ନଭେମ୍ବର ୨୦ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୧୮।୧୧: ନଭେମ୍ବର ୨୦ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଆସିବେ । ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ମୟୂରଭଞ୍ଜ ଜିଲାର ରାଇରଙ୍ଗପୁରରେ ବ୍ୟାପକ ପ୍ରସ୍ତୁତି କରାଯାଇଛି। ରାଷ୍ଟ୍ରପତି ରାଇରଙ୍ଗପୁରର ବାଦାମପାହାଡ଼ ଠାରେ ଟାଟା- ବାଦାମପାହାଡ ଟ୍ରେନର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି। ଏ ନେଇ ଷ୍ଟେଶନଟିକୁ ସୁନ୍ଦର ଭାବରେ ସଜେଇ ଦିଆଯାଇଛି।
ସେହିପରି ପାହାଡପୁରଠାରେ ନିର୍ମିତ ଏସ୍‌ଏଲ୍‌ଏସ୍‌ ବିଦ୍ୟାଳୟରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଯୋଗ ଦେବେ । ଏଥିସହ ଏଲଆଣ୍ଡଟି କମ୍ପାନୀ ଦ୍ୱାରା ନିର୍ମିତ ଦକ୍ଷତା ବିକାଶ କେନ୍ଦ୍ରର ମଧ୍ୟ ଉଦଘାଟନ୍‌ କରିବାର କାର୍ଯ୍ୟକ୍ରମ ରହିଛି।

Share