ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ଶିକ୍ଷକଙ୍କ ମେଲ, ୟୁଟ୍ୟୁବ୍‌ ହ୍ୟାକ୍‌

ଛତ୍ରପୁର,୧୬।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ କଣମଣା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ଅଜିତ କୁମାର ସେଠୀଙ୍କ ଜିମେଲ ଆକାଉଣ୍ଟ ସମେତ ‘ଅନ୍ବେଷା ମ୍ୟୁଜିକ’ ନାମରେ ୟୁଟ୍ୟୁବ ଚ୍ୟାନେଲକୁ କେହି ଦୁର୍ବୃତ୍ତ ହ୍ୟାକ କରି ଦେଇଛି । ଏସମ୍ପର୍କରେ ବ୍ରହ୍ମପୁର ସାଇବର ଥାନାରେ ସେ ଏତଲା ଦେଇଛନ୍ତି । ପିଲାଙ୍କ ଶିକ୍ଷଣ, ସମାଜ ସଂସ୍କାର ଓ ସଚେତନତା ସମ୍ପର୍କିତ ଅନେକ ପ୍ରସଙ୍ଗ ଅନ୍ବେଷା ମ୍ୟୁଜିକ ଚ୍ୟାନେଲରେ ଅପଲୋଡ଼ ହୋଇଥିଲା ଯାହା ହଜାର ହଜାର ଲୋକ ଓ ଛାତ୍ରୀଛାତ୍ର ଦେଖୁଥିଲେ । ଏହା ସହିତ ଜଣେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ଭାବରେତାଙ୍କ ମେଲ ଆଇଡି ଓ ଅନ୍ବେଷା ମ୍ୟୁଜିକ ଚ୍ୟାନେଲ ମାଧ୍ୟମରେ ସରକାରଙ୍କ ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟକ୍ରମର ପ୍ରଚାର ପ୍ରସାର କରୁଥିଲେ। ଦୁର୍ବୃତ୍ତ ଜଣଙ୍କ ସେଠୀଙ୍କ ଜି ମେଲରେ ତାଙ୍କ ରିକୋଭେରି ମେଲ ଏବଂ ମୋବାଇଲ ନମ୍ବର କାଢି ତାଙ୍କ ମୋବାଇଲ ନମ୍ବର ଦେଇ ଜିମେ୍‌ଲ ହ୍ୟାକ ସହିତ ଅନ୍ବେଷା ମ୍ୟୁଜିକ ଚ୍ୟାନେଲକୁ ପ୍ରାଇଭେଟ କରିଦେଇଛନ୍ତି। ବିଭିନ୍ନ କାର୍ଯ୍ୟାଳୟ, ବ୍ୟାଙ୍କ ଓ ଶିକ୍ଷା ମନ୍ତ୍ରଣାଳୟ ,ଦିଲ୍ଲୀ ଓ ଭୁବନେଶ୍ୱର ସହିତ ତାଙ୍କର ମେଲ ଓ ମୋବାଇଲ ନମ୍ବର ସଂଯୋଗ ହୋଇଛି । କାଳେ ହ୍ୟାକର କିଛି ଅସୁବିଧାରେ ପକାଇବେ ସେ ନେଇ ସେ ଭୟଭୀତ ହୋଇପଡିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୧୦୮ ଆମ୍ବୁଲାନ୍ସ ମହାସଙ୍ଘର ଚେତାବନୀ: ଦାବି ପୂରଣ ନ ହେଲେ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ

ଭବାନୀପାଟଣା,୨୮।୧୦(ଉତ୍ତମ କୁମାର ଦାଶ): ଅଲ୍‌ ଓଡ଼ିଶା ୧୦୮ କର୍ମଚାରୀ ମହାସଙ୍ଘ କଳାହାଣ୍ଡି ଶାଖା ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ ଏବଂ ସିଡିଏମ୍‌ଓଙ୍କୁ ଏକ ୧୧ ଦଫା...

ଚାଲାଣ ପାଇଁ ୧୨ ଶ୍ରମିକଙ୍କୁ ଲୁଚାଇ ରଖିଥିଲେ ଦଲାଲ: ମାଡ଼ିବସିଲା ପୋଲିସ

ଲାଠୋର,୨୮।୧୦(ଭୁବନେଶ୍ୱର ବାରିକ): ଲାଠୋର ପୋଲିସ ସୋମବାର ସନ୍ଧ୍ୟାରେ ଲାଠୋର ଗ୍ରାମର ଏକ ପରିତ୍ୟକ୍ତ ଘରୁ ୧୨ ଜଣ ଦାଦନ ଶ୍ରମିକ ଓ ଜଣେ ଶିଶୁଙ୍କୁ ଉଦ୍ଧାର...

ପାରିଶ୍ରମିକ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀଙ୍କ ପାଖରେ ଅଭିଯୋଗ ଆଣିଲେ ସ୍ବେଚ୍ଛାଗ୍ରାହୀ

କୋକସରା,୨୮ା୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ପାରିଶ୍ରମିକ ବୃଦ୍ଧି ଓ ଥଇଥାନ ନେଇ କଳାହାଣ୍ଡି ଜିଲା ସ୍ବେଚ୍ଛାଗ୍ରାହୀ ସଂଘ ପକ୍ଷରୁ ସଭାପତି ତେଜରାଜ ଦୁରିଆଙ୍କ ନେତୃତ୍ୱରେ ଭୁବନେଶ୍ୱରଠାରେ ମୁଖ୍ୟମନ୍ତ୍ରୀଙ୍କ...

୧୪ ବର୍ଷ ପୂର୍ବେ ନାବାଳିକାଙ୍କୁ ଦେଇଥିଲେ ଯୌନ ନିର୍ଯାତନା: ଏବେ ମିଳିଲା ଦଣ୍ଡ

ଭବାନୀପାଟଣା,୨୮ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ଅଞ୍ଚଳରେ ୨୦୨୦ରେ ଜଣେ ନାବାଳିକାଙ୍କୁ ଯୌନ ନିର୍ଯାତନା ମାମଲାର ରାୟ ସୋମବାର ପ୍ରକାଶ ପାଇଛି।...

ପ୍ରଣିତା ହେଲେ ହିଞ୍ଜିଳିକାଟୁ ପୌର ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ

ହିଞ୍ଜିଳିକାଟୁ, ୨୮।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌର ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ସୋମବାର ଦାୟିତ୍ୱ ନେଇଛନ୍ତି ପ୍ରବୋସନାରୀ ଆଇଏଏସ ପ୍ରଣିତା ଦାସ...

ବାପା ଗାଡି ଚାଳକ, ଝିଅ ପାଇଲେ ଓଏଏସ୍‌: ଏବେ ମିଳୁଛି ଗଦାଗଦା ପୁରସ୍କାର

ଦାରିଙ୍ଗବାଡି,୨୮।୧୦ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡିର ରୁନିତା ପ୍ରଧାନ ୨୦୨୨ ଓଡିଶା ସିଭିଲ ସର୍ଭିସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଜିଲାରୁ ୭ ଜଣ ଏହି...

ଦୁର୍ନୀତିକୁ ଦିଆଯିବନି ପ୍ରଶୟ: ଅଙ୍ଗନାୱାଡି କର୍ମୀଙ୍କୁ ଶପଥ ପାଠ କରାଇଲେ ସିଡିପିଓ

ଦାରିଙ୍ଗବାଡି,୨୮।୧୦(ଅରୁଣ ସାହୁ): ରାଜ୍ୟରେ ଚାଲିଛି ଦୁର୍ନୀତି ନିବାରଣ ସଚେତନ କାର୍ଯ୍ୟକ୍ରମ। ସରକାରଙ୍କ ବିଭିନ୍ନ କାର୍ଯ୍ୟାଳୟରେ ଏନେଇ ସଚେତନ କରାଯାଉଛି। ଏହି କ୍ରମରେ ଦାରିଙ୍ଗବାଡିର ସମନ୍ବିତ ଶିଶୁ...

ରେଳ ମେଲ୍‌ସେବା ସ୍ଥାନାନ୍ତରଣକୁ ନେଇ ତେଜିଲା ବିରୋଧ

କେସିଙ୍ଗା,୨୮।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ରେଳ ଷ୍ଟେଶନ ସ୍ଥିତ ରେଳ ଡାକସେବା(ଆର୍‌ଏମ୍‌ଏସ୍‌) ସ୍ଥାନାନ୍ତରଣକୁ ବିରୋଧ କରି କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଙ୍ଘ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri