ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ପ୍ରଶାସନିକ ଭବନ ସମେତ ୧୨୯ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

କୋରାପୁଟ,୧୯।୨(ଅମିତାଭ ବେହେରା): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫେବୃଆରୀ ୨୦ରେ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ପ୍ରଶାସନିକ ଭବନ ସମେତ ମୋଟ ୧୨୯ କୋଟି ଟଙ୍କାର ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ କରିବେ।

କାର୍ଯ୍ୟକ୍ରମରେ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ଅଭିଭାଷଣ ଦେବାର କାର୍ଯ୍ୟକ୍ରମ ରହିଛି। ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କଳାହାଣ୍ଡି ଏମ୍‌ପି ବସନ୍ତ କୁମାର ପଣ୍ଡା, ବିଶ୍ୱବିଦ୍ୟାଳୟର କୂଳପତି ପ୍ରଫେସର ଚକ୍ରଧର ତ୍ରିପାଠୀ ଯୋଗ ଦେବେ। ଏହି ଅବସରରେ ବିଶ୍ୱବିଦ୍ୟାଳୟର ଅଧ୍ୟାପକ, କର୍ମଚାରୀ, ଅଧିକାରୀଙ୍କ ସମେତ ଛାତ୍ରଛାତ୍ରୀ ଉପସ୍ଥିତ ରହିବେ।

Share