Posted inଜାତୀୟ

କଶ୍ମୀର ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି:ଉପତ୍ୟକାରେ ଇସି ଟିମ୍‌

ଶ୍ରୀନଗର,୯ା୮(ପି.ଟି.):ଭାରତର ନିର୍ବାଚନ କମିଶନ୍‌ର ଏକ ଟିମ୍‌ ଗୁରୁବାର ଜମ୍ମୁ-କଶ୍ମୀର ଗସ୍ତ କରିଛନ୍ତି। ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାରଙ୍କ ନେତୃତ୍ୱରେ ୩ ସଦସ୍ୟ ବିଶିଷ୍ଟ ଇସି ଟିମ୍‌ ଗୁରୁବାର ସକାଳେ କଶ୍ମୀରରେ ପହଞ୍ଚତ୍ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିଥିଲେ। ଉକ୍ତ କେନ୍ଦ୍ରଶାସିତ ଅଞ୍ଚଳରେ ସେପ୍ଟେମ୍ବର ୩୦ ପୂର୍ବରୁ ବିଧାନସଭା ନିର୍ବାଚନ କରାଇବାକୁ ସୁପ୍ରିମକୋର୍ଟ ସମୟସୀମା ଧାର୍ଯ୍ୟ କରିଥିଲେ। ଇସି ସମସ୍ତ ରାଜନୈତିକ ଦଳ, ଜିଲା ମୁଖ୍ୟ ଏବଂ ପ୍ରଶାସନ ଓ ପୋଲିସ ବିଭାଗର ଅଧିକାରୀମାନଙ୍କ ସହ ବୈଠକ କରିଥିଲେ। ଆଲୋଚନା ବେଳେ ତୁରନ୍ତ ନିର୍ବାଚନ କରାଇବା ପାଇଁ ରାଜନୈତିକ ଦଳଗୁଡ଼ିକ ଦାବି କରିଥିଲେ। ୨୦୧୪ରୁ ଜମ୍ମୁ-କଶ୍ମୀରରେ ନିର୍ବାଚନ ହୋଇନାହିଁ। ୨୦୧୯ରେ ଧାରା ୩୭୦ ଉଚ୍ଛେଦ ଓ ରାଜ୍ୟକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରାଯିବା ପରେ ବିଭିନ୍ନ କାରଣରୁ ନିର୍ବାଚନ ହୋଇପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ...

ତିରୁପତି ଲଡୁ ବିବାଦକୁ ନେଇ ପଓ୍ବନ କଲ୍ୟାଣଙ୍କ ବଡ଼ ବୟାନ, କହିଲେ ସନାତନ ଧର୍ମ ପାଇଁ…

ହାଇଦ୍ରାବାଦ,୨୦ା୯: ତିରୁପତି ଭେଙ୍କଟେଶ୍ୱରଙ୍କ ମନ୍ଦିର ପ୍ରସାଦ ତିଆରି ପାଇଁ ବ୍ୟବହୃତ ଘିଅରେ ପଶୁ ଚର୍ବି ମିଳିଛି। ଶାସକ ତେଲୁଗୁ ଦେଶମ ପାର୍ଟି (ଟିଡିପି) ଦାବି କରିଛି...

ଚୌକା-ଛକା ବର୍ଷା କଲେ ଭାରତର ବଡ଼ ଶତ୍ରୁ: ବିସ୍ଫୋରକ ଅନ୍ଦାଜ୍‌ରେ ଜିତାଇଲେ ମ୍ୟାଚ୍‌

ଲଣ୍ଡନ,୨୦।୯: ଅଷ୍ଟ୍ରେଲିଆ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଏଠାରେ ଉଭୟଙ୍କ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳାଯାଉଛି। ଏହି ସିରିଜର ପ୍ରଥମ ମ୍ୟାଚ...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୦।୮:ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର...

ରିଲାଏନ୍ସ ଡିଜିଟାଲରେ ଆଇଫୋନ୍‌ ୧୬ ରେଞ୍ଜ

ମୁମ୍ବାଇ,୨୦।୯(ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ରିଲାଏନ୍ସ ଗ୍ରୁପ୍‌ର ଅଗ୍ରଣୀ ପ୍ଲାଟ୍‌ଫର୍ମ ‘ରିଲାଏନ୍ସ ଡିଜିଟାଲ’ରେ ବହୁ ପ୍ରତୀକ୍ଷିତ ଆଇଫୋନ୍‌-୧୬ର ସମସ୍ତ ଭାରିଆଣ୍ଟ (ରେଞ୍ଜ) ଉପଲବ୍ଧ...

ମହିଳାଙ୍କ ମୁହଁରେ ହସ ଫୁଟାଇବେ ଭାଜପା ସରକାର: ମହିଳାଙ୍କୁ ମିଳିବ ୨,୧୦୦ ଟଙ୍କା

ରୋହତକ,୨୦ା୯:ହରିୟାଣାରେ ଭାଜପା ପୁନର୍ବାର କ୍ଷମତାସୀନ ହେଲେ ମହିଳାମାନଙ୍କୁ ମାସିକ ୨,୧୦୦ ଟଙ୍କା ଓ କୃଷକଙ୍କୁ ୨୪ ଫସଲ ଉପରେ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ପ୍ରଦାନ...

ହଠାତ୍‌ ନିଜ ସାଙ୍ଗକୁ ଭେଟିଲେ ରାହୁଲ ଗାନ୍ଧୀ, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ତଥା ଏମ୍‌ପି ରାହୁଲ ଗାନ୍ଧୀ ଶୁକ୍ରବାର ସକାଳେ ହରିୟାଣାର କର୍ଣ୍ଣଲ ଜିଲାରେ ପହଞ୍ଚିଛନ୍ତି। ସେ ଭୋର୍‌ ସମୟରେ ଘୋଗଦୀପୁର ଗ୍ରାମକୁ ଆସିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri