Posted inଜାତୀୟ

କଶ୍ମୀର ମହିଳାଙ୍କ ସହ ସେଲ୍‌ଫି ନେଲେ ପ୍ରଧାନମନ୍ତ୍ରୀ ମୋଦି

ଶ୍ରୀନଗର,୨୧।୬: ଆଜି ସାରା ଦେଶରେ ଦଶମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରୀନଗରର ଶେର-ଇ-କଶ୍ମୀର ଅନ୍ତର୍ଜାତୀୟ ସମ୍ମିଳନୀ କେନ୍ଦ୍ରରେ ଯୋଗ ଅଧିବେଶନର ନେତୃତ୍ୱ ନେଇଥିଲେ। ସେ ଯାଇ ଡାଲ ହ୍ରଦ କୂଳରେ ଯୋଗ କରୁଥିବା ଲୋକଙ୍କୁ ଭେଟିଥିଲେ। ସେ କଶ୍ମୀର ମହିଳାଙ୍କୁ ଭେଟି ସେଲଫି ନେଉଥିବାର ମଧ୍ୟ ନଜର ଆସିଥିଲେ।
ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଜମ୍ମୁ କଶ୍ମୀର ହେଉଛି ଯୋଗ ଅଭ୍ୟାସର ଦେଶ। ଯୋଗର ଯାତ୍ରା କ୍ରମାଗତ ଭାବରେ ଜାରି ରହିଛି। ଯୋଗ ପ୍ରତି ଲୋକଙ୍କ ମଧ୍ୟରେ ସଚେତନତା ବୃଦ୍ଧି ପାଇଛି। ବିଶ୍ୱ ନେତାମାନେ ଯୋଗ ବିଷୟରେ କହୁଛନ୍ତି। ଯୋଗ ଉପରେ ବର୍ତ୍ତମାନ ଗବେଷଣା କରାଯାଉଛି। ଯୋଗ ପର୍ଯ୍ୟଟନର ଏକ ନୂଆ ଧାରା ଆରମ୍ଭ ହୋଇଛି।
ପ୍ରଧାନମନ୍ତ୍ରୀ ମୋଦି ଆହୁରି କହିଛନ୍ତି, ଚଳିତ ବର୍ଷ ଫ୍ରାନ୍ସର ୧୦୧ ବର୍ଷ ବୟସ୍କା ମହିଳା ଯୋଗ ଶିକ୍ଷକଙ୍କୁ ଭାରତରେ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରାଯାଇଛି। ସେ କେବେ ମଧ୍ୟ ଭାରତ ଆସିନାହାଁନ୍ତି, କିନ୍ତୁ ସେ ଯୋଗର ପ୍ରଚାର ପାଇଁ ନିଜର ସମଗ୍ର ଜୀବନକୁ ଉତ୍ସର୍ଗ କରିଛନ୍ତି। ଆଜି ସାରା ବିଶ୍ୱରେ ଯୋଗ କରୁଥିବା ଲୋକଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଛି, ଯୋଗ ପ୍ରତି ଆକର୍ଷିତ ହେଉଛି।
କଶ୍ମୀରରୁ ଅନ୍ତର୍ଜାତୀୟ ଯୋଗ ଦିବସରେ ପ୍ରଧାନମନ୍ତ୍ରୀ ମୋଦି ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଦଶ ବର୍ଷ ପୂର୍ବେ ମୁଁ ମିଳିତ ଜାତିସଂଘରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରିବାକୁ ପ୍ରସ୍ତାବ ଦେଇଥିଲି। ଭାରତର ପ୍ରସ୍ତାବକୁ ୧୭୭ଦେଶ ସମର୍ଥନ କରିଥିଲେ, ଯାହା ଏକ ରେକର୍ଡ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri