ଭୁବନେଶ୍ୱର, ୬।୨(ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୧୦ ତାରିଖରୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ । ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଦ୍ୱିତୀୟ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରୀଙ୍କୁ ପିଏଚଡ୍ଡି ଡିଗ୍ରୀ ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି। ୧୧ରେ ଲିଙ୍ଗରାଜଙ୍କ ଦର୍ଶନ କରି କଟକସ୍ଥିତ ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନରେ ଇଣ୍ଡିଆନ ରାଇସ କଂଗ୍ରେସକୁ ରାଷ୍ଟ୍ରପତି ଉଦ୍ଘାଟନ କରିବାର କାର୍ଯ୍ୟକ୍ରମ ରହିଛି।
ଏ ନେଇ ସୋମବାର ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ପୋଲିସ ଡିଜି, ପୋଲିସ କମିଶନର, ଗୋଇନ୍ଦା ନିର୍ଦ୍ଦେଶକ, ଆଇନ ଶୃଙ୍ଖଳା ଏଡିଜି ପ୍ରମୁଖ ଉପସ୍ଥିତ ଥିଲେ । ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ନେଇ ବୈଠକରେ ଆଲୋଚନା ହୋଇଛି।