ନୂଆଦିଲ୍ଲୀ,୧।୪: ଉତ୍କଳ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଓଡ଼ିଆ ଭାଷାର ଟୁଇଟ୍ କରି କହିଛନ୍ତି, ଉତ୍କଳ ଦିବସର ହାର୍ଦ୍ଦିକ ଶୁଭେଚ୍ଛା । ଏହି ଦିନ ଆମ ଦେଶର ପ୍ରଗତିରେ ଓଡ଼ିଶା, ଓଡିଆ ଜନସାଧାରଣ ଏବଂ ସଂସ୍କୃତିର ସମୃଦ୍ଧ ଅବଦାନକୁ ଜାଣିବାର ଅବସର । ଓଡ଼ିଶାବାସୀଙ୍କ ଉତ୍ତମ ସ୍ବାସ୍ଥ୍ୟ ଏବଂ ସମୃଦ୍ଧି କାମନା କରୁଛି ।
ସେହିପରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍ କରି କହିଛନ୍ତି, ଓଡ଼ିଶା ଦିବସ ଅବସରରେ ମୁଁ ପ୍ରିୟ ଦେଶବାସୀଙ୍କୁ ବିଶେଷକରି ଓଡିଶାବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି। ପ୍ରଚୁର ପ୍ରାକୃତିକ ସମ୍ପଦ ଏବଂ ଦକ୍ଷ ଓ କର୍ମଠ ଲୋକଶକ୍ତି ଆଧାରରେ ଓଡ଼ିଶା ,ଆମ ଅର୍ଥବ୍ୟବସ୍ଥାର ଗ୍ରୋଥ ଇଞ୍ଜିନ ହେବାର ସାମର୍ଥ୍ୟ ବହନ କରେ। ମୁଁ ଓଡ଼ିଶାର ଭାଇ ଓ ଭଉଣୀ ମାନଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରୁଛି।