ଭୁବନେଶ୍ୱର,୯।୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଥିଲେ। ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ବିମାନବନ୍ଦରରୁ କଡ଼ା ସୁରକ୍ଷା ମଧ୍ୟରେ ରାଷ୍ଟ୍ରପତିଙ୍କ କାରକେଡ ବାହାରି ରାଜଭବନ ଯାଇଥିଲା।
ଗୁରୁବାର ରାଷ୍ଟ୍ରପତି ରାଜଭବନରେ ରାତ୍ରୀଯାପନ କରିବେ। କାଲି ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ।