Categories: ଜାତୀୟ

ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୨।୭: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଉପଲକ୍ଷେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତିି। ରାଷ୍ଟ୍ରପତି ଏହି ଅବସରରେ ଟୁଇଟ୍‌ କରି ଲୋକଙ୍କ ସୁଖ ସମୃଦ୍ଧି ଏବଂ ସୁସ୍ବାସ୍ଥ୍ୟ କାମନା କରିଛନ୍ତି। ସେହିପରି ପ୍ରଧାନମନ୍ତ୍ରୀ ଟୁଇଟ୍‌ କରି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହିତ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଜନଜୀବନ ସୁରକ୍ଷା ପ୍ରାର୍ଥନା କରିଛନ୍ତି।

Share