ଭୁବନେଶ୍ୱର,୮।୧୧(ବ୍ୟୁରୋ): ଆସନ୍ତା ୧୦ ତାରିଖରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ବିମାନବନ୍ଦରଠାରୁ ରାଜଭବନ ଯାଏ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯିବ। ଏଥିପାଇଁ ୫୫ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ ହେବା ସହ ୩୦୦ ପୋଲିସ ଅଧିକାରୀ ଦାୟିତ୍ୱରେ ରହିବେ। ରାଷ୍ଟ୍ରପତି ପହଞ୍ଚିବା ପୂର୍ବରୁ ବୁଧବାର ଫୁଲ୍ ଡ୍ରେସ୍ ରିହର୍ସାଲ କରାଯିବ।