପାଲ୍ ନଳିନୀ ରଞ୍ଜନ ଭୂୟାଁ...

ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ : ଫଟୋ ଭାଇରାଲ କରି ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୬ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଅନ୍ତର୍ଗତ ଏକ ଗାଁର ଦଶମ ଶ୍ରେଣୀରେ ପଢୁଥିବା ଜଣେ ନାବାଳିକାଙ୍କୁ ସବୁବେଳେ ପିଛା କରି ତାଙ୍କୁ ଆପତ୍ତିଜନକ ମନ୍ତବ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri