ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ମହାସଂଘ ପକ୍ଷରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଗଣଧାରଣା

ଦାରିଙ୍ଗବାଡ଼ି,୧୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ କାର୍ଯ୍ୟରତ ପ୍ରାଥମିକ ଶିକ୍ଷକମାନେ ସମୂହ ଛୁଟିରେ ରହିବା ସହ ବିଇଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦେଇଛନ୍ତି। କାର୍ଯ୍ୟାଳୟ ସମ୍ମୁଖରେ ଗାନ୍ଧୀଙ୍କ ଫଟୋରେ ମାଲ୍ୟାର୍ପଣ କରାଯାଇ ଧାରଣା ଦିଆଯାଇଥିଲା। ଏଥିସହ ସେମାନଙ୍କ ଦାବିକୁ ନେଇ ବିକ୍ଷୋଭ କରିବା ସହ ଆନ୍ଦୋଳନକୁ ଜୋରଦାର କରିଛନ୍ତି। ପୂର୍ବରୁ ବିଭିନ୍ନ ପଞ୍ଚାୟତର ଶତାଧିକ ବିଭିନ୍ନ ବର୍ଗର ଶିକ୍ଷକ ବିଭିନ୍ନ ଦାବି ନେଇ ଦୀର୍ଘଦିନ ଧରି ରାଜ୍ୟ ସରକାରଙ୍କ ନିକଟରେ ଫେରାଦ ହେବା ସହ ଦାବି ପୂରଣ ପାଇଁ ବାରମ୍ବାର ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ହେଲେ ରାଜ୍ୟ ସରକାର ତାଙ୍କର ଦାବି ପୂରଣ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରୁଥିବା ନେଇ ଶିକ୍ଷକ ମହଲରେ ଅସନ୍ତୋଷ ପ୍ରକାଶ କରିଥିଲେ ଫଳରେ ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ଶିକ୍ଷାଦାନକୁ ବାଧ୍ୟ ହୋଇ ବନ୍ଦ କରିବା ସହ ଅନିର୍ଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ସେମାନଙ୍କ ଦାବିଗୁଡ଼ିକ ମଧ୍ୟରେ ମୁଖ୍ୟତଃ ରାଜ୍ୟରେ ସରକାର ସମସ୍ତ ଠିକା ନିଯୁକ୍ତି ଉଚ୍ଛେଦ କରିଥିବାରୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ କାର୍ଯ୍ୟରତ କନିଷ୍ଠ ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କୁ ନିୟମିତ କରିବା ସହ ଶିକ୍ଷକର୍ମୀ ଓ ଶିକ୍ଷା ସହାୟକମାନଙ୍କ ଠିକା କାର୍ଯ୍ୟକାଳକୁ ଇନ୍‌କ୍ରିମେଣ୍ଟ ପ୍ରଦାନ କରିବା ସହ ମୂଳ ଚାକିରିରେ ଗଣନା କରିବା ସହ ଗଣଶିକ୍ଷକ, ଏକ୍ସ କ୍ୟାଡର ଶିକ୍ଷକ, କଳା ଓ କ୍ରୀଡ଼ା ଶିକ୍ଷକମାନଙ୍କୁ ନିୟମିତ ଶିକ୍ଷକର ମାନ୍ୟତା ପ୍ରଦାନ କରାଯିବା ସହ ସମସ୍ତ ବର୍ଗର ପ୍ରାଥମିକ ଶିକ୍ଷକମାନଙ୍କୁ କେନ୍ଦ୍ରୀୟ ହାରରେ ବେତନ ଦେବା ନୂତନ ପେନ୍‌ସନ୍‌ ଯୋଜନାକୁ ଉଚ୍ଛେଦ କରି ପୁରୁଣା ପେନ୍‌ସନ୍‌ ବ୍ୟବସ୍ଥା ପୁନଃ ପ୍ରଚଳନ କରିବା ଆଦି ଦାବି କରିଛନ୍ତ। ମିଳିତ ଶିକ୍ଷକ ସଂଘ ଆନ୍ଦୋଳନରେ ସାମିଲ ହୋଇଥିବା ବେଳେ ଦାରିଙ୍ଗବାଡ଼ି ସଂଘର ସଭାପତି ଯାମିନୀକାନ୍ତ ପଡ୍ରା, ସମ୍ପାଦକ ସଂଗ୍ରାମ କୁମାର ନାୟକଙ୍କ ସମେତ ଶତାଧିକ ଶିକ୍ଷୟିତ୍ରୀ ଶିକ୍ଷକ ସାମିଲ ହୋଇଛନ୍ତି। ସେହିପରି ରାଜ୍ୟ ମହାସଂଘର ଆଞ୍ଚଳିକ ସମ୍ପାଦକ ବିଦେଶୀ ନାୟକ ମଧ୍ୟ ଗଣଧାରଣାରେ ଯୋଗଦେଇ ବ୍ଲକ ସଂଗଠନକୁ ଉତ୍ସାହିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଣାଇଁରେ ନାବାଳିକା କୁ ଗର୍ଭବତୀ କରି ହତ୍ୟା ଉଦ୍ୟମ ଘଟଣା: ୧୮ ଦିନ ପରେ ପୋଲିସ ହାତରେ ଅଭିଯୁକ୍ତ

ବଣାଇଁ, ୨୪।୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅଞ୍ଚଳରେ ଆଜିକୁ ଅଠର ଦିନ ତଳେ ଅର୍ଥାତ ଚଳିତ ମାସ ୬ ତାରିଖ ଦିନ ଘଟିଥିବା...

ଦୂର ହେଲା ପଥୁରୀ ଦେହୁରୀଙ୍କ କଷ୍ଟ: ଘର ପାଖରେ ଭତ୍ତା ଦେବା ସହ ତିନି ଚକିଆ ସାଇକେଲ ପ୍ରଦାନ କଲା ପ୍ରଶାସନ

କେନ୍ଦୁଝର,୨୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ବ୍ଲକ ରାଇସୁଆଁ ଗ୍ରାମର ପଥୁରୀ ଦେହୁରୀଙ୍କୁ ଘର୍ ପାଖରେ ଭତ୍ତା ଦେବା ସହ ଏକ ତିନି ଚକିଆ ସାଇକେଲ ପ୍ରଦାନ...

ପୁଅ-ବୋହୂକୁ ଅଲୋଡା ବୃଦ୍ଧା ମାଆ: ତାଲା ବନ୍ଦ ଘରୁ ଉଦ୍ଧାର କଲା ପୋଲିସ

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର) ଜନ୍ମ କଲା ମାଆ ବୃଦ୍ଧା ହେବା ପରେ ପୁଅ- ବୋହୂଙ୍କ ପାଇଁ ଅଲୋଡା ହୋଇ ଆସୁଥିବା ଘଟଣା ବିଭିନ୍ନ ସମୟରେ ଦେଖିବାକୁ...

ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପିଠରେ ଶୋଡଶ ଉପଚାରପର୍ବ ଆରମ୍ଭ

ପୁରୁଷୋତ୍ତମପୁର,୨୪।୯ (ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକରେ ରହିଥିବା କିମ୍ବଦନ୍ତିପୂର୍ଣ ପ୍ରସିଦ୍ଧ ଶକ୍ତିପୀଠ ଇଷ୍ଟଦେବୀ ମା’ ତାରାତାରିଣୀ ଓ ଜଳେଶ୍ୱରଖଣ୍ଡି ଗ୍ରାମରେ ବିଜେ ମା’...

ମହାସମାରୋହରେ ପାଳିତ ହେଲା ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ସାମିଲ ହେଲେ ହଜାର ହଜାର ଶ୍ରଦ୍ଧାଳୁ

ଭବାନୀପାଟଣା/ଜୁନାଗଡ଼, ୨୪।୯(ଉତ୍ତମ କୁମାର ଦାଶ /ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡର ଅଧୃଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ଵରୀଙ୍କ ଖଣ୍ଡାବସା ପର୍ବ ମଙ୍ଗଳବାର ସନ୍ଧାରେ ମହାସମାରୋହରେ...

୨ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି, ୨୪ା୯(ଦୁର୍ଯ୍ୟୋଧନ ପାତ୍ର)- ଛତିଶଗଡ଼ ସୁକ୍‌ମାରେ ୨ ମାଓବାଦୀ ସୋଡି ଭୀମା ଓ ମୁଦାମି ହଣ୍ଡା ପୋଲିସ ନିକଟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି। ସୋଡିଙ୍କ ନାମରେ...

ଜୟ ମହାକାଳ ଫାଉଣ୍ଡେସନର ରକ୍ତଦାନ ଶିବିର , ଥାଲାସେମିଆ ରୋଗୀଙ୍କ ପାଇଁ ବଡ଼ ପଦକ୍ଷେପ

ଯାଜପୁର,୨୪।୯: ରକ୍ତଦାନ ମହତଦାନ । ଏହା ଆଉ ଏକ ଜୀବନକୁ ବଞ୍ଚେଇ ରଖେ । ଯାହା ସମସ୍ତଙ୍କ ଭାଗ୍ୟରେ ନ ଥାଏ । ଜରୁରୀକାଳୀନ ପରିସ୍ଥିତି...

ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର, ହତ୍ୟାର ୮ ଦିନ ପରେ ଦୁଇ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ତେନ୍ତୁଳିଖୁଣ୍ଟି,୨୪।୯(ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକର କଣ୍ଟାଗାଁରେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ଏବଂ ହତ୍ୟାର ୮ ଦିନ ପରେ ପୋଲିସ ହାତରେ ପଡିଛନ୍ତି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri