ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ: ‘ବିଷ ମଣିଷ’ ନାଟକ ମଞ୍ଚସ୍ଥ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ  ମଦନମୋହନପୁର ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ  ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି ବ୍ଲକ ସହଗୋଷ୍ଠୀ ଶିକ୍ଷାଧିକାରୀ ବିଶ୍ରବା ପାଇକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ଓକିଲ ସଂଘ ସଭାପତି ହରପ୍ରସାଦ ରଥ ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିଲେ ।

ସେହିପରି ସହଗୋଷ୍ଠୀ ଶିକ୍ଷାଧିକାରୀ ରସାନନ୍ଦ ଘଡେଇ ମୁଖ୍ୟବକ୍ତା ଏବଂ ମଣିପଡିଆ ହାଇସ୍କୁଲ ପ୍ରଧାନଶିକ୍ଷକ ପ୍ରିୟତୋଷ ପାଢୀ , ଶିବାନନ୍ଦ ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକ ଅରୁଣ ମହାପାତ୍ର , ସିଆରସିସି ନବୀନ ବାଡତ୍ଯା , ଅନୀଲ କୁମାର ଦାସ , ସୁବ୍ରତ ପଣ୍ଡା , ବାଙ୍କ ପାଇକ , ରବିନ୍ଦ୍ର ବେହେରା , ଶିକ୍ଷକ ସନ୍ତୋଷ ସାହୁ , ଦିବାକର ପାଣିଗ୍ରାହୀ , ବିକ୍ରମ ପାଣିଗ୍ରାହୀ , ଶିକ୍ଷୟିତ୍ରୀ ଅମିତା ପ୍ରଧାନ , ଅନ୍ବେଶିତା ପ୍ରଧାନ , ସଲୋନୀ ପ୍ରଧାନ ପ୍ରମୁଖ ସମ୍ମାନିତ ଅତିଥି ରୂପେ ମଞ୍ଚାସିନ ଥିଲେ ।

ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଶିବରାମ ପ୍ରଧାନ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ଶିକ୍ଷକ ବିଜୟ କୁମାର ପ୍ରଧାନ ଉତ୍ସବ ପରିଚାଳନା କରିଥିଲେ ।‌ ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାର କୃତି  ଛାତ୍ରୀଛାତ୍ର ମାନଙ୍କୁ ଅତିଥିଙ୍କ ଦ୍ବାରା ପୁରସ୍କୃତ କରାଯିବା ସହ ଶିକ୍ଷକ ମୁରଲୀଧର ପ୍ରଧାନଙ୍କ ନିର୍ଦ୍ଦେଶିତ ଏବଂ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଶିବରାମ ପ୍ରଧାନଙ୍କ ରଚିତ ସାମାଜିକ ସଂସ୍କାର ମୂଳକ ନାଟକ ‘ ବିଷ ମଣିଷ ‘ ମଞ୍ଚସ୍ଥ ହୋଇଥିଲା।ଶିକ୍ଷକ ନରେନ୍ଦ୍ର ସାହୁ ଶେଷରେ ଧନ୍ୟବାଦ ଅର୍ପଣ କରିଥିବା ବେଳେ ଶିକ୍ଷକ ସୌମ୍ୟରଞ୍ଜନ ପ୍ରଧାନ , ଭଗବାନ ପାତ୍ର , ଶିକ୍ଷୟତ୍ରୀ ଜ୍ୟୋତି ମହାରଣାଙ୍କ ସମେତ ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ ବୃନ୍ଦ ଉପସ୍ଥିତ ରହି ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ  କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

ଅଙ୍ଗନଓ୍ବାଡିି ପଛରେ ଗୋମାଂସ କଟାନେଇ ଅସନ୍ତୋଷ

ଉଦଳା, ୨୪ା୧୨(ସନ୍ତୋଷ କୁମାର ବାଚ୍ଛିନୀ): କପ୍ତିପଦା ଥାନା ଭୁଳାଘାଟି ଗ୍ରାମର ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପଛରେ ଗୋମାଂସ କଟାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର...

ବରଗଡ଼ ଧନୁଯାତ୍ରା: ସାଂସ୍କୃତିକ ଶୋଭାଯାତ୍ରାରେ ଦୁଲୁକିଲା ବରଗଡ଼

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଯାଜପୁର ରୋଡ଼ ନୂତନ ଏସ୍‌ଡିପି ଶରତ ଚନ୍ଦ୍ର ପାତ୍ର

ଧର୍ମଶାଳା,୨୪।୧୨: ଯାଜପୁର ରୋଡ଼ ନୂତନ ଏସ୍‌ଡିପିଓ ଭାବେ ଶରତ ଚନ୍ଦ୍ର ପାତ୍ର ଯୋଗଦେବେ। ଏ ନେଇ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ଯାଜପୁର ରୋଡ...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି...

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri