ଦିଲ୍ଲୀ ଫେରିଗଲେ ପ୍ରଧାନମନ୍ତ୍ରୀ, ସ୍ବରାଷ୍ଟ୍ର ମନ୍ତ୍ରୀ

ଭୁବନେଶ୍ୱର,୧ା୧୨: ତିନିଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରବିବାର ଦିଲ୍ଲୀ ଫେରିଯାଇଛନ୍ତି। ଡିଜିପି-ଆଇଜିପି ସମ୍ମିଳନୀ ଶେଷ ହେବା ପରେ ଦୁଇ ହେଭିଓ୍ବେଟ୍‌ ଓଡ଼ିଶାରୁ ବିଦାୟ ନେଇଛନ୍ତି। ଲୋକସେବା ଭବନରୁ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଦୁଇ କାର୍‌ରେ ଆଜି ପ୍ରଧାନମନ୍ତ୍ରୀ ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଭୁବନେଶ୍ୱର ବିମାନବନ୍ଦର ଯାଇ ସେଠାରୁ ଏକ ସ୍ବତନ୍ତ୍ର ବିମାନରେ ଦିଲ୍ଲୀ ଯାଇଛନ୍ତି।

ଲୋକସେବା ଭବନ କନ୍‌ଭେନ୍‌ଶନ ସେଣ୍ଟରରେ ଆୟୋଜିତ ପୋଲିସ ମହାନିର୍ଦ୍ଦେଶକ (ଡିଜିିପି) ଏବଂ ପୋଲିସ ମହାନିରୀକ୍ଷକ (ଆଇଜିପି)ସ୍ତରୀୟ ୫୯ତମ ସମ୍ମିଳନୀରେ ପ୍ରାୟ ୨୫୦ ଅଧିକାରୀ ଉପସ୍ଥିତ ରହିଥିବାବେଳେ ୨୦୦ରୁ ଊର୍ଦ୍ଧ୍ୱ ଅଫିସର ଭର୍ଚୁଆଲି ସାମିଲ ହୋଇଥିଲେ। ଏନେଇ ପ୍ରଧାନମନ୍ତ୍ରୀ ନିଜ ଏକ୍ସ ହ୍ୟାଣ୍ଡେଲରେ ସୂଚନା ଦେଇଥିଲେ। ଭୁବନେଶ୍ୱରରେ ଡିଜିପି, ଆଇଜିପି ସମ୍ମିଳନୀ ସଫଳ ହୋଇଛି। ଏଥିରେ ନୀତି ପ୍ରଣୟନ ଓ ସୁରକ୍ଷା ସମ୍ପର୍କିତ ପ୍ରସଙ୍ଗଗୁଡ଼ିକ ଉପରେ ବିଚାରବିମର୍ଶ ହୋଇଥିବା ସେ କହିଥିଲେ। ଏହା ପୂର୍ବରୁ ଶୁକ୍ରବାର ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍‌ଓ) ପକ୍ଷରୁ ୩ ଦିନିଆ ସମ୍ମିଳନୀ ସମ୍ପର୍କରେ ସୂଚନା ଦିଆଯାଇଥିଲା। ଆତଙ୍କବାଦ ଓ ମାଓବାଦୀ ମୁକାବିଲା, ଉପକୂଳ ସୁରକ୍ଷା, ନୂଆ ଆପରାଧିକ ଆଇନ ଏବଂ ବେଆଇନ ନିଶାଦ୍ରବ୍ୟ କାରବାର ଏଡ଼ାଇବା ସମେତ ଜାତୀୟ ନିରାପତ୍ତା ଉପରେ ୩ ଦିନ ଧରି ମାନସମନ୍ଥନ କରାଯିବ ବୋଲି କୁହାଯାଇଥିଲା। ଜାତୀୟ ନିରାପତ୍ତା ପ୍ରତି ବିପଦ ସାଙ୍ଗକୁ ଅପରାଧ ନିୟନ୍ତ୍ରଣ ଓ ଆଇନ ଶୃଙ୍ଖଳା ପରିଚାଳନା ଭଳି ଆହ୍ବାନଗୁଡ଼ିକର ମୁକାବିଲା ତଥା ପୋଲିସ ଅଧିକାରୀଙ୍କ ବୃତ୍ତିଗତ କାର୍ଯ୍ୟକ୍ଷେତ୍ରରେ ସୃଷ୍ଟି ହେଉଥିବା ଆହ୍ବାନର ମୁକାବିଲା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଥିବା ଜଣାପଡ଼ିଛି। ପ୍ରଧାନମନ୍ତ୍ରୀ ମନଯୋଗ ସହକାରେ ସମସ୍ତ ବିଷୟ ଶୁଣିବା ସହ ଅଧିକାରୀମାନଙ୍କ ସହ ଅଣାନୁଷ୍ଠାନିକ ଆଲୋଚନା ମଧ୍ୟ କରିଥିଲେ। ସାମ୍ପ୍ରତିକ ସ୍ଥିତିରେ ପୋଲିସ ଅଧିକାରୀମାନେ ସାମ୍‌ନା କରୁଥିବା ଚ୍ୟାଲେଞ୍ଜର ମୁକାବିଲା ପାଇଁ ନୂଆ ଉପାୟ ବାହାର କରିବା ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri