୨୫ରୁ ୩ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି

ଭୁବନେଶ୍ବର, ୧୮ା୭(ସୁନିତ୍‌ ମିଶ୍ର):ଆସନ୍ତା ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ବିଭିନ୍ନ କାର୍ଯ୍ୟକ୍ରମରେ ସେ ଯୋଗଦେବାକୁ ଥିବା ପରିପ୍ରେକ୍ଷୀରେ ସୋମବାର ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି। ବୈଠକରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂ ରାଷ୍ଟ୍ରପତିଙ୍କ ଓଡ଼ିଶାରେ ରହିଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଛନ୍ତି। ସବୁ କାର୍ଯ୍ୟକ୍ରମ ସ୍ଥଳରେ ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହକୁ ସୁନିଶ୍ଚିତ କରିବା ପାଇଁ ଶକ୍ତି ବିଭାଗ, ଟିପିସିଓଡିଏଲ୍‌, ଟିପିଏନଓଡିଏଲ୍‌କୁ ଭଲଭାବେ ତଦାରଖ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ କାର୍ଯ୍ୟକ୍ରମ ସ୍ଥଳକୁ ବିଦ୍ୟୁତ୍‌ ଯୋଗାଣ ବ୍ୟବସ୍ଥା ଯାଞ୍ଚ ନିମନ୍ତେ ସମ୍ପୃକ୍ତ ଅଭିଜ୍ଞ ନିର୍ବାହୀ ଯନ୍ତ୍ରୀମାନେ ଉପସ୍ଥିତ ରହିବେ। ଯଥେଷ୍ଟ ସଂଖ୍ୟକ ଜେନେରେଟର ମହଜୁଦ ରଖିବା ସହ ସେସବୁର କାର୍ଯ୍ୟକ୍ଷମ ବ୍ୟବସ୍ଥାକୁ ସୁନିଶ୍ଚିତ କରାଇବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ସୂଚନା ଦିଆଯାଇପାରେ ଗତଥର ରାଷ୍ଟ୍ରପତି ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଭାଷଣ ଦେବା ସମୟରେ ବିଦ୍ୟୁତ୍‌ କଟିଯାଇଥିଲା, ଏଥିଲାଗି ସରକାରଙ୍କୁ ଚାରିଆଡୁ ଭର୍ତ୍ସନାର ଶିକାର ହେବାକୁ ପଡ଼ିଥିଲା। ଏଥର ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ସମୟରେ ଯେପରି କୌଣସି ସମସ୍ୟା ନ ଉପୁଜେ ସେଥିପ୍ରତି ବିଶେଷ ଧ୍ୟାନ ଦେବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।
ଗୃହ ବିଭାଗ ସ୍ବତନ୍ତ୍ର ଶାସନ ସଚିବ ସନ୍ତୋଷ ବାଲା ରାଷ୍ଟ୍ରପତିଙ୍କ ଗସ୍ତ ସମ୍ପର୍କିତ ପ୍ରସ୍ତୁତି ସମ୍ପର୍କରେ ତଥ୍ୟ ରଖି କହିଛନ୍ତି ଯେ, ରାଷ୍ଟ୍ରପତି ୨୫ ତାରିଖରେ ରାଜଭବନଠାରେ ଓଡ଼ିଶାର ଆପଦଗ୍ରସ୍ତ ଜନଜାତି ଗୋଷ୍ଠୀ(ପିଭିଟିଜି) ପ୍ରତିନିଧିଙ୍କ ସହିତ ସାକ୍ଷାତ୍‌ ଆଲୋଚନା କରିବେ। ୨୬ରେ କଟକର ଚଣ୍ଡୀ ମନ୍ଦିର, ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ବାସଭବନ ଏବଂ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ପରିଦର୍ଶନ କରିବେ। ଏହିଦିନ କଟକ ଉଚ୍ଚ ନ୍ୟାୟାଳୟର ୭୫ତମ ପ୍ରତିଷ୍ଠା ଦିବସର ପୂର୍ତ୍ତି ଉତ୍ସବ, ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ, କଟକର ସମାବର୍ତ୍ତନ ଉତ୍ସବ, ଶ୍ରୀରାମ ଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିଟାଲର ବାର୍ଷିକୋତ୍ସବରେ ସେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ୨୭ରେ ଭୁବନେଶ୍ୱର ତମାଣ୍ଡୋର ଦଶବାଟିଆଠାରେ ବ୍ରହ୍ମାକୁମାରୀ କେନ୍ଦ୍ର ଲାଇଟ ହାଉସ୍‌ କମ୍ପ୍ଲେକ୍ସର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବେ। ସେହିପରି ୨୭ରେ ରାଷ୍ଟ୍ରପତି ଭଦ୍ରକ ସ୍ବୟଂ ଶାସିତ ମହାବିଦ୍ୟାଳୟର ପ୍ଲାଟିନମ୍‌ ଜୁବ୍‌ଲିରେ ଯୋଗଦେବାର କାର୍ଯ୍ୟକ୍ରମ ଥିଲେ ହେଁ ଶେଷ ମୁହୂର୍ତ୍ତରେ କଲେଜ କର୍ତ୍ତୃପକ୍ଷ ଓ ଜୟନ୍ତୀ କମିଟି ପକ୍ଷରୁ ଏହି ଉତ୍ସବ ଘୁଞ୍ଚତ୍ବା ନେଇ ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି।
ବୈଠକରେ ଶକ୍ତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ପୋଲିସ ମହାନିର୍ଦ୍ଦେଶକ ସୁନୀଲ କୁମାର ବଂଶଲ, ରାଜ୍ୟପାଳଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, ଭୁବନେଶ୍ୱର-କଟକ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ, ସ୍ବାସ୍ଥ୍ୟ ବିଭାଗ କମିଶନର ତଥା ଶାସନ ସଚିବ ଶାଳିନୀ ପଣ୍ଡିତଙ୍କ ସମେତ ରାଜ୍ୟ ପ୍ରଶାସନର ସମ୍ପୃକ୍ତ ବିଭିନ୍ନ ବିଭାଗର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ-ବାଇକ୍‌ ଧକ୍କା: ଚାଲିଗଲା ବାପ-ପୁଅଙ୍କ ଜୀବନ, ମା’ ଗୁରୁତର

ଗୋପାଳପୁର, ୨୨।୯(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନମ୍ବର ଜାତୀୟ ରାଜପଥ ଭାଲିଆଗାଡ଼ ନିକଟରେ ରବିବାର ଏକ ଟ୍ରକ-ବାଇକ୍‌ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ...

ପୁରୁଷୋତ୍ତମପୁରରେ ବୁଲିଲା ଖଣ୍ଡା: ଭାଜପା କର୍ମୀଙ୍କୁ….

ପୁରୁଷୋତ୍ତମପୁର,୨୨।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରାଜନୈତିକ କାରଣକୁ ନେଇ ରବିବାର ଗୋଷ୍ଠୀ ସଂଘର୍ସ ଘଟିଛି। ଏଥିରେ ଉଭୟ ପକ୍ଷରୁ ଦୁଇଜଣ ଆହାତ ହୋଇଛନ୍ତି। ଆହାତମାନେ...

ଶ୍ୱଶୁରଙ୍କୁ ହତ୍ୟା କଲେ ଜ୍ବାଇଁ : ସ୍ତ୍ରୀ, ଶାଶୁ ଗୁରୁତର

ଲକ୍ଷ୍ମୀପୁର,୨୨ା୯(ଅନନ୍ତ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ସଦର ରେଲୱେ କଲୋନୀ ନିକଟ ଆମ୍ବଗୁଡ଼ା ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ଶ୍ୱଶୁରଙ୍କୁ ଲୁହା ରଡ୍‌ରେ ପିଟି...

୪ ଘଣ୍ଟାରେ ଖାଇଗଲେ ୨ କୁଇଣ୍ଟାଲ ଚିକେନ ପକୋଡ଼ା

ପୁରୀ,୨୨।୯: ରାଜ୍ୟରେ ଏବେ ବି ରହିଛି ବାର୍ଡଫ୍ଲୁ ଆତଙ୍କ। ଖାସ୍‌ କରି ପୁରୀ ଜିଲାରେ ବାର୍ଡଫ୍ଲୁକୁ ନେଇ ସରକାରଙ୍କ ପକ୍ଷରୁ ସଚେତନତା ଜାରି ରହିଛି। ଏଭଳିସ୍ଥିତିରେ...

ଶେଷ ହେଲା ରତ୍ନଭଣ୍ଡାର ସର୍ଭେକ୍ଷଣ,ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୨୨।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ସର୍ଭେକ୍ଷଣ ଶେଷ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ବୈଜ୍ଞାନିକ ଆନନ୍ଦ କିଶୋର ପାଣ୍ଡେଙ୍କ ନେତୃତ୍ୱରେ ସର୍ଭେ...

ଜନ୍ମମାଟିରୁ ୧୦୦ ଦିନର ହିସାବ ଦେଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାଳୟ ପଡ଼ିଆରୁ ଲୋକଙ୍କ ସରକାରର ୧୦୦ ଦିନର ସଫଳତାର ହିସାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କାର୍ଯ୍ୟକ୍ରମରେ...

ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି: ବାତିଲ ହେଲା ମୟୂରଭଞ୍ଜ କାର୍ଯ୍ୟକ୍ରମ

କେନ୍ଦୁଝର,୨୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲାକୁ ଶୁକ୍ରବାରଠାରୁ ୩ ଦିନିଆ ଗସ୍ତରେ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ନିଜ ଜିଲାକୁ...

ବିଜେଡିର ଭୁବନେଶର ବନ୍ଦ ଡାକରା: ମନ୍ତ୍ରୀ ସୁରେଶ ପୂଜାରୀ କହିଲେ ସହିପାରୁନି….

ଭୁବନେଶ୍ୱର,୨୨।୯: ୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା। ଚାଲିବନି ଗାଡି଼ ମଟର। ଆସନ୍ତା ୨୪ରେ ୬ ଘଣ୍ଟିଆ ଭୁବନେଶର ବନ୍ଦ । ସକାଳ ୬...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri