Categories: ଜାତୀୟ

ମୁଲାୟମଙ୍କ ପରଲୋକରେ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ…

ନୂଆଦିଲ୍ଲୀ,୧୦।୧୦ : ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବଙ୍କ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ସୋମବାର ପରଲୋକ ଘଟିଛି। ଅଖିଳେଶ ଯାଦବ ଏକ ଟୁଇଟ ମାଧ୍ୟମରେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଲାୟମଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି।

ଦୁଃଖ ପ୍ରକାଶ କରି ପ୍ରଧାନମନ୍ତ୍ରୀ ଟୁଇଟ କରି ଲେଖିଛନ୍ତି, ମୁଲାୟମ ସିଂ ଯାଦବ ଉତ୍ତରପ୍ରଦେଶ ଏବଂ ଜାତୀୟ ରାଜନୀତିରେ ନିଜ ପାଇଁ ଏକ ସ୍ଥାନ ସୃଷ୍ଟି କରିଥିଲେ। ଜରୁରୀକାଳୀନ ପରିସ୍ଥିତିରେ ସେ ଗଣତନ୍ତ୍ରର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଥିଲେ।

 

Share