Posted inଜାତୀୟ

ଏକ ଲକ୍ଷ ଲୋକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ମୋଦି: ୪୭ ସ୍ଥାନରେ ଏକକାଳୀନ ରୋଜଗାର ମେଳାର ହେବ ଆୟୋଜନ

ନୂଆଦିଲ୍ଲୀ,୧୧।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଲକ୍ଷ ଲୋକଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବାକୁ ଯାଉଛନ୍ତି। ସମସ୍ତଙ୍କୁ ବିଭିନ୍ନ ସରକାରୀ ବିଭାଗ ଏବଂ ଅନୁଷ୍ଠାନରେ ବିଭିନ୍ନ ପଦବୀରେ ନିଯୁକ୍ତ କରାଯାଇଛି। ଏହି କାର୍ଯ୍ୟକ୍ରମ ଫେବୃଆରୀ ୧୨ରେ ନିଯୁକ୍ତି ମେଳା ଅଧୀନରେ ଆୟୋଜିତ ହେବ। ଦେଶର ୪୭ଟି ସ୍ଥାନରେ ଏକକାଳୀନ ରୋଜଗାର ମେଳା ଆୟୋଜନ କରାଯିବ।
ସୂଚନା ଅନୁଯାୟୀ, ଦେଶରେ ନିଯୁକ୍ତି ସୃଷ୍ଟି ଦିଗରେ ନିଯୁକ୍ତି ମେଳା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ପ୍ରାଥମିକତା ଉପରେ ନୂତନ ନିଯୁକ୍ତି ସୃଷ୍ଟି କରିବାକୁ ସରକାର ପ୍ରୋତ୍ସାହିତ କରୁଛନ୍ତି। ଫେବୃଆରୀ ୧୨ରେ ସକାଳ ୧୦.୩୦ରେ ଭିଡିଓ କନଫରେନ୍ସିଂ ଜରିଆରେ ପିଏମ ମୋଦି ଏହି ସମସ୍ତ ଲକ୍ଷ ଲୋକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ। ଏତଦ ବ୍ୟତୀତ ନୂତନ ଭାବେ ନିଯୁକ୍ତ କର୍ମଚାରୀମାନେ ଅନ୍‌ଲାଇନ ମଡ୍ୟୁଲ କର୍ମଯୋଗୀ ପ୍ରାରମ୍ଭ (Karmayogi Prarambh) ମାଧ୍ୟମରେ ମଧ୍ୟ ତାଲିମ ନେବେ। ଏହି କାର୍ଯ୍ୟକ୍ରମ ଅଧୀନରେ କର୍ମଯୋଗୀ ପୋର୍ଟାଲରେ ୮୮୦ରୁ ଅଧିକ ଇ-ଲର୍ନିଂ ପାଠ୍ୟକ୍ରମ ଉପଲବ୍ଧ କରାଯାଇଛି। ଏଗୁଡିକ ଯେକୌଣସି ଉପକରଣରେ ବ୍ୟବହାର କରାଯାଇପାରିବ।
ସୂଚନା ଅନୁଯାୟୀ, କେନ୍ଦ୍ର ଓ ରାଜ୍ୟ ସରକାର ଏବଂ କେନ୍ଦ୍ରଶାସିତ ଅଞ୍ଚଳର ବିଭିନ୍ନ ବିଭାଗ ଦ୍ୱାରା ଏହି ଏକ ଲକ୍ଷ ଚାକିରି ଦିଆଯିବ। ଏଥି ମଧ୍ୟରେ ରାଜସ୍ବ ବିଭାଗ, ଗୃହ ମନ୍ତ୍ରଣାଳୟ, ଉଚ୍ଚଶିକ୍ଷା, ପରମାଣୁ ଶକ୍ତି, ପ୍ରତିରକ୍ଷା ବିଭାଗ, ଆର୍ଥିକ ସେବା, ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ, ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ଏବଂ ରେଳ ଅନ୍ତର୍ଭୁକ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତିରେ ଦୁର୍ନୀତି: ୧୬୩ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ କଲା ଇଡି

ନୂଆଦିଲ୍ଲୀ,୨୬ା୧୦: ପଶ୍ଚିମବଙ୍ଗ ସ୍କୁଲ୍‌ ସେବା ଆୟୋଗ (ଡବ୍ଲ୍ୟୁବିଏସ୍‌ଏସ୍‌ସି) ଦ୍ୱାରା ଗ୍ରୁପ୍‌ ସି ଏବଂ ଡି କର୍ମଚାରୀ ନିଯୁକ୍ତିରେ ବ୍ୟାପକ ଦୁର୍ନୀତି ହୋଇଥିଲା। ଏହାର ମନିଲଣ୍ଡରିଂ ଦିଗ...

ଭାରତ-ଚାଇନା ଚୁକ୍ତିକୁ ନେଇ ଜୟଶଙ୍କର କହିଲେ ସଫଳତା ପଛରେ…

ପୁଣେ,୨୬ା୧୦: ଦୀର୍ଘ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ପୂର୍ବ ଲଦାଖ ଅନ୍ତର୍ଗତ ଏଲ୍‌ଏସିରେ ଲାଗି ରହିଥିବା ଅଚଳାବସ୍ଥା ଦୂର ପାଇଁ ଉଭୟ ଭାରତ ଓ...

ଖାଲିଟାରେ ଗର୍ଜୁ ନାହାଁନ୍ତି ଗିରିରାଜ…

ପାଟନା,୨୬।୧୦: ବିହାରରେ ଯେଉଁ ଆଡେ ନଜର ପକାଇଲେ ଦେଖିବେ, ଆଜିକାଲି କେବଳ ଭାଜପାର ଫାୟାର ବ୍ରାଣ୍ଡ ନେତା ତଥା କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂଙ୍କ ‘ହିନ୍ଦୁ...

ଭାରତ ଆଡକୁ କାହିଁକି ଆକର୍ଷିତ ହେଉଛି ବିଶ୍ୱ? ଜୟଶଙ୍କର ଦେଲେ ଏମିତି ଜବାବ

ପୁଣେ,୨୬।୧୦: ଶନିବାର ଅର୍ଥାତ୍‌ ଅକ୍ଟୋବର ୨୬ରେ ପୁଣେରେ ଛାତ୍ରମାନଙ୍କ ସହ କଥାବାର୍ତ୍ତା ବେଳେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର କହିଛନ୍ତି ଯେ ଆଜି...

ବାବା ସିଦ୍ଦିକୀ ହତ୍ୟାକାଣ୍ଡର ଖୋଲିଲା ବଡ଼ ଗୁମର, ପୋଲିସ କହିଲା କିଏ ମାମଲାର ମୋଷ୍ଟ ଓ୍ବାଣ୍ଟେଡ

ମୁମ୍ବାଇ,୨୬।୧୦: ବରିଷ୍ଠ ଏନସିପି ନେତା ବାବା ସିଦ୍ଦିକୀଙ୍କ ହତ୍ୟା ମାମଲାରେ ଏକ ବଡ଼ ଥା ସାମ୍ନାକୁ ଆସିଛି। ଏହି ହତ୍ୟା ମାମଲାରେ ମୁମ୍ବାଇ କ୍ରାଇମ ବ୍ରାଞ୍ଚ...

ସ୍ବାମି ଅଭିମୁକ୍ତେଶ୍ୱରାନନ୍ଦଙ୍କଠାରୁ ଆଶୀର୍ବାଦ ନେଲେ ପରିଣିତି-ରାଘବ

ନୂଆଦିଲ୍ଲୀ,୨୬।୧୦: ଶନିବାର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ମହାରାଜ ଆମ ଆଦମୀ ପାର୍ଟି ରାଜ୍ୟ ସଭା ଏମପି ରାଘବ ଚଢା ଏବଂ ଅଭିନେତ୍ରୀ ପରିଣିତି ଚୋପ୍ରାଙ୍କ...

ବିମାନକୁ ବୋମା ଧମକ ପରେ ସହାୟତା ଲୋଡ଼ିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୬ା୧୦: କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ଶନିବାର ବିମାନ କମ୍ପାନୀଗୁଡ଼ିକ ପ୍ରତିଦିନ ବୋମା ଧମକ ଦେଉଥିବା ଗୁଜବ ସମ୍ପର୍କରେ ଏକ ଆଡ୍‌ଭାଇଜରି ଜାରି...

ଲରେନ୍ସ ବିଷ୍ଣୋଇଙ୍କ ଗ୍ୟାଙ୍ଗର ଟାର୍ଗେଟରେ ଅଛନ୍ତି ୟୁପିର ବିଧାୟକ!

ମୁମ୍ବାଇ,୨୬।୧୦: ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ଏପର୍ଯ୍ୟନ୍ତ ଅନେକ ରାଜନେତାଙ୍କୁ ଟାର୍ଗେଟ କରି ହତ୍ୟା କରିନ୍ତି। ନିକଟରେ ମୁମ୍ବାଇରେ ବାବା ସିଦ୍ଦିକୀଙ୍କ ହତ୍ୟା ମାମଲା ସମଗ୍ର ଦେଶରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri