ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସି ଜନ୍ମମାଟିରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ମୟୁରଭଞ୍ଜ,୨୮ା୨: ଚାରି ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ଆସି ମୟୁରଭଞ୍ଜରେ ପହଞ୍ଚିଛନ୍ତି। ଅପରାହ୍ନରେ ଭାରତୀୟ ବାୟୁସେନାର ଏକ ସ୍ୱତନ୍ତ୍ର ହେଲିକପ୍ଟରରେ ରାଞ୍ଚିରୁ ନିଜ ଜିଲା ମୟୂରଭଞ୍ଜରେ ପହଞ୍ଚିଥିଲେ।

ଏହି ଅବସରରେ ସେ ରାଇରଙ୍ଗପୁରଠାରେ ବିଭିନ୍ନ ସଡ଼କ ପ୍ରକଳ୍ପ ଓ କ୍ରୀଡ଼ା କମ୍ପ୍ଲେକ୍ସର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ବଡ଼ସାହିସ୍ଥିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ଉଦଘାଟନ କରିବେ। ଏହାସହିତ ରାଷ୍ଟ୍ରପତି ଓଡ଼ିଶାର ରାଇରଙ୍ଗପୁର ଠାରେ କେନ୍ଦ୍ର ସରକାରଙ୍କ ଅବକାଶ ନିବାସ ପାଇଁ ଶିଳାନ୍ୟାସ କରିବେ।

ଆସନ୍ତା ୨୯ ତାରିଖରେ କେନ୍ଦୁଝର ଗୋନାସିକାସ୍ଥିତ କଦଳୀବାଡ଼ି ଗ୍ରାମର ପିଭିଟିଜି ସଦସ୍ୟଙ୍କ ସହ ଆଲୋଚନା କରିବେ। ଏହାପରେ ସେ ‘କେନ୍ଦୁଝରର ଜନଜାତି: ଲୋକ, ସଂସ୍କୃତି ଓ ଐତିହ୍ୟ’ ଶୀର୍ଷକ ଜାତୀୟ ଆଲୋଚନାଚକ୍ରକୁ ଉଦଘାଟନ କରିବା ସହ ଧରଣୀଧର ବିଶ୍ୱବିଦ୍ୟାଳୟର ଉତ୍ତର କ୍ୟାମ୍ପସ, କେନ୍ଦୁଝର ଠାରେ ଛାତ୍ରଛାତ୍ରୀମାନଙ୍କୁ ସମ୍ବୋଧିତ କରିବେ

ସନ୍ଧ୍ୟାରେ ରାଷ୍ଟ୍ରପତି ଭୁବନେଶ୍ୱରସ୍ଥିତ ଉତ୍କଳ ବିଶ୍ୱବିଦ୍ୟାଳୟର ୫୩ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ଆସନ୍ତା ୧ ତାରିଖରେ ରାଷ୍ଟ୍ରପତି ଭଞ୍ଜ ବିହାରସ୍ଥିତ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ।

Share