୪ରେ ପୁରୀ ଆସିବେ ରାଷ୍ଟ୍ରପତି

ପୁରୀ,୨୫ା୧୧(ଅଜିତ କୁମାର ମହାନ୍ତି): ଆସନ୍ତା ଡିସେମ୍ବର ୪ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରୀ ଗସ୍ତରେ ଆସିବେ। ରାଷ୍ଟ୍ରପତି ପୁରୀ ବ୍ଲୁ ଫ୍ଲାଗ୍‌ ବିଚ୍‌ରେ ହେବାକୁ ଥିବା ଭାରତୀୟ ନୌସେନା ଦିବସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଏଥିସହ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ଦର୍ଶନ କରିବେ। ପରେ ରାଷ୍ଟ୍ରପତି ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଓ୍ବାଇ.ବି. ଖୁରାନିଆ ରବିବାର ପୁରୀ ଆସି ସମସ୍ତ ବ୍ୟବସ୍ଥାର ଅନୁଧ୍ୟାନ କରିବା ସହ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହିତ ବୈଠକ କରିଛନ୍ତି। ପୋଲିସ ମହାନିର୍ଦ୍ଦେଶକ ପ୍ରଥମେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ପରେ ସମଙ୍ଗ ପାର୍କିଂ, ବ୍ଲୁ ଫ୍ଲାଗ ବିଚ୍‌, ରାଜଭବନ ଓ ବେଳାଭୂମି ଯାଇ ସମସ୍ତ ବ୍ୟବସ୍ଥାର ଅନୁଧ୍ୟାନ କରିଥିଲେ। ପରେ ସେ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଏସ୍‌ପିଙ୍କ କାର୍ଯ୍ୟାଳୟରେ ବୈଠକ କରିଥିଲେ। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି ଡିଜିପି ଖୁରାନିଆ କହିଛନ୍ତି। ସୁରକ୍ଷା ଦାୟିତ୍ୱରେ ସମୁଦାୟ ୮୦ ପ୍ଲାଟୁନ ପୋଲିସ ଫୋର୍ସ ସହ ୩୦୦ ବରିଷ୍ଠ ଅଧିକାରୀ ମୁତୟନ ହେବେ। ଭୁବନେଶ୍ୱରଠାରୁ ପୁରୀ ଏବଂ ସମ୍ପୂର୍ଣ୍ଣ ପୁରୀ ସହରରେ ଟ୍ରାଫିକ ଓ ପାର୍କିଂ ବ୍ୟବସ୍ଥା ଉପରେ ବିଶେଷ ଦୃଷ୍ଟି ଦିଆଯାଇଛି। ସେହିପରି ଭିଆଇପି ଏବଂ ଭିଭିଆଇପିଙ୍କ ସୁରକ୍ଷାକୁ ପ୍ରାଧାନ୍ୟ ଦିଆଯାଇଛି ବୋଲି ଡିଜିପି କହିଛନ୍ତି। ନୌସେନା ଦିବସ ଅବସରରେ ୨୫ଟି ଜାହାଜ ସହ ୪୦ଟି ଏୟାରକ୍ରାଫ୍ଟ ଶୋ ଦେଖିବାର ସୁଯୋଗ ପାଇବେ ଦର୍ଶକ। ତେଣୁ ଦର୍ଶକ ଓ ପର୍ଯ୍ୟଟକଙ୍କ ସୁରକ୍ଷାକୁ ମଧ୍ୟ ପୋଲିସ ପ୍ରଶାସନ ଗୁରୁତ୍ୱ ଦେଉଛି ବୋଲି ଡିଜିପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri