Posted inଜାତୀୟ

ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୪ା୪: ମହାବିଷୁବ ପଣାସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଆଗାମୀ ବର୍ଷ ଆପଣଙ୍କ ସ୍ବପ୍ନ ସାକାରର ବର୍ଷ ହେଉ। ଆପଣଙ୍କ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଯାଉ ବୋଲି ପ୍ରଧାନମନ୍ତ୍ରୀ କାମନା କରିଛନ୍ତି।

ସେହିପରି ରାଷ୍ଟ୍ରପତି ମଧ୍ୟ ରାଜ୍ୟବାସୀଙ୍କୁ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ରାଷ୍ଟ୍ରପତି କହିଛନ୍ତି, ପଣାସଂକ୍ରାନ୍ତି ଆମ ସମାଜକୁ ପ୍ରେମ ଓ ଶାନ୍ତିର ବାର୍ତ୍ତା ଦେଇଥାଏ। ଦେଶ ପାଇଁ ସମର୍ପିତ ହୋଇ କାର୍ଯ୍ୟ କରିବାକୁ ପ୍ରେରଣା ଦେଇଥାଏ। ଏଥିସହିତ ରାଷ୍ଟ୍ରପତି ସମସ୍ତଙ୍କ ସୁଖସମୃଦ୍ଧି କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିଲା ସ୍କର୍ପିଓ, ଚାଲିଗଲା ୩ ଜୀବନ

କୁଆଁରମୁଣ୍ଡା,୨୬ା୪(ମହେନ୍ଦ୍ର କୁମାର ସାହୁ): ଝାଡ଼ଖଣ୍ଡ ରାଜ୍ୟ ଚତରାରେ ଶନିବାର ଏକ ସ୍କର୍ପିଓ ରାସ୍ତା ପାଶର୍‌ବରେ ଥିବା ଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ସୁନ୍ଦରଗଡ଼...

କାଳବୈଶାଖୀ ତାଣ୍ଡବ: ଉପୁଡ଼ିଲା ଗଛ, ଅନ୍ଧାରରେ ଗାଁ

ନନ୍ଦପୁର,୨୫।୪(ତୁଷାରକାନ୍ତ ମହାନ୍ତି): ନବରଙ୍ଗପୁର ଜିଲା ନନ୍ଦପୁରରେ ଶନିବାର କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ହୋଇ ଏକାଧିକ ଗଛ ଉପୁଡ଼ି ରାସ୍ତା ଅବରୋଧ...

ନାବାଳିକାଙ୍କୁ ବଳାତ୍କାର: ଫେରାର ଅଭିଯୁକ୍ତ ଗିରଫ

ଜୟପୁର,୨୬ା୪(ପବନ ପାଣିଗ୍ରାହୀ)- ନାବାଳିକା ବଳାତ୍କାର ମାମଲାର ଫେରାର ଅଭିଯୁକ୍ତଙ୍କୁ ଶନିବାର ଜୟପୁର ମହିଳା ପୋଲିସ ଗିରଫ କରିଛି। ଅଭିଯୁକ୍ତ ହେଲେ ଘେନୁ ହନ୍ତାଳ। ମିଳିଥିବା ସୂଚନା...

ମୌଳିକ ସେବା ଅପହଞ୍ଚ: ଚଟାଣରେ ଚିକିତ୍ସା, ହାତରେ ସାଲାଇନ

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ସହରାଞ୍ଚଳ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁ ସର୍ବନିମ୍ନ ମୌଳିକା ସୁବିଧା ସୁଯୋଗ ଅପହଞ୍ଚ ହୋଇପଡ଼ିଛି। ଏଠାରେ ଡାକ୍ତର ଅଭାବ ନିତିଦିନିଆ...

ମନ୍ଦାକିନୀଙ୍କ ଉପରେ ପୁଣି ଭରଷା କଲା କଂଗ୍ରେସ

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ସାମାଜିକ କର୍ମୀ ମନ୍ଦାକିନୀ ବାଣୁଆ ପୁଣି ଥରେ ରାଜ୍ୟ ଯୁବ କଂଗ୍ରେସ ସାଧାରଣ ସମ୍ପାଦିକା ଭାବେ...

ବାହାଘର ଭୋଜିରେ ଅଘଟଣ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଜଣଙ୍କ ଜୀବନ, ଜଣେ ଗୁରୁତର

ଫୁଲବାଣୀ,୨୬।୪(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଟିକାବାଲି ଥାନା ଅଧୀନ କଇଁଝର ପଞ୍ଚାୟତ କୁଟିଗଡ଼ ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଅନ୍ୟ...

ଚେନ୍ନାଇର ପ୍ରଦର୍ଶନକୁ ନେଇ ମୁହଁ ଖୋଲିଲେ ଧୋନୀ

ଚେନ୍ନାଇ,୨୬ା୪: ଚଳିତ ଆଇପିଏଲ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଦଳର ନୈରାଶ୍ୟଜନକ ପ୍ରଦର୍ଶନ ଲାଗି ଅସହାୟତା ପ୍ରକାଶ କରିବା ସହ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ କହିଛନ୍ତି...

ଅଡୁଆରେ ରେହମାନ, ନୋଟିସ ପରେ ୨ କୋଟି ଟଙ୍କାର ଜରିମାନା ଲଗାଇଲେ ହାଇକୋର୍ଟ

ମୁମ୍ବାଇ: ନୂଆ ଅଡ଼ୁଆରେ ଫସିଛନ୍ତି ଖ୍ୟାତନାମା ସଂଗୀତକାର ଏ ଆର୍‌ ରେହମାନ। ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟଙ୍କ ଦୁଇ ବର୍ଷ ପୁରୁଣା ଫିଲ୍ମ ‘ପୋନ୍ନିୟିନ ସେଲଭନ ୨’ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image