ରାଷ୍ଟ୍ରପତିଙ୍କ ଆଖିରେ ଲୁହ ମହାପ୍ରଭୁଙ୍କୁ ଦେଖୁ ଦେଖୁ …

ପୁରୀ,୪।୧୨( ଅଜିତ୍ କୁମାର ମହାନ୍ତି):୪ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ପୁରୀ ଗସ୍ତରେ ଆସି ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ୯.୪୫ରେ ସମଙ୍ଗ ହେଲିପ୍ୟାଡଠାରେ ପହଞ୍ଚିବା ପରେ ସେଠାରେ ତାଙ୍କୁ ଜିଲା ପ୍ରଶାସନ ପକ୍ଷରୁ ସ୍ବାଗତ କରାଯାଇଥିଲା । ପରେ କଡ଼ା ସୁରକ୍ଷା ବ୍ୟବସ୍ଥା ତଥା ବ୍ଲୁ ବୁକ୍ ସିକ୍ୟୁରିଟି ମଧ୍ୟରେ ରାଷ୍ଟ୍ରପତି ପ୍ରଥମେ ଶ୍ରୀମନ୍ଦିର ଆସିଥିଲେ । ତେବେ ରାଷ୍ଟ୍ରପତି କଡା ସୁରକ୍ଷା ମଧ୍ୟରେ ଗାଡ଼ିରେ  ଆସିଥିଲେ ମଧ୍ୟ ଶ୍ରୀ ମନ୍ଦିର କାର୍ଯ୍ୟାଳୟରୁ ଚାଲିଚାଲି ମନ୍ଦିରକୁ ଆସିଥିଲେ । ଶ୍ରୀମନ୍ଦିର ସିଂହଦ୍ଵାରଠାରେ ପହଞ୍ଚିବା ପରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଏବଂ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ଵାଗତ କରାଯାଇଥିଲା। ପରେ କଡା ସୁରକ୍ଷା ମଧ୍ୟରେ ମହାମହିମ ବାଇଶି ପାହାଚ ଦେଇ ୧୦ ଟା ୫  ଶ୍ରୀ ମନ୍ଦିରରେ ପ୍ରବେଶ କରିଥିଲେ । ମହାପ୍ରଭୁଙ୍କ ଦର୍ଶନ କରିବା ସହ ଭିତର ବେଢା଼ରେ ଥିବା ପାଶ୍ୱଦେବଦେବୀଙ୍କ ଦର୍ଶନ କରି ୧୦ ଟା ୪୦ ରାଷ୍ଟ୍ରପତି ଶ୍ରୀମନ୍ଦିର ଭିତରୁ ପ୍ରସ୍ଥାନ କରିଥିଲେ ।  ମହାପ୍ରଭୁଙ୍କୁ ଦେଖୁ ଦେଖୁ ରାଷ୍ଟ୍ରପତିଙ୍କ ଆଖିରୁ ଝରିଗଲା ଲୁହ । ସିଂହଦ୍ଵାର ଠାରେ ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ମହାପ୍ରଭୁଙ୍କ ଫୋଟ ଚିତ୍ର ପ୍ରଦାନ କରାଯାଇଥିଲା। ସେହିପରି ଏକ କୁନି ଝିଅ ଠାରୁ ସେ ମହାପ୍ରଭୁଙ୍କ ଏକ ହାତ ତିଆରି ଫୋଟ ଚିତ୍ର ଗ୍ରହଣ କରିଥିଲେ ।
ଦର୍ଶନ ସମୟରେ ରାଷ୍ଟ୍ରପତିଙ୍କ ସହ ତାଙ୍କ କୌଳିକ ପଣ୍ଡା ମଧ୍ୟ ଉପସ୍ଥିତ ରହିଥିଲେ । ସେହିପରି ମୁଖ୍ୟମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀ , ଏମ୍ପି ଉପସ୍ଥିତ୍ ଥିଲେ । ତେବେ ରାଷ୍ଟ୍ରପତିଙ୍କ ଶ୍ରୀମନ୍ଦିର ଦର୍ଶନ କାର୍ଯ୍ୟକ୍ରମ ଥିବାରୁ ଦର୍ଶନ ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥିଲା । ରାଷ୍ଟ୍ରପତି ଦର୍ଶନ ସାରି ଫେରିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଥିଲା ଶ୍ରୀମନ୍ଦିରରୁ ଦର୍ଶନ ସାରି ରାଷ୍ଟ୍ରପତି ସିଧାସଳଖ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟ ହୀରକ ଜୟନ୍ତୀ ଉତ୍ସବରେ ଯୋଗ ଦେଇଥିଲେ । ସେଠାରୁ ସିଧାସଳଖ ରାଜଭବନ ଯାଇ କିଛି ସମୟ ବିଶ୍ରାମ ନେବେ। ପରେ ପୁରୀ ବ୍ଲୁ ଫ୍ଲାଗ ବିଚ୍ ରେ ଅନୁଷ୍ଠିତ ହେବାକୁ ଥିବା ଭାରତୀୟ ନୌସେନା ଦିବସ ଉତ୍ସବ କାର୍ଯ୍ୟକ୍ରମରେ ଯୋଗ ଦେବେ। ନୌସେନା ଦିବସ ଉତ୍ସବ କାର୍ଯ୍ୟକ୍ରମ ଶେଷ ହେବା ପରେ ରାଷ୍ଟ୍ରପତି ରାଜଭବନ ଯାଇ ସେଠାରେ ରାତ୍ରୀଯାପନ କରିବେ। ତେବେ ଗୁରୁବାର ସକାଳେ ରାଷ୍ଟ୍ରପତି ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ସମଙ୍ଗ ହେଲିପ୍ୟାଡ ଠାରୁ ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି।

Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri