ଜୋହାନ୍ସବର୍ଗରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି

ଜୋହାନ୍ସବର୍ଗ,୨୨।୮: ୧୫ ତମ ବ୍ରିକ୍ସ ଶିଖର ସମ୍ମିଳନୀରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗରେ ପହଞ୍ଚିଛନ୍ତି।

 

ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ମାଟମେଲା ସିରିଲ ରାମାଫୋସାଙ୍କ ନିମନ୍ତ୍ରଣରେ ପିଏମ ମୋଦି ଅଗଷ୍ଟ ୨୨ରୁ ୨୪ ଦକ୍ଷିଣ ଆଫ୍ରିକା ଗସ୍ତ କରିଛନ୍ତି। ତିନି ଦିନିଆ ଗସ୍ତରେ ବ୍ରିକ୍ସ ସମ୍ମିଳନୀରେ ଅଂଶଗ୍ରହଣ କରୁଥିବା ନେତାଙ୍କ ସହ ପ୍ରଧାନମନ୍ତ୍ରୀ ମୋଦି ଦ୍ୱିପାକ୍ଷିକ ଆଲୋଚନା କରିବେ। ଏହି କାର୍ଯ୍ୟକ୍ରମରେ ୪୫ରୁ ଅଧିକ ଦେଶ ଭାଗ ନେବେ।

Share