Posted inଜାତୀୟ

ଇଦ୍‌ ଅବସରରେ ଏମିତି କହିଦେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୬।୯: ଇଦ ମିଲାଦ-ଉନ-ନବୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଇଦ ମୁବାରକ! ମିଲାଦ-ଉନ-ନବିଙ୍କ ଅବସରରେ ଶୁଭେଚ୍ଛା। ସୌହାର୍ଦ୍ଦ୍ୟ ଏବଂ ଏକତା ସର୍ବଦା ଜିତୁ। ଚାରିଆଡେ ସୁଖ ଓ ସମୃଦ୍ଧତା ହେଉ।

ଏହାପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମିଲାଦ-ଉନ-ନବି ଅବସରରେ ଲୋକଙ୍କୁ ଶୁଭେଚ୍ଛା ଜଣାଇବା ସହ ସମସ୍ତଙ୍କୁ ପବିତ୍ର କୁରାନର ପବିତ୍ର ଶିକ୍ଷା ଗ୍ରହଣ କରିବାକୁ ଏବଂ ଏକ ଶାନ୍ତିପୂର୍ଣ୍ଣ ସମାଜ ଗଠନ ପାଇଁ ପ୍ରତିଶ୍ରୁତି ଦେବାକୁ କହିଥିଲେ।

ସେ ତାଙ୍କ ବାର୍ତ୍ତାରେ କହିଛନ୍ତି, ମିଲାଦ-ଉନ-ନବୀ ଭାବରେ ପାଳନ କରାଯାଉଥିବା ପ୍ରଫେଟ୍‌ ମହମ୍ମଦଙ୍କ ଜନ୍ମଦିନରେ ମୁଁ ସମସ୍ତ ଦେଶବାସୀଙ୍କୁ, ବିଶେଷ କରି ଆମର ମୁସଲମାନ ଭାଇ ଓ ଭଉଣୀମାନଙ୍କୁ ମୋର ଶୁଭେଚ୍ଛା ଜଣାଉଛି।

ରାଷ୍ଟ୍ରପତି ଆହୁରି କହିଛନ୍ତି, ମହମ୍ମଦ ଆମକୁ ପ୍ରେମ ଏବଂ ଭାଇଚାରା ଭାବନାକୁ ମଜବୁତ କରିବା ପାଇଁ ପ୍ରେରଣା ଦେଇଥିଲେ। ସେ ସମାଜରେ ସମାନତା ଏବଂ ସମନ୍ବୟର ମହତ୍ତ୍ୱ ଉପରେ ଗୁରୁତ୍ୱାରୋପ କରିଥିଲେ। ସେ ଲୋକମାନଙ୍କୁ ଅନ୍ୟମାନଙ୍କ ପ୍ରତି ଦୟାଳୁ ହେବା ଏବଂ ମାନବିକତାର ସେବା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହେମନ୍ତ ସୋରେନଙ୍କ ସଙ୍ଗିନ ଅଭିଯୋଗ, କହିଲେ ସମସ୍ତ ପୂର୍ବତନ ମୁଖ୍ୟମନ୍ତ୍ରୀ ମିଶି ମୋତେ …

ରାଞ୍ଚି,୧୯।୯: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଗୁରୁବାର ଭାଜପା ଏବଂ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ‘ଆପକି ସରକାର ଆପକେ ଦ୍ୱାର’ କାର୍ଯ୍ୟକ୍ରମ ଅନ୍ତର୍ଗତ ଗରୱା...

ସିଟ ଶେୟାରିଂକୁ ନେଇ କଂଗ୍ରେସ-ଶରଦ ପାଓ୍ବାରଙ୍କ ଟେନଶନ ବଢାଇଲେ ଉଦ୍ଧବ!

ମୁମ୍ବାଇ,୧୯।୯: ମହାରାଷ୍ଟ୍ରରେ ମହାବିିକାଶ ଆଘାଡି ମଧ୍ୟରେ ସିଟ ଶେୟାରିଂ ପ୍ରସଙ୍ଗ ଜଟିଳ ହେବାରେ ଲାଗିଛି। ଏମଭିଏର ସିଟ ଶେୟାରିଂ ଏତେ ସହଜରେ ଶେଷ ହେବା ପରି...

ହୋଇଗଲା ସ୍ପଷ୍ଟ… କ’ଣ ହେବ କେଜରିଓ୍ବାଲଙ୍କ ପରବର୍ତ୍ତି ପଦକ୍ଷେପ

ନୂଆଦିଲ୍ଲୀ,୧୯।୯: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଅରବିନ୍ଦ କେଜରିିୱାଲ ପରବର୍ତ୍ତୀ ସମୟରେ କ’ଣ କରିବେ ତାହା ଉପରେ ସମସ୍ତଙ୍କ ନଜର ରହିଛି। ଘଟଣା...

ରିପୋର୍ଟରୁ ହେଲା ନିଶ୍ଚିତ: ତିରୁପତି ମନ୍ଦିର ପ୍ରାସାଦରେ ହେଉଛି ଗୋରୁ ମାଂସ, ମାଛ ତେଲ ବ୍ୟବହାରର

ତିରୁପତି,୧୯।୯: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ତିରୁପତି ମନ୍ଦିର ପ୍ରାସାଦରେ ଘିଅ ବଦଳରେ ପଶୁ ଚର୍ବି ମିଶ୍ରଣ କରିଥିବା ଅଭିଯୋଗ କରିଛନ୍ତି। ଏହା ପରେ ନମୁନା...

ଅଜିତ ଡୋଭାଲ ହାଜିର ହୋ…ଭାରତୀୟ ‘ଜେମ୍ସ ବଣ୍ଡ’ଙ୍କ ବିରୋଧରେ କେଉଁ କୋର୍ଟ ଜାରି କଲା ସମନ?

ନୂଆଦିଲ୍ଲୀ,୧୯।୯: ନ୍ୟୁୟର୍କର ଦକ୍ଷିଣ ଜିଲାର ଆମେରିକାର ଜିଲା କୋର୍ଟ ଭାରତ ସରକାରଙ୍କ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ପୂର୍ବତନ ର ମୁଖ୍ୟ ସାମନ୍ତ ଗୋୟଲଙ୍କୁ...

କୋଲକାତା ବଳାତ୍କାର-ହତ୍ୟା ଘଟଣାର ଆଉ ଏକ ନୂଆ ତଥ୍ୟ ଆସିଲା ସାମ୍ନାକୁ! ଦୁଇ ଦିନ ପର୍ଯ୍ୟନ୍ତ ଜବତ ହୋଇ ନ ଥିଲା…

କୋଲକାତା,୧୯।୯: ପଶ୍ଚିମବଙ୍ଗର ଆରଜି କର ମେଡିକାଲ କଲେଜରେ ଜଣେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଏବଂ ପରେ ହତ୍ୟା ମାମଲାରେ ପ୍ରତିଦିନ ନୂଆ ନୂଆ ନୂଆ...

ରାହୁଲଙ୍କୁ କାହିଁକି ଭାଇରସ ବୋଲି କହିଲେ ମୋଦି

ନୂଆଦିଲ୍ଲୀ,୧୯।୯: ଜମ୍ମୁ କଶ୍ମୀରରେ ୨୫ସେପ୍ଟେମ୍ବର ୨୦୨୪ରେ ହେବାକୁ ଥିବା ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୟ ଶେରାୱାଲି କହି ରାଲିରେ ନିଜର...

ପାକିସ୍ତାନ ଉପରେ ବର୍ଷିଲେ ମୋଦି କହିଲେ, ଜମ୍ମୁ-କଶ୍ମୀରେ ଲାଗୁ ହେବାକୁ ଦେବୁ ନାହିଁ…

ନୂଆଦିଲ୍ଲୀ,୧୯।୯: ଜମ୍ମୁ କଶ୍ମୀରରେ ଏକ ନିର୍ବାଚନ ରାଲିକୁ ସମ୍ବୋଧିତ କରିବାବେଳେ ପ୍ରଧାନମନ୍ତ୍ରି ମୋଦି କଂଗ୍ରେସ, ନାଶନାଲ କନଫରେନ୍ସ ଏବଂ ପିଡିପି ଉପରେ ଖୁବ ବର୍ଷିଛନ୍ତି। ପାକିସ୍ତାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri