କଥା ଦେଇ କଥା ରଖି ନ ଥିଲେ ପୂର୍ବ ସରକାର, ଆମ ସରକାର ଆସୁ ଆସୁ…

ଭୁବନେଶ୍ୱର,୧୪ା୧୧: ପୂର୍ବ ବିଜେଡି ସରକାରଙ୍କୁ ପୁଣି ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସମବାୟ ସପ୍ତାହ ପାଳନ କାର୍ଯ୍ୟକ୍ରମରେ ଯୋଗଦେଇ ପୂର୍ବ ସରକାରଙ୍କୁ ମୋହନ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି, ଗତ ସରକାର ଚାଷୀଙ୍କୁ କଥା ଦେଇ କଥା ରଖି ନ ଥିଲେ।

ସୋହେଲାରେ କହିଲେ ଚାଷୀଙ୍କୁ ଶହେ ଟଙ୍କା ବୋନସ୍‌ ଦେବେ, କିନ୍ତୁ ଦେଲେନି। ବରଂ ଚାଷୀ ଆତ୍ମହତ୍ୟା ଦେଖା ଦେଇଥିଲା। କିନ୍ତୁ ଆମ ସରକାର ଆସୁ ଆସୁ ବଡ଼ ପଦକ୍ଷେପ ନେବା ପାଇଁ ଯାଉଛୁ। କ୍ବିଣ୍ଟାଲ ପିଛା ବୋନସ୍‌ ୮୦୦ ଟଙ୍କା ଦେବାକୁ ବ୍ୟବସ୍ଥା କରିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସେହିପରି ବୁଧବାର ମୁଖ୍ୟମନ୍ତ୍ରୀ ଲୋକସେବା ଭବନ ଠାରେ, ଆଗାମୀ ଧାନ ସଂଗ୍ରହ ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରିବା ପାଇଁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଜିଲାପାଳମାନଙ୍କ ସହିତ ଆଲୋଚନା କରିଛନ୍ତି। ଆଲୋଚନାରୁ ଜଣାଯାଇଛି ଯେ, ତ୍ରୁଟିଶୁନ୍ୟ ଧାନ ସଂଗ୍ରହ ପାଇଁ ରାଜ୍ୟ ସରକାରଙ୍କ ସମସ୍ତ ସମ୍ପୃକ୍ତ ବିଭାଗ ଓ ଜିଲାପାଳମାନେ ସମସ୍ତ ପ୍ରସ୍ତୁତି କରିଛନ୍ତି।
ବୈଠକରୁ ଜଣାଯାଇଛି ଯେ, ଆସନ୍ତା ୨୦ ରେ ବରଗଡ ଜିଲାରୁ ଏହି ଧାନ ସଂଗ୍ରହ କାର୍ଯ୍ୟ  ଆରମ୍ଭ ହେବ।  ୨୨ ତାରିଖରେ ସମ୍ବଲପୁର ଏବଂ  ପରେ ରାଜ୍ୟର ସବୁ ଜିଲାରେ ଏହି ଧାନ ସଂଗ୍ରହ ବ୍ୟବସ୍ଥା ଆରମ୍ଭ ହେବ।  ନଭେମ୍ବର ୨୦ରୁ  ଡିସେମ୍ବର ୭ମଧ୍ୟରେ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କୁଇଣ୍ଟାଲ ପିଛା ୨୩୦୦ ଟଙ୍କା ପ୍ରଦାନ କରାଯିବ।
ଡିସେମ୍ବର  ୮ ରେ ବରଗଡ ଜିଲା ସୋହେଲା ଠାରେ ଏକ ରାଜ୍ୟ ସ୍ତରୀୟ କୃଷକ ସମାବେଶ ଆୟୋଜନ ମାଧ୍ୟମରେ ମୁଖ୍ୟମନ୍ତ୍ରୀ କୃଷକମାନଙ୍କୁ ଧାନର କୁଇଣ୍ଟାଲ ପିଛା ଅତିରିକ୍ତ ୮୦୦ ଟଙ୍କା ପ୍ରଦାନ କରିବେ। ଡିସେମ୍ବର ୮ ଠାରୁ ୨୩୦୦ ଟଙ୍କା ସହିତ ଅତିରିକ୍ତ ୮୦୦ ଟଙ୍କା ଚାଷୀଙ୍କ ବ୍ୟାଙ୍କ ଖାତାକୁ ୪୮ ଘଣ୍ଟା ମଧ୍ୟରେ DBT ଜରିଆରେ ପ୍ରଦାନ କରାଯିବ।
କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ସୁବିଧା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଚାଷୀମାନଙ୍କୁ ଧାନ ସଂଗ୍ରହ ବ୍ୟବସ୍ଥା ପାଇଁ ନିଆଯାଇଥିବା ସରକାରୀ ପଦକ୍ଷେପ ସମ୍ପର୍କରେ ବିଭିନ୍ନ ସୂଚନା, ଶିକ୍ଷା ଓ ସଂଚାର କାର୍ଯ୍ୟକ୍ରମ ମାଧ୍ୟମରେ ସଚେତନ କରାଯାଉଛି।
ମୁଖ୍ୟମନ୍ତ୍ରୀ ଏଥିପାଇଁ ଜିଲାପାଳମାନେ ନେଇଥିବା ପଦକ୍ଷେପ ସମ୍ପର୍କରେ ଅବଗତ ହୋଇ ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବାକୁ ପରାମର୍ଶ ଦେଇଥିଲେ। ବିଭିନ୍ନ ଧାନ ମଣ୍ଡିରେ ଗ୍ରେନ ଆନାଲାଇଜର, ମଣ୍ଡି ସୁପରଭାଇଜର ଆଦି ମୁତୟନ ସମ୍ପର୍କରେ ସୂଚନା ଦିଆଯାଇଥିଲା। ଚାଷୀମାନଙ୍କୁ ଟୋକନ ପ୍ରଦାନ ୧୫ ତାରିଖରୁ ଆରମ୍ଭ ହେବ ବୋଲି ସୂଚନା ଦିଆଯାଇଥିଲା। ଜିଲାପାଳମାନେ ଚାହିଁଲେ ଟୋକନର ସମୟସୀମାକୁ ୭ ଦିନ ପର୍ଯ୍ୟନ୍ତ ବୃଦ୍ଧି କରିପାରିବେ।

ପଡୋଶୀ ରାଜ୍ୟ ସହିତ ଲାଗି ରହିଥିବା ଜିଲା ଗୁଡିକରେ ଯେପରି ବାହାର ରାଜ୍ୟର ଧାନ ନ ପଶିବ, ସେଥିପ୍ରତି ଜିଲାପାଳମାନେ ପ୍ରତ୍ୟକ୍ଷ ଭାବେ ନଜର ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ସୀମାବର୍ତ୍ତୀ ଅଞ୍ଚଳରେ କ୍ୟାମେରା ସଂଯୁକ୍ତ ଥିବା ଯାନ ମାଧ୍ୟମରେ ପେଟ୍ରୋଲିଂ ବ୍ୟବସ୍ଥାକୁ କଡାକଡି କରିବା ପାଇଁ ଏବଂ ମଣ୍ଡିମାନଙ୍କରେ ସିସିଟିଭି ଲଗାଇବା ଓ କଟନି-ଛଟନି କୁ ରୋକିବା ପାଇଁ ପଦକ୍ଷେପ ନେବାକୁ ମଧ୍ୟ ଗୁରୁତ୍ୱ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଲକାତାର ମହାବିଜୟ, ୮ ଉଇକେଟରେ ହାରିଗଲା ଚେନ୍ନାଇ

ଚେନ୍ନାଇ, ୧୧।୪-ଅଧିନାୟକ ପରିବର୍ତ୍ତନ ହେଲେ ହେଁ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଦଳର ଭାଗ୍ୟ ପରିବର୍ତ୍ତନ ହୋଇନାହିଁ। ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଦଳ...

ଶୁଦ୍ଧକ୍ରିୟାକୁ ବିତିଥିଲା ୩୭ ବର୍ଷ:  ମା’ କୋଳକୁ  ଫେରିଲା ହଜିଲା ପୁଅ, କୋଳେଇନେଇ… 

ଦାରିଙ୍ଗବାଡ଼ି,୧୧।୪ (ଅରୁଣ ସାହୁ): ଶୁଦ୍ଧକ୍ରିୟାକୁ ୩୭ ବର୍ଷ ବିତିବା ପରେ ଜନ୍ମ ମାଟିକୁ ଫେରିଲେ ପୁଅ ଆଉ ପରିବାର ଗ୍ରାମବାସୀ ଦେଖି ହୋଇଗଲେ ଆଶ୍ଚର୍ଯ୍ୟ। ଏଭଳି...

ବଜ୍ରପାତ, କୁଆପଥର ବର୍ଷାରେ ୬୧ ମୃତ

ପାଟନା,୧୧।୪: ବିହାରର ବିଭିନ୍ନ ଜିଲାରେ ଗତ ୪୮ ଘଣ୍ଟା ମଧ୍ୟରେ ବଜ୍ରପାତ ଏବଂ କୁଆପଥର ବର୍ଷାରେ ଅନୂ୍ୟନ ୬୧ ଜଣଙ୍କ ମୃତ୍ୟୁ ଘଟିଛି। ନାଳନ୍ଦା ଜିଲାରେ...

ଘଣ୍ଟ ବାଡେଇ ନିଖୋଜ ଯୁବକଙ୍କୁ ଖୋଜା ଚାଲିଛି, ଏତଲା ପରେ ତଦନ୍ତ ଆରମ୍ଭ କଲା ଭଞ୍ଜନଗର ପୋଲିସ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବଡପଥରା ଗ୍ରାମର ପଠାଣି ନାଇକ ଗତ ବୁଧବାରଠାରୁ ନିଖୋଜ ହୋଇଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି।...

ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ମାମଲା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଏସ୍‌.ଆଇ ଜଗବନ୍ଧୁ ବାର୍ଲା ଶୁକ୍ରବାର ଜରଡା ଗ୍ରାମର ପୀତବାସ ସେଠୀଙ୍କୁ ଗିରଫ...

Heavy Rainfall: ଆଉ ୨୪ଘଣ୍ଟାରେ ପ୍ରବଳ ଝଡବର୍ଷା! ୬ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୧।୪: ଆଉ ୨୪ ଘଣ୍ଟାରେ ହେବ ପ୍ରବଳ ଝଡ଼ ବର୍ଷା। ଏନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା...

ତାମିଲନାଡୁ BJPର ନୂଆ ଅଧ୍ୟକ୍ଷ ନୈନାର ନାଗେନ୍ଦ୍ରନ୍‌ କିଏ? ଜୟଲଳିତାଙ୍କ ଥିଲେ ଖାସ୍‌, ୨୦୨୬ରେ ଷ୍ଟାଲିନ୍‌ଙ୍କୁ…

ଚେନ୍ନାଇ,୧୧।୪: ଭାଜପାର ତାମିଲନାଡୁ ୟୁନିଟର ସଭାପତି ଭାବରେ ନୈନାର ନାଗେନ୍ଦ୍ରନ ନିର୍ବାଚିତ ହୋଇଛନ୍ତି। ସେ ତାମିଲନାଡୁ ଭାଜପା ୟୁନିଟର ୧୩ତମ ସଭାପତି ହୋଇଛନ୍ତି। ତାମିଲନାଡୁ ବିଧାନସଭାରେ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ରାଜ୍ୟରେ ପୁଣି ହେବ ଉପନିର୍ବାଚନ!

ଭୁବନେଶ୍ୱର, ୧୧ା୪: ରାଜ୍ୟର ପଞ୍ଚାୟତ ସ୍ତରରେ ଖାଲି ପଡ଼ିଥିବା ୧୧୩୪ଟି ପଦ ପୂରଣ ପାଇଁ ଉପନିର୍ବାଚନ ନିମନ୍ତେ ପ୍ରାଥମିକ ପଦକ୍ଷେପ ରାଜ୍ୟ ନିର୍ବାଚନ କମିଶନଙ୍କ ତରଫରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image