ଓଡ଼ିଶା ଆସିବେ ରାଷ୍ଟ୍ରପତି

କଟକ,୧୩ା୭: ଚଳିତମାସ ୨୬ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସେ ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତି ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଏଥିସହ ରାଷ୍ଟ୍ରପତି ମା’ କଟକ ଚଣ୍ଡୀଙ୍କ ଦର୍ଶନ ସହିତ ଗୋରାକବର, ଏସ୍‌ସିବି ମେଡିକାଲ, ନେତାଜୀ ସୁଭାଷ ବୋଷଙ୍କ ଜନ୍ମସ୍ଥାନ ଓ ନ୍ୟାଶନାଲ ଆଇନ ବିଶ୍ୱବିଦ୍ୟାଳୟ ଯିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଏହି ଗସ୍ତକୁ ନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ୨୭ ତାରିଖରେ ଭଦ୍ରକ ସ୍ବୟଂ ଶାସିତ ମହାବିଦ୍ୟାଳୟର ହୀରକ ଜୟନ୍ତୀରେ ଯୋଗଦେବେ ବୋଲି ସୂଚନା ମିଳିଛି।

Share