୬ରେ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୨୬।୬: ଆସନ୍ତା ୭ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ପବିତ୍ର ଘୋଷଯାତ୍ରାରେ ମହାପ୍ରଭୁଙ୍କ ଦର୍ଶନ କରି ଆଶିଷ ଲାଭ କରିବା ନିମନ୍ତେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରୀ ଗସ୍ତରେ ଆସିବେ। ଜୁଲାଇ ୬ରୁ ୯ ଯାଏ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ସମୟରେ ରାଷ୍ଟ୍ରପତି ଭୁବନେଶ୍ବର ଓ ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ୬ ସଂଧ୍ୟାରେ ଉତ୍କଳମଣିଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ଯୋଗଦେବେ। ୮ ତାରିଖରେ ଖଣ୍ଡଗିରି, ଉଦୟଗିରି ପରିଦର୍ଶନ କରିବେ ରାଷ୍ଟ୍ରପତି। ସେହିଦିନ ଅପରାହ୍ନରେ ଡିଭାଇନ ରିଟ୍ରିଟ ସେଣ୍ଟର ଉଦ୍ଘାଟନ କରିବେ। ୯ ତାରିଖ ପୂର୍ବାହ୍ନରେ ନାଇଜର୍‌ କାର୍ଯ୍ୟକ୍ରମରେ ଯୋଗଦେବେ। ସେହିଦିନ ଅପରାହ୍ନରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ରାଷ୍ଟ୍ରପତି।

ଆସନ୍ତା ୭ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବ। ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ଶ୍ରୀମନ୍ଦିର ରତ୍ନବେଦିରୁ ବାହାରି ରଥାରୂଢ ହୋଇ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିବେ। ମହାପ୍ରଭୁଙ୍କ ଘୋଷଯାତ୍ରା ଦେଖିବାକୁ ଶ୍ରୀକ୍ଷେତ୍ରରେ ଦେଶବିଦେଶର ଭକ୍ତଙ୍କ ସମାଗମ ହେବ।

Share