ନୂଆଦିଲ୍ଲୀ,୬।୧୧: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର (ନଭେମ୍ବର ୬) ଇରାନ ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ସହ ଫୋନରେ କଥା ହୋଇଛନ୍ତି।
ପ୍ରଧାନମନ୍ତ୍ରୀ ମୋଦି ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ପଶ୍ଚିମ ଏସିଆର କଠିନ ପରିସ୍ଥିତି, ଇସ୍ରାଏଲ-ହମାସ ବିବାଦ ସମ୍ପର୍କରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ସହ ଆଲୋଚନା ହୋଇଛି। ଆତଙ୍କବାଦୀ ଘଟଣା, ହିଂସା ଏବଂ ସାଧାରଣ ନାଗରିକଙ୍କ ଜୀବନ ହାନି ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ।