ପ୍ରଧାନମନ୍ତ୍ରୀଙ୍କ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ଚୂଡ଼ାନ୍ତ: ୧୭ରରେ….

ଭୁବନେଶ୍ୱର,୧୪।୯: ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇଛି। ସୁଭଦ୍ରାର ଶୁଭାରମ୍ଭ ସହ ଏକାଧିକ ପ୍ରକଳ୍ପର ଶିଳାନ୍ୟାସ କରିବେ। ଗୋଟିଏ ସ୍କିମରେ ସବୁଠୁ ବେଶୀ ମହିଳା ଉପକୃତ ଯୋଜନା ହେଉଛି ‘ସୁଭଦ୍ରା’। ଓଡ଼ିଶାର ୧ କୋଟିରୁ ଊର୍ଦ୍ଧ୍ୱ ମହିଳା ‘ସୁଭଦ୍ରା’ର ସୁଫଳ ପାଇବେ।
ଏହା ସହ ଭୁବନେଶ୍ୱରରେ ୨୮୦୦ କୋଟିର ରେଲ ପ୍ରକଳ୍ପର ଶିଳାନ୍ୟାସ କରିବେ। ୧ ହଜାର କୋଟିର ନ୍ୟାସନାଲ ହାଇୱେ ପ୍ରକଳ୍ପ ଶିଳାନ୍ୟାସ କାର୍ଯ୍ୟକ୍ରମ ରାହିଛି।  ଦେଶର ୧୩ ଲକ୍ଷ PMAY-G ହିତାଧିକାରୀଙ୍କ ପ୍ରଥମ କିସ୍ତି ରିଲିଜ କରିବା ସହ। ୧୪ଟି ରାଜ୍ୟର PMAY-G ହିତାଧିକାରୀ ଏହାର ଉପକାର ପାଇବେ।
ଅନ୍ୟପକ୍ଷେ ଆସନ୍ତା ୧୭ରେ ମହିଳାଙ୍କ ଆକାଉଣ୍ଟକୁ ଯିବ  ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତି। ଏଯାବତ୍‌ ୫୦ ଲକ୍ଷରୁ ଊର୍ଦ୍ଧ୍ୱ ମହିଳା ପଞ୍ଜୀକରଣ କରିସାରିଲେଣି।ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏ ନେଇ ସୂଚନା ଦେଇଛନ୍ତି। ୧୫ ସୁଦ୍ଧା ଆବେଦନ କରିଥିବା ହିତାଧିକାରୀଙ୍କୁ ୧୭ରେ ପ୍ରଥମ କିସ୍ତି ମିଳିବ । ରବିବାର ରାଜ୍ୟବ୍ୟାପୀ ୧୦ ହଜାର ରାଜସ୍ବ ଗାଁରେ ସୁଭଦ୍ରା ପଦଯାତ୍ରା ହେବ। ଭୁବନେଶ୍ୱରରେ ଗିରିଦୁର୍ଗା ମନ୍ଦିରରୁ ରମାଦେବୀ ଯାଏଁ ସୁଭଦ୍ରା ପଦଯାତ୍ରା ହେବ।

Enter your email to get our daily news in your inbox.

All Right Reserved By Dharitri.Com

ସେନା ଅଧିକାରୀ, ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ମାମଲା: ରିପୋର୍ଟ ମାଗିଲେ ଜାତୀୟ ମହିଳା କମିଶନ

ଭୁବନେଶ୍ୱର,୧୯।୯: ଶିଖ୍ ରେଜିମେଣ୍ଟର ଭାରତୀୟ ସେନା ଅଧିକାରୀ ମେଜର ଗୁରୁଭାନ୍ସ ସିଂ ଏବଂ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ସହିତ ମାଡ଼ ମାରିବା ଘଟଣାରେ...

ସ୍ତ୍ରୀଙ୍କୁ ହତ୍ୟା କରି ପ୍ରମାଣ ନଷ୍ଟ ପାଇଁ ମୃତଦେହ ଆଣି ରାସ୍ତାକଡ଼ରେ ଫିଙ୍ଗିଥିଲେ ସ୍ବାମୀ: ପୋଲିସ ହାତରେ ଲାଗିଲା ବଡ଼ ପ୍ରମାଣ

କୋଣାର୍କ,୧୯।୯: କୋଣାର୍କ ରାସ୍ତାକଡ଼ରୁ ମହିଳାଙ୍କ ମୃତଦେହ ଜବତ ଘଟଣାର ପୋଲିସ ଗୁରୁବାର ପର୍ଦ୍ଦାଫାଶ କରିଛି। ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ସ୍ବାମୀ ହତ୍ୟାକାଣ୍ଡ ଘଟାଇଥିବା ଜଣାପଡିଛି।...

ପୁରୀରୁ ନବୀନଙ୍କୁ ସିଧା ଟାର୍ଗେଟ କଲେ ମୋହନ ମାଝୀ, କହିଲେ ପୁରୀରେ କରୁଥିଲେ ଏଇ ରାଜନୀତି…

ଭୁବନେଶ୍ୱର,୧୯।୯: ଓଡ଼ିଶାରେ ଭାଜପାର ୧୦୦ଦିନ ପୂରଣ ହେବା ନେଇ ପୁରୀରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଯେଉଁଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଉପ ମୁଖ୍ୟମନ୍ତ୍ରୀ...

ବ୍ରିଜ୍‌ ଉପରେ ସ୍କୁଟି, ମୋବାଇଲ, ଆଧାରକାର୍ଡ ରଖି ଭରାନଦୀକୁ ଡେଇଁଲେ ଅଙ୍ଗନଓ୍ବାଡ଼ି ସୁପରଭାଇଜର

ଯାଜପୁର ସଦର,୧୯ା୯(ସମୟ ବିଜୟ ଶରଣ): ଯାଜପୁର ବ୍ଲକ ଅନ୍ତର୍ଗତ ବରୁଆଁ ନିକଟସ୍ଥ ଖରସ୍ରୋତା ନଦୀକୁ ଡେଇଁ କୁଆଖିଆ ଥାନା ଅନ୍ତର୍ଗତ ଶ୍ରିବନ୍ତପୁର ଅଞ୍ଚଳର ମନ୍ଦାକିନୀ ସାମଲ...

ସରକାରର ୧୦୦ ଦିନ ପୂର୍ତ୍ତିରେ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଯେଉଁମାନେ ସୁଭଦ୍ରା ପାଇନାହାନ୍ତି ସେମାନଙ୍କୁ…

ଭୁବନେଶ୍ୱର,୧୯।୯: ସରକାରର ୧୦୦ ଦିନ ପୂର୍ତ୍ତିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଅଭିଭାଷଣ ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମହିଳାଙ୍କୁ ଶକ୍ତିଶାଳୀ କରିବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ଶ୍ରୀମନ୍ଦିର...

ଭୁଟାନ ଆପଣାଇବ ବିଏମ୍‌ସି ମଡେଲ

ଭୁବନେଶ୍ୱର,୧୯ା୯ (ଅନୁରାଧା ମହାରଣା): ଭୁଟାନର ଏକ ପ୍ରତିନିଧି ଦଳ ୪ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି। ଏହି ଟିମ୍‌ରେ ବରିଷ୍ଠ ଅଧିକାରୀ ଓ ବୈଷୟିକ ବିଶେଷଜ୍ଞମାନେ...

ମେଜରଙ୍କୁ ଦୁର୍ବ୍ୟବହାର ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି, କହିଲେ କାହାରିକୁ ବି…

ଭୁବନେଶ୍ୱର,୧୯ା୯: ରାସ୍ତାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିଥିବା ଘଟଣାର ତଦନ୍ତ ହେବ ବୋଲି ଗୁରୁବାର କଡ଼ା ନିର୍ଦ୍ଦେଶ ଦେଇଛନ୍ତି ଡିଜିପି ଓ୍ବାଇବି ଖୁରାନିଆ।...

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ସବୁ ଜିଲାରେ ହେବ…

ଭୁବନେଶ୍ୱର,୧୯।୯: ରାଜ୍ୟର ସମସ୍ତ ଜିଲାରେ ମେଡିକାଲ କଲେଜ ହେବ। ଗୁରୁବାର ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହି ଘୋଷଣା କରିଛନ୍ତି। ଖୁବଶୀଘ୍ର ଏଥିନିମନ୍ତେ କାର୍ଯ୍ୟ ଖସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri