ଭର୍ଚୁଆଲ ମୋଡ୍‌ରେ ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ, ବଡ଼ବିଲ ରେଳଷ୍ଟେଶନ ପାଇଁ ୧୬ କୋଟି ଟଙ୍କା ବ୍ୟୟ ବରାଦ

ବଡ଼ବିଲ,୬ା୮(ଦେବପ୍ରିୟ ରଣା): ଅମୃତ ଭାରତ ଷ୍ଟେଶନ ଯୋଜନାରେ ଭାରତୀୟ ରେଳବାଇର ୧୩୦୯ଟି ଷ୍ଟେଶନର ପୁନଃ ବିକାଶ ହେବାକୁ ଯାଉଛି। ଏହି ଯୋଜନା ଅଧୀନରେ ଓଡ଼ିଶାର ୫୭ଟି ଷ୍ଟେଶନକୁ ଅନ୍ତର୍ଭୁକ୍ତ ପାଇଁ ଚିହ୍ନଟ ହୋଇଛି। ରବିବାର ପ୍ରଥମ ପର୍ଯ୍ୟାୟରେ ୫୦୮ଟି ଷ୍ଟେଶନର ପୁନଃ ବିକାଶ ନିମନ୍ତେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭର୍ଚୁଆଲ ମୋଡ଼ରେ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଓଡ଼ିଶାର ୨୫ଟି ଷ୍ଟେଶନ ଏହି ତାଲିକାରେ ରହିଥିଲା ବେଳେ ଏଥିରେ ବଡ଼ବିଲ ରେଳ ଷ୍ଟେଶନକୁ ମଧ୍ୟ ସାମିଲ କରାଯାଇଛି। ଏହି ଷ୍ଟେଶନଗୁଡ଼ିକର ପୁନଃ ବିକାଶ କରାଯାଇ ଉନ୍ନତମାନର ସୁବିଧା ଏବଂ ଯାତ୍ରୀ ପରି ସେବା ଯୋଗାଇ ଦିଆଯିବ। ବଡ଼ବିଲ ଷ୍ଟେଶନର ନବୀକରଣ ଓ ଅନ୍ୟାନ୍ୟ ସୁବିଧା ପାଇଁ ୧୬କୋଟି ଟଙ୍କା ବ୍ୟୟ ବରାଦ କରାଯାଇଥିବା ଜଣାପଡ଼ିଛି। ବଡ଼ବିଲ ଷ୍ଟେଶନକୁ ପ୍ରପର୍‌ ଏଣ୍ଟ୍ରି ଏବଂ ଏକ୍‌ଜିଟ୍‌ ଫ୍ୟାସିଲିଟି ସହିତ ସମସ୍ତ ପ୍ରକାର ଯାନବାହନର ପାର୍କିଂ ବ୍ୟବସ୍ଥା, ମାସ ଫ୍ଲାଗ୍‌, ଗ୍ରୀନ୍‌ ପ୍ୟାଚ୍‌, ବେଞ୍ଚ ଏବଂ ଷ୍ଟାଟସ୍‌ ସହିତ ସାର୍କୁଲେଟିଂ କ୍ଷେତ୍ରର ବିକାଶ ଯୋଜନା ରହିଛି। ସେହିପରି ଦିବ୍ୟାଙ୍ଗମାନଙ୍କ ପାଇଁ ଷ୍ଟାଣ୍ଡାର୍ଡ ସାଇନେଜ, ଷ୍ଟେଶନ ବିଲ୍ଡିଂର ବିକାଶ, ସେକେଣ୍ଡ କ୍ଲାସ ଏବଂ ଅପ୍ପର୍‌ କ୍ଲାସ ଓ୍ବେଟିଂ ହଲ୍‌, କ୍ୟାଣ୍ଟିନ, ଏସ୍‌ଏମଆର୍‌ ଅଫିସ୍‌ ଆଦିର ଉନ୍ନତିକରଣ କରାଯିବା ସହିତ ୬ଟି ନୂତନ କ୍ୱାର୍ଟର ନିର୍ମାଣ କରାଯିବାକୁ ପ୍ରସ୍ତାବ ରହିଛି । ଏହି ଯୋଜନାର ଶିଳାନ୍ୟାସ ସ୍ଥାପନ ଅବସରରେ ବଡ଼ବିଲ ଷ୍ଟେଶନଠାରେ ରବିବାର ରେଳବାଇ ପକ୍ଷରୁ ବିଶେଷ ବ୍ୟବସ୍ଥା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ରୋଗାକ୍ରାନ୍ତ ପୁଅ ପାଖରେ ପହଞ୍ଚତ୍ଲା ମେଡିକାଲ ଟିମ୍‌

କୋକସରା,୨୨ା୧୧ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କାଶିବାହାଲ ପଞ୍ଚାୟତ ସିଆଲଲଟି ପଡ଼ା ଗ୍ରାମର ମାନସିକ ରୋଗାକ୍ରାନ୍ତ କେଶବ ମାଝୀ (୨୮)ଙ୍କୁ ବୃଦ୍ଧା...

ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ ଘଟଣା ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ

ଦିଗପହଣ୍ଡି,୨୨ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ନରେନ୍ଦ୍ରପୁର ଗ୍ରାମରେ ଗତ ଶନିବାର ସନ୍ଧ୍ୟାରେ ଗ୍ୟାସ୍‌ ସିଲିଣ୍ଡର ପାଇପ ଲିକରୁ ଅଗ୍ନିକାଣ୍ଡ ଘଟଣାରେ ଗୋଟିଏ ପରିବାରର ସ୍ବାମୀ,...

ଘରୁ ବୋମା ଜବତ: ପୁଅଙ୍କ ପରେ ବାପା ଗଲେ ଜେଲ

ଦିଗପହଣ୍ଡି,୨୨ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧ ନଂ ୱାର୍ଡ ମୁକ୍ତେଶ୍ୱର ଶୈବପୀଠ ସଂଲଗ୍ନ କେନାଲ ସାହିର ଏକ ଭଡ଼ା ଘରେ ରହୁଥିବା ପଦ୍ମନାଭପୁର ଗ୍ରାମର...

ଇନ୍‌ଫର୍ମର ସନ୍ଦେହରେ ୨ ଗ୍ରାମବାସୀଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି,୨୨ା୧୧(ଦୁର୍ଯ୍ୟୋଧନ ପାତ୍ର)-ଛତିଶଗଡ ବର୍ଡର ତେଲଙ୍ଗାନା ଭେଜେଡୁ ମଣ୍ଡଳ ପେରୁ ଗ୍ରାମର ଉଇକା ରମେଶ ଏବଂ ଉଇକା ଅର୍ଜୁନଙ୍କୁ ପୋଲିସ ଇନ୍‌ଫର୍ମର ସନ୍ଦେହରେ ମାଓବାଦୀମାନେ ହତ୍ୟା କରିଛନ୍ତି।...

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଦୁର୍ନୀତି ଅଭିଯୋଗର ଭିଜିଲାନ୍ସ ତଦନ୍ତ

ଭବାନୀପାଟଣା,୨୨ା୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପଲନା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଦୁର୍ନୀତି ହୋଇଥିବା ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ସଡ଼କ, ପିଚୁ ରାସ୍ତା ଉପରେ...

ହାଡ଼ଭଙ୍ଗା ଶୀତରେ ଥରୁଛି କଳାହାଣ୍ଡିର କଶ୍ମୀର

ଥୁଆମୂଳ ରାମପୁର, ୨୨।୧୧ (ଦୁର୍ଗା କୀର୍ତ୍ତି) : – କଳାହାଣ୍ଡି ଜିଲାର କାଶ୍ମୀର କୁହାଯାଉଥିବା ଥୁଆମୂଳ ରାମପୁର ବ୍ଲକ ଏବେ ଶୀତରେ ଥରୁଛି। ଚଳିତ ବର୍ଷ...

ଦିଲ୍ଲୀ ବାଣିଜ୍ୟ ମେଳାରେ କନ୍ଧମାଳ ହଳଦୀ କିଣିଲେ ମୁଖ୍ୟମନ୍ତ୍ରୀ

ଦାରିଙ୍ଗବାଡି, ୨୨।୧୧ (ଅରୁଣ ସାହୁ )-ଦିଲ୍ଲୀ ପ୍ରଗତି ମଇଦାନରେ ଚାଲିଥିବା ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ କନ୍ଧମାଳ ହଳଦୀ କିଣିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି।...

ବିଇଏମ୍‌ସି ବୈଠକରେ ପ୍ରବଳ ହଟ୍ଟଗୋଳ: ରାସନ କାର୍ଡ ମହିଳା କର୍ମଚାରୀଙ୍କୁ ଘେରିଲେ କର୍ପୋରେଟର

ବ୍ରହ୍ମପୁର,୨୨ା୧୧(ସ୍ମୃତି ରଂଜନ ମହାଲିକ): ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି)ର ଶୁକ୍ରବାର ସାଧାରଣ ବୈଠକରେ କର୍ପୋରେଟରଙ୍କ ପ୍ରବଳ ହଟ୍ଟଗୋଳ ହୋଇଛି। ବୈଠକରେ ନିଗମର ରାସନ କାର୍ଡ ଓ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri