କଣ୍ଟିଲୋ ନୀଳମାଧବଙ୍କୁ ପୂଜା କଲେ ରାଷ୍ଟ୍ରପତି

ନୟାଗଡ଼,୨୪।୩(ଲୋକନାଥ ମିଶ୍ର): ସୋମବାର ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ଭୁବନେଶ୍ୱର ବିମାନ ବନ୍ଦରରୁ ଏକ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ କଣ୍ଟିଲୋ ନୀଳମାଧବ ମନ୍ଦିର ନିକଟ ହେଲିପ୍ୟାଡରେ ଓହ୍ଲାଇଥିଲେ। ସେଠାରେ ତାଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ପରେ ରାଷ୍ଟ୍ରପତି ନୀଳମାଧବଙ୍କୁ ଦର୍ଶନ କରି ପୂଜାର୍ଚ୍ଚନା କରିଥିଲେ। ସେ ମନ୍ଦିର ଉପରୁ ମହାନଦୀର ପ୍ରାକୃତିକ ସୌନ୍ଦର୍ଯ୍ୟ ଉପଭୋଗ କରିଥିଲେ। ଏହି ଅବସରରେ କଣ୍ଟିଲୋରେ ରାଷ୍ଟ୍ରପତିଙ୍କୁ ସେବାୟତ ସଂଘ ପକ୍ଷରୁ ଉପଢୌକନ ଓ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା।

ପରେ ରାଷ୍ଟ୍ରପତି ଭାପୁର ବ୍ଲକ କାଳିଆପଲ୍ଲୀରେ ଭାରତୀୟ ବିଶ୍ୱାବସୁ ଶବର ସମାଜ ପ୍ରତିଷ୍ଠାନ ପକ୍ଷରୁ ଆୟୋଜିତ ବିଶ୍ୱ ଶାନ୍ତି ମହାଯଜ୍ଞରେ ଯୋଗଦେଇ ପୂର୍ଣ୍ଣାହୁତି ଦେଇଥିଲେ। ଏହି ଅବସରରେ କାଳିଆପଲ୍ଲୀ ଗାଁରେ ଭାରତୀୟ ବିଶ୍ୱାବସୁ ସମାଜ ଫାଉଣ୍ଡେଶନର ପ୍ରତିଷ୍ଠା ଦିବସ ଉତ୍ସବରେ ରାଷ୍ଟ୍ରପତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜୟ ଜଗନ୍ନାଥ, ଜୟ ନୀଳମାଧବ, ଜୟ ବିଶ୍ୱାବସୁ କହି ଅଭିଭାଷଣ ପ୍ରଦାନ କରିଥିଲେ।

କାର୍ଯ୍ୟକ୍ରମରେ ରାଜ୍ୟପାଳ ହରି ବାବୁ କୁମ୍ଭମ୍‌ପାଟି, ବାଚସ୍ପତି ସୁରମା ପାଢ଼ୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ ସ୍ବାଇଁ, ଭାରତୀୟ ବିଶ୍ୱାବସୁ ଶବର ସମାଜ ପ୍ରତିଷ୍ଠାନର ସଭାପତି ହୃଷୀକେଶ ବେହୁରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri