Advertisement

କାଳବୈଶାଖୀ: ଗଛପଡ଼ି ଗର୍ଭବତୀଙ୍କ ଚାଲିଗଲା ଜୀବନ

ଭବାନୀପାଟଣା,୭ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ଶନିବାର ଅପରାହ୍ନରେ କାଳବୈଶାଖୀ ବର୍ଷା ସହ ପବନ ହୋଇଥିଲା। ପବନ ଯୋଗୁ ଅନେକ ସ୍ଥାନରେ ବଡ ବଡ ଗଛଗୁଡିକ ଉପୁଡିପଡିଛି।
ସହରର ଲକ୍ଷ୍ମୀସାଗରପଡାର କୌଶଲା ବେହେରା(୨୬) ନାମକ ଜଣେ ଗର୍ଭବତୀଙ୍କ ଉପରେ ଗଛ ପଡିଯିବାରୁ ଚାପି ହୋଇ ତାଙ୍କର ମୃତ୍ୟୁ ଘଟିଛି। ବଡ ଅଘଟଣରୁ ପରିବାର ଲୋକେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସେହିପରି କାଳବୈଶାଖୀ ଯୋଗୁ ଦୀର୍ଘ ସମୟ ଧରି ଅଞ୍ଚଳରେ ବିଦ୍ୟୁତ ସରବରାହ ବନ୍ଦ ରହିଥିଲା।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share