ଆଜିଠୁ ୪ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି

ଭୁବନେଶ୍ୱର,୬ା୭(ସତ୍ୟଜିତ୍‌ ରାଉତ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶନିବାରଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ମଙ୍ଗଳବାର ପର୍ଯ୍ୟନ୍ତ ସେ ଭୁବନେଶ୍ୱର ଓ ପୁରୀର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ତେବେ ରାଜଧାନୀରେ ରାଷ୍ଟ୍ରପତିଙ୍କ ସମସ୍ତ ଗସ୍ତ କାର୍ଯ୍ୟକ୍ରମର ସୁରକ୍ଷା ପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଏ ସମ୍ପର୍କରେ ସୂଚନା ଦେଇ ପୋଲିସ କମିଶନର ସଞ୍ଜୀବ ପଣ୍ଡା କହିଛନ୍ତି, ଶୁକ୍ରବାର ଅପରାହ୍ନରେ କାର୍‌କେଡ୍‌ ରିହର୍ସାଲ କରାଯାଇଥିବାବେଳେ ବ୍ଲ୍ୟୁ ବୁକ୍‌ ଅନୁଯାୟୀ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ରାଷ୍ଟ୍ରପତି ଶନିବାର ସାରେ ବିମାନବନ୍ଦରରେ ପହଞ୍ଚତ୍ବା ପରେ ସିଧାସଳଖ ଭୁବନେଶ୍ୱର ସୂଚନାଭବନ ଯାଇ ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ୭ ତାରିଖରେ ପୁରୀ ଯାଇ ରଥଯାତ୍ରାରେ ଯୋଗଦେବା ସହ ରାଜଭବନରେ ରାତ୍ରଯାପନ କରବେ। ୮ ତାରିଖ ସକାଳେ ଖଣ୍ଡଗିରି ଓ ଉଦୟଗିରି ପରିଦର୍ଶନ କରିବା ସହିତ ଅପରାହ୍ନରେ ଅନ୍ଧାରୁଆରେ ବ୍ରହ୍ମାକୁମାରୀ ଅନୁଷ୍ଠାନ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ଡିଭାଇନ ରିଟ୍ରିଟ୍‌ ସେଣ୍ଟର ଉଦ୍‌ଘାଟନ କରିବେ। ୯ ତାରିଖରେ ଜଟଣୀ ନାଇଜର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

କଲେଜ ଛାତ୍ରୀଙ୍କୁ ଅସଦାଚରଣ: ଧନ୍ଦାମୂଳକ ତାଲିମଦାତା ଗିରଫ

ରାଉରକେଲା,୪।୧୦(ସଙ୍ଗୀତା ଜେନା): ରଘୁନାଥପାଲି ଥାନା ଅଧୀନ ଏକ ପ୍ରତିଷ୍ଠିତ କଲେଜର ଜଣେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ କଲେଜର ଧନ୍ଦାମୂଳକ ତାଲିମଦାତାଙ୍କୁ ପୋଲିସ ଗିରଫ କରିଛି। ଗିରଫ...

ପଢୁଥିଲେ ପାଠ, ମହମବତୀରୁ ନିଆଁ ଲାଗି ଜଳିଗଲା ଘର

ବ୍ରାହ୍ମଣୀଗାଁ,୪ା୧୦(ମନୋରଞ୍ଜନ ରଣା): ଦାରିଙ୍ଗବାଡି ବ୍ଲକ ହାତୀମୁଣ୍ଡା ପଞ୍ଚାୟତର ବୁଜୁଲି ଗ୍ରାମରେ ବି.ଫେର୍ନାନ୍ଦ ବଳିଆର ସିଂଙ୍କ ଘରେ ମହମବତୀରୁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ିଯାଇଛି।...

ଓଡ଼ିଶା କନ୍‌ଷ୍ଟେବଲ୍‌ ନିଯୁକ୍ତି: ବୟସ ସୀମାକୁ ନେଇ ବଡ଼ ରାୟ ଦେଲେ ହାଇକୋର୍ଟ

କଟକ, ୪।୧୦: ଓଡ଼ିଶା ପୋଲିସ କନ୍‌ଷ୍ଟେବଲ୍‌ ନିଯୁକ୍ତି ପାଇଁ ଆବେଦନ ଚାଲିଥିବା ବେଳେ ବୟସ ସୀମାକୁ ନେଇ ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ରାଜ୍ୟର ସବୁ...

ବନ ବିଭାଗର ବିଫଳତା: ପୁଣି ଜୀବନ ନେଲା ରେଡିଓକୁଲାର ଲାଗିଥିବା ଦନ୍ତା

ବଣାଇଁ,୪।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନଖଣ୍ଡ କୋଇଡ଼ା ରେଞ୍ଜ ଅଧୀନ ପାଟମୁଣ୍ଡା ଗ୍ରାମରେ ଆତଙ୍କ ସୃଷ୍ଟି କରିଥିବା ଗୋଠଛଡା ଦନ୍ତା ପୁଣି ଉତ୍ପାତ ମଚାଇ...

ସୃଷ୍ଟିହେଲା ଲଘୁଚାପ: ମା’ଙ୍କ ଆଗମନରେ ଭିଜିପାରେ ଓଡ଼ିଶା

ଭୁବନେଶ୍ୱର,୪।୧୦: ଉତ୍ତର ବଙ୍ଗୋପସାଗରରେ ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଗାମୀ ୭ ଦିନ ରାଜ୍ୟରେ କିଛି ଅଞ୍ଚଳରେ ହାଲୁକାରୁ...

ପାର୍ବଣ ପାଇଁ ତତ୍ପର ପ୍ରଶାସନ: ଉଠାଦୋକାନୀଙ୍କୁ ଉଚ୍ଛେଦ

ଦାରିଙ୍ଗବାଡି,୪।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲାର ପ୍ରମୁଖ ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡିରେ ଶାରଦୀୟ ଛୁଟି ପାଇଁ ପ୍ରବଳ ଭିଡ଼ ଆରମ୍ଭ ହୋଇଗଲାଣି। ଗୋଟିଏ ପଟେ...

ରାଜନୀତି ପାଇଁ ଖୋଲା ହୃଦୟ ଲୋଡ଼ା, ସଂକୀର୍ଣ୍ଣତାରୁ ଊର୍ଦ୍ଧ୍ୱକୁ ଯାଇ…

ଭୁବନେଶ୍ୱର,୪ା୧୦: ରାଜଭବନ ଝାଡ଼ଖଣ୍ଡ ଓ୍ବାର୍‌ରୁମ୍‌ ସାଜିଥିବା ବିରୋଧୀଙ୍କ ଅଭିଯୋଗ ପ୍ରସଙ୍ଗ ନେଇ ଶୁକ୍ରବାର ପୁଣି ଏକ ବଡ଼ ବୟାନ ଦେଇଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ...

କନଷ୍ଟେବଳଙ୍କୁ ହାଣି ପାପୁଲି ଛିଡ଼ାଇ ନେଲେ ଦୁର୍ବୃତ୍ତ

ସମ୍ବଲପୁର,୪।୧୦: କନଷ୍ଟେବଳଙ୍କୁ ହାଣି ପାପୁଲି ଛିଡ଼ାଇ ନେଲେ ଦୁର୍ବୃତ୍ତ। ଏଭଳି ଅଭାନୀୟ ଘଟଣା ଘଟିଛି ବୁର୍ଲା ଥାନା ଝରାପାଲି ଗାଁରେ । ପୋଲିସ ଉପରେ ହୋଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri