ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ପ୍ରସ୍ତୁତି ବୈଠକ

ରାଇକିଆ,୧୦ା୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ସଭାଗୃହଠାରେ ଶୁକ୍ରବାର ଆସନ୍ତା ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଇକିଆ ବ୍ଲକ ଅଧ୍ୟକ୍ଷ ପ୍ରୀତମ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜି.ଉଦୟଗିରି ବିଧାୟକ ପ୍ରଫୁଲ୍ଲ ପ୍ରଧାନ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିବା ନିମନ୍ତେ ସର୍ବସମ୍ମତି କ୍ରମେ ନିଷ୍ପତ୍ତି ନିଆଯାଇଥିଲା। ଏହି ଅବସରରେ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଆୟୋଜନ ପାଇଁ ମଧ୍ୟ ସ୍ଥିର କରାଯାଇଥିଲା। ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ସମସ୍ତ କାର୍ଯ୍ୟକ୍ରମ ପାଇଁ ସବ୍‌ କମିଟି ଗଠନ କରି ଦାୟିତ୍ୱ ବଣ୍ଟନ କରାଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମନୋଜ ଦେବତା, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ରାମକୃଷ୍ଣ ବେହେରା, ରାଇକିଆ ସରପଞ୍ଚ ଗୀତାଞ୍ଜଳି ନାୟକ, ବେରେଡ଼ାକିଆ ସରପଞ୍ଚ ଅକ୍ଷୟ ପ୍ରଧାନ, ଏମ୍‌ପି ପ୍ରତିନିଧି ସନ୍ତୋଷ ଲେଙ୍କା, ଅତିରିକ୍ତ ତହସିଲଦାର ଦିଲ୍ଲୀପ ବେହେରା, ଲୋକପ୍ରତିନିଧି ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଶିକ୍ଷୟିତ୍ରୀ,ଶିକ୍ଷକ, ବୁଦ୍ଧିଜୀବୀ, ଗଣମାଧ୍ୟମ ପ୍ରତିନିଧି ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଲେମା ଗାଁରେ ମହିଳାଙ୍କୁ ହତ୍ୟା ଘଟଣା: ସ୍ବାମୀ ସହ ସଉତୁଣୀ-ପୁତୁରା ଗିରଫ

ମୋହନା,୧୦ା୧(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା କଲେମା ଗାଁରେ ଲାଲି ଓରଫ ଲକ୍ଷହିରା ନାୟକ ହତ୍ୟା ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଏହି ହତ୍ୟା...

ଘୁମୁରା ଉତ୍ସବ ଉଦ୍‌ଘାଟିତ: ନୃତ୍ୟ, ବାଦ୍ୟରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା,୧୦ା୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୫ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ସହରସ୍ଥିତ ବୁଢାଡ଼ଙ୍ଗର ମନ୍ଦିରରେ...

ଉଦ୍‌ଯାପନୀ ସମାରୋହରେ ପ୍ରବାସୀ ଭାରତୀୟଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି

ଭୁବନେଶ୍ୱର,୧୦।୧: ତିନି ଦିନ ଧରି ଚାଳିଥିବା ପ୍ରବାସୀ ଭାରତୀୟ ଦିବସର ଶୁକ୍ରବାର ଉଦ୍‌ଯାପନୀ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେଇ ପ୍ରବାସୀ ଭାରତୀୟଙ୍କୁ ସମ୍ମାନିତ କରିଛନ୍ତି।...

ବସ୍‌ରେ ଚିକିତ୍ସା ପାଇଁ ଯାଉଥିଲେ: ସିଟ୍‌ରେ ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୧୦।୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ପୁରୁଣା ବସ୍‌ଷ୍ଟାଣ୍ଡରୁ ବ୍ରହ୍ମପୁର ଯାଉଥିବା ଏକ ଯାତ୍ରୀବାହୀ ବସ୍‌ରୁ ଶୁକ୍ରବାର ଜଣେ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ବୃଦ୍ଧା...

ମୋହନାରୁ ଗଞ୍ଜେଇ ନେଇ ବ୍ରହ୍ମପୁର ଯାଉଥିଲେ ଅଭିଯୁକ୍ତ, ହାଜତ ପଠାଇଲା ଅବକାରୀ

ଦିଗପହଣ୍ଡି,୧୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଏସ୍‌ଆଇ ଅନୀତା ପ୍ରଧାନ ଗଜପତି ଜିଲା ମୋହନା ଥାନା କୀର୍ତ୍ତିଗି ଗ୍ରାମର ଜିତେନ୍ଦ୍ର ପାଇକଙ୍କୁ...

ଭୋଟ ଦେବାକୁ ଆସିଲେନି ସମିତି ସଭ୍ୟ କି ସରପଞ୍ଚ: ଫେରିଗଲେ ନିର୍ବାଚନ ଅଧିକାରୀ

ଝାରସୁଗୁଡା,୧୦।୧: ଝାରସୁଗୁଡା ଜିଲା କିର୍ମିରା ପଞ୍ଚାୟତ ସମିତି ଅଧ୍ୟକ୍ଷାଙ୍କ ଅନାସ୍ଥା ଭୋଟ ଆଜି ଅନୁଷ୍ଠିତବେଳେ ଏକ ଅପ୍ରିତିକର ପରିସ୍ଥିତି ସୃଷ୍ଟି ହୋଇଛି। ସକାଳ ୧୦ଟାରେ ଅନାସ୍ଥା...

ବିବାହ ବିଚ୍ଛେଦ ମାମଲାକୁ ନେଇ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ମାମଲା ବିଚାରାଧୀନ ଥିଲେ ଜଣେ ନେଇପାରିବେ…

କଟକ,୧୦ା୧: ବିବାହ ବିଚ୍ଛେଦ ମାମଲାରେ ହାଇକୋର୍ଟ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କରିଛନ୍ତି। କୋର୍ଟ କହିଛନ୍ତି, ମାମଲା ବିଚାରାଧୀନ ଥିବାବେଳେ ଜଣେ ଏକପାଖିଆ ସମ୍ମତି...

ତେଲଙ୍ଗାନାରେ ମର୍ମନ୍ତୁଦ ବସ ଦୁର୍ଘଟଣା: ଚାଲିଗଲା ୪ ଓଡ଼ିଆଙ୍କ ଜୀବନ

ମାଲକାନଗିରି,୧୦।୧(ଦୁର୍ଯ୍ୟୋଧନ ପାତ୍ର): ତେଲଙ୍ଗାନାରେ ଏକ ମର୍ମନ୍ତୁଦ ବସ ଦୁର୍ଘଟଣା ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ଘଟିଛି। ତେଲଙ୍ଗାନା ସୂର୍ଯ୍ୟାପେଟ-ଖମାମ ରାସ୍ତାରେ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri