Posted inଜାତୀୟ

ଆଜି ୧ ଲକ୍ଷରୁ ଅଧିକ ନିଯୁକ୍ତି ପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ସରକାରୀ ବିଭାଗ ତଥା ସଂଗଠନରେ ନିଯୁକ୍ତ ଏକ ଲକ୍ଷରୁ ଅଧିକ ଯୁବକଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରେ ଇଣ୍ଟିଗ୍ରେଟେଡ କମ୍ପ୍ଲେକ୍ସରେ ‘କର୍ମଯୋଗୀ ଭବନ’ର ପ୍ରଥମ ପର୍ଯ୍ୟାୟର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ।
ଏହି କ୍ୟାମ୍ପସ ମିଶନ କର୍ମଯୋଗୀର ବିଭିନ୍ନ ଅଂଶ ମଧ୍ୟରେ ସହଯୋଗ ଏବଂ ସମନ୍ବୟକୁ ପ୍ରୋତ୍ସାହିତ କରିବ। ସୋମବାର ସକାଳ ୧୦.୩୦ରେ ପିଏମ ମୋଦି ନିଯୁକ୍ତି ପତ୍ର ବଣ୍ଟନ କରିବେ। ଦେଶର ୪୭ଟି ସ୍ଥାନରେ ନିଯୁକ୍ତି ମେଳାର ଆୟୋଜନ କରାଯିବ। ଏହି ପଦକ୍ଷେପ ଅଧୀନରେ କେନ୍ଦ୍ର ସରକାରୀ ବିଭାଗରେ ନିଯୁକ୍ତି ଦିଆଯାଉଛି ଏବଂ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳ ଏହି ପଦକ୍ଷେପକୁ ସମର୍ଥନ କରୁଛନ୍ତି। ରାଜସ୍ବ ବିଭାଗ, ଗୃହ ବିଭାଗ, ଉଚ୍ଚଶିକ୍ଷା ବିଭାଗ, ପରମାଣୁ ଶକ୍ତି ବିଭାଗ, ପ୍ରତିରକ୍ଷା ମନ୍ତ୍ରଣାଳୟ, ଆର୍ଥିକ ସେବା ବିଭାଗ, ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ, ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ଏବଂ ରେଳ ମନ୍ତ୍ରଣାଳୟ ପରି ବିଭିନ୍ନ ମନ୍ତ୍ରଣାଳୟ/ବିଭାଗରେ ବିଭିନ୍ନ ପଦବୀରେ ନୂତନ ନିଯୁକ୍ତ ଯୁବକଙ୍କୁ ନିଯୁକ୍ତି ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି...

ଓଲଟା ସାମ୍ନା କରିବେ ନା ନିଜେ ଓଲଟି ଯିବେ ନୀତୀଶ? ପୁଣି ଅଡୁଆରେ ବିହାର ସରକାର

ପାଟନା,୧୭।୧୦: ବିହାରରେ ମଦ ଉପରେ ନିଷେଧାଦେଶ ଜାରି କରାଯାଇଥିବା ବେଳେ ଯେଉଁମାନେ ବେଆଇନ ମଦ ବ୍ୟବସାୟ କରୁଛନ୍ତି ସେମାନେ ପୁଣି ଥରେ ସରକାରଙ୍କୁ ଏକ ଶକ୍ତ...

ୟୁପିରେ ହେଉଛି ନକଲି ଏନକାଉଣ୍ଟର, ଯୋଗୀ ତାଙ୍କ ଆସନକୁ ବଞ୍ଚାଇବାକୁ…

ଲକ୍ଷ୍ନୌ,୧୭।୧୦: ଉତ୍ତର ପ୍ରଦେଶ ପୋଲିସ ଗୁରୁବାର ବହରାଇଚ ହିଂସା ଏବଂ ରାମ ଗୋପାଳ ମିଶ୍ରଙ୍କ ହତ୍ୟା ମାମଲାରେ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି। ଏହି ଏନକାଉଣ୍ଟରରେ ଦୁଇ...

କେଉଁଠୁ ଆସୁଛି ବିମାନକୁ ବୋମାରେ ଉଡାଇ ଦେବାର ଧମକ, ଗୁଇନ୍ଦା ଏଜେନ୍ସି ହାତରେ ଲାଗିଲା ବଡ ତଥ୍ୟ

ନୂଆଦିଲ୍ଲୀ,୧୭।୧୦: ସୋସିଆଲ ମିଡିଆରେ ବିଭିନ୍ନ ବିମାନକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିବାର କିଛି ଦିନ ପରେ କେନ୍ଦ୍ରୀୟ ଗୁପ୍ତଚର ସଂସ୍ଥା ଲଣ୍ଡନ ଏବଂ ଜର୍ମାନୀର...

ବିଦେଶରେ ବସିଥିବା ଲୋକ ଚଲାଉଛନ୍ତି କଂଗ୍ରେସ ଅଧ୍ୟକ୍ଷଙ୍କ ଫେସବୁକ ଆକାଉଣ୍ଟ, ଖାର୍ଗେଙ୍କ ଉପରେ ବଡ ଅଭିଯୋଗ

ନୂଆଦିଲ୍ଲୀ,୧୭।୧୦: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ନାମରେ ଏକ ଭେରିଫାଏଡ ଫେସବୁକ ପେଜ୍‌କୁ ଦର୍ଶାଇ ଭାଜପା ଅଭିଯୋଗ କରିଛି ଯେ କଂଗ୍ରେସ ଅଧ୍ୟକ୍ଷଙ୍କ ଇଣ୍ଟରନେଟ ମିଡିଆ...

 ସରକାରଙ୍କ ଚିନ୍ତା ବଢ଼ାଉଛି ବିଷାକ୍ତ ମଦ ମୃତ୍ୟୁ

ପାଟନା,୧୭ା୧୦: ୨୦୧୬ରୁ ମଦକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଥିବା ବିହାରରେ ମଦମୃତ୍ୟୁ। ରାଜ୍ୟର ସିଓ୍ବାନ ଏବଂ ସରନ୍‌ ଜିଲାରେ ବିଷାକ୍ତ ମଦ ପିଇ ଅନୂ୍ୟନ ୨୫ ଜଣ...

ଦିଲ୍ଲୀରୁ କେଜରିଓ୍ବାଲଙ୍କ ବିଦାୟ ହେବା ନିଶ୍ଚିତ: ବିରେନ୍ଦ୍ର ସଚଦେବା

ନୂଆଦିଲ୍ଲୀ,୧୭।୧୦: ଦିଲ୍ଲୀ ଭାଜପା ରାଜ୍ୟ ସଭାପତି ବିରେନ୍ଦ୍ର ସଚଦେବ ଗୁରୁବାର ଆଇଏନଏସ ସହ କଥାବାର୍ତ୍ତା ବେଳେ କେଜରିୱାଲଙ୍କ ଚିଠି ଏବଂ କଂଗ୍ରେସର ‘ନ୍ୟାୟ-ରଥ’କୁ ନେଇ ପ୍ରତିକ୍ରିୟା...

ତମନ୍ନା ଭାଟିଆଙ୍କୁ ଜେରା କଲା ଇଡି, କାହିଁକି ଜାଣନ୍ତୁ…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି)ପଚରାଉଚରା କରୁଛି। ମହାଦେବ ବେଟିଂ ଆପ୍‌ ସହାୟକ ଆପ ଫେୟାର ପ୍ଲେରେ ଆଇପିଏଲ ମ୍ୟାଚକୁ ପ୍ରମୋଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri