ଭର୍ତ୍ତୃହରି ମହତାବଙ୍କୁ ଲୋକ ସଭା କାମଚଳା ବାଚସ୍ପତି ନିଯୁକ୍ତ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୦।୬: ଓଡ଼ିଶାର ବରିଷ୍ଠ ଲୋକ ସଭା ଏମପି ଭର୍ତ୍ତୃହରି ମହତାବଙ୍କୁ କାମଚଳା ବାଚସ୍ପତି ନିଯୁକ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସମ୍ବିଧାନର ଧାରା ୯୫ (୧) ଅନୁଯାୟୀ ତାଙ୍କୁ ଏହି ପଦବୀରେ ନିଯୁକ୍ତ କରାଯାଇଛି। ସେହିପରି ଲୋକ ସଭା ସଦସ୍ୟ କେ ସୁରେଶ, ଟି ଆର ବାଲୁ, ରାଧା ମୋହନ ସିଂ, ଫଗ୍ଗାନ୍ ସିଂ କୁଲାଷ୍ଟେ ଏବଂ ସୁଦୀପ ବନ୍ଦୋପାଧ୍ୟାୟ ସହକାରୀ କାମଚଳା ବାଚସ୍ପତି ଭାବେ କାର୍ଯ୍ୟ କରିବେ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ କରେନ ରିଜିଜୁ କହିଛନ୍ତି।

ଭର୍ତ୍ତୃହରି ଲୋକ ସଭାକୁ ଲଗାତାର ୭ ଥର ନିର୍ବାଚିତ ହୋଇଛନ୍ତି। ଗତ ସାଧାରଣ ନିର୍ବାଚନରେ ଭର୍ତ୍ତୃହରି ଭାରତୀୟ ଜନତା ପାର୍ଟି(ଭାଜପା) ଟିକେଟରେ ଲୋକ ସଭାକୁ ବିଜୟୀ ହୋଇଛନ୍ତି। ନିର୍ବାଚନ ପୂର୍ବରୁ ସେ ବିଜୁ ଜନତା ଦଳରୁ ଇସ୍ତଫା ଦେଇଥିଲେ।

ଭର୍ତ୍ତୃହରି ୧୯୯୮ ମସିହା ଭାରତୀୟ ସାଧାରଣ ନିର୍ବାଚନରେ କଟକ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଲୋକ ସଭା ପାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ ଏବଂ ବିଜୟୀ ହୋଇ ୧୩ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ସେ ଲଗାତାର ଭାବରେ ଏହି ନିର୍ବାଚନ ମଣ୍ଡଳୀରୁ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।

୨୦୧୭ ମସିହାରେ ତାଙ୍କୁ ଭାରତର ସଂସଦରେ ପୁରସ୍କୃତ କରାଯାଇଥିଲା । ତାଙ୍କ ବକୃତାରେ ଉତ୍ତମ ପ୍ରଦର୍ଶନ ପାଇଁ ତାଙ୍କ ୨୦୧୭ ଓ ୨୦୧୮ ମସିହାରେ ସଂସଦ ରତ୍ନ ପୁରସ୍କାର ପ୍ରଦାନ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର...

ବାତ୍ୟା ପରେ ବାତିଲ୍‌ ହୋଇଥିବା ଟ୍ରେନ୍‌….

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା)- ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଭଦ୍ରକ-ଧାମରା, କଟକ-ପାରାଦୀପ, ହରିଦାସପୁର-ପାରାଦୀପ, ଯଖପୁରା-କେନ୍ଦୁଝର, କଟକ-ତାଳଚେର ଏବଂ ଖୋର୍ଦ୍ଧା ରୋଡ଼-ଭଦ୍ରକ ରେଳ ସେକ୍ସନ ଗୁଡିକରେ ପାଣିପାଗ ବିଜ୍ଞାନ...

୧୫ବର୍ଷ ପରେ ହଠାତ୍ ବାଜିଲା ଏମର୍ଜେନ୍ସି ସାଇରନ୍‌: ବ୍ଲେଡ୍‌ରେ ଜେଲର ଓ ୱାର୍ଡରଙ୍କ ହାତ କାଟି ଦେଲେ କଏଦୀ

ଭୁବନେଶ୍ୱର,୨୫ା୧୦(ସତ୍ୟଜିତ୍‌ ରାଉତ): ଗ୍ୟାଙ୍ଗ୍‌ଓ୍ବାର, କଏଦୀଙ୍କୁ ମାଡ଼ ଓ ନିଶା କାରବାରକୁ ନେଇ ଚର୍ଚ୍ଚାରେ ରହୁଥିବା ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା...

ବିଜେଡିକୁ ଝଟ୍‌କା ପରେ ଝଟ୍‌କା: ଗାଦିଚ୍ୟୁତ ହେଲେ… 

ଭୁବନେଶ୍ୱର,୨୫।୧୦: ବିଜେଡିକୁ ଝଟ୍‌କା ପରେ ଝଟ୍‌କା। ଚଳିତ ନିର୍ବାଚନ  ହାରିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗି ଚାଲିଛି । ଦଳର ବରିଷ୍ଠ...

ଶାହାଙ୍କ ଉପରେ ପୁରସ୍କାର ଘୋଷଣା କଲେ ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁ, ସିଆର୍‌ପିଏଫ୍‌ ସ୍କୁଲ ବନ୍ଦ ପାଇଁ ଆହ୍ବାନ

ନୂଆଦିଲ୍ଲୀ,୨୫ା୧୦ : ଖଲିସ୍ତାନୀ ଆତଙ୍କବାଦୀ ତଥା ‘ଶିଖ୍‌ସ ଫର୍‌ ଜଷ୍ଟିସ୍‌’ (ଏସ୍‌ଏଫ୍‌ଜେ) ମୁଖ୍ୟ ଗୁର୍‌ପତଓ୍ବନ୍ତ ସିଂ ପନ୍ନୁ ପୁଣିଥରେ ଭାରତକୁ ଧମକ ଦେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ...

ଆସିଲା ଡେଡ୍‌ଲାଇନ୍‌…ଦୀପାବଳି ପୂର୍ବରୁ ଡେମଚୋକ୍‌, ଡେପ୍‌ସାଙ୍ଗରୁ ହଟିବେ ଭାରତ-ଚାଇନା ସେନା

ନୂଆଦିଲ୍ଲୀ,୨୫ା୧୦: ପୂର୍ବ ଲଦାଖର ୨ ଫ୍ରିକ୍ସନ ପଏଣ୍ଟ ଡେମ୍‌ଚୋକ୍‌ ଏବଂ ଡେପ୍‌ସାଙ୍ଗରେ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଲାଗି ରହିଥିବା ବିବାଦରେ ପଡ଼ିବ ପୂର୍ଣ୍ଣଚ୍ଛେଦ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri